ପ୍ରାଥମିକ ବିଦ୍ୟାଳୟକୁ ହାଇସ୍କୁଲରେ ମିଶ୍ରଣ ଦାବି

ବନ୍ତଳା,୩।୧୨(ଡି.ଏନ.ଏ.)

ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ପ୍ରାଥମିକ ବିଦ୍ୟାଳୟକୁ ସରକାରୀ ଉଚ୍ଚ ବିଦ୍ୟାଳୟରେ ମିଶାଇବା ପାଇଁ ସୋମବାର ଜିଲାପାଳଙ୍କ ନିକଟରେ ଗ୍ରାମର ଯୁବକମାନେ ଦାବି କରିଛନ୍ତି।
ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମରେ ଖେଳ ପଡିଆ ନ ଥିବାରୁ ଉକ୍ତ ବିଦ୍ୟାଳୟ ଖେଳ ପଡିଆରେ ଗ୍ରାମର ଯୁବକମାନେ ଖେଳନ୍ତି। ଏଥିସହିତ ପ୍ରତିବର୍ଷ ଉକ୍ତ ପଡିଆରେ ଆର୍ମି, ପୋଲିସ, ଫରେଷ୍ଟ, ନାଭାଲ, ଏୟାରଫୋର୍ସ ଆଦିରେ ନିଯୁକ୍ତି ନିମନ୍ତେ ଶାରୀରିକ ପରୀକ୍ଷା ଅନୁଷ୍ଠିତ ହୋଇଥାଏ। କିନ୍ତୁ ଏବେ ଉକ୍ତ ପଡ଼ିଆ ଜବରଦଖଲରେ ଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସେହିପରି ପୋକତୁଙ୍ଗା ହାଇସ୍କୁଲରେ ଉକ୍ତ ବିଦ୍ୟାଳୟକୁ ମିଶାଇବା ପାଇଁ ୨୦୧୯ ଫେବୃୟାରୀରେ ଗ୍ରାମର ୨ ହଜାରରୁ ଊଦ୍ଧର୍‌ବ ଗ୍ରାମବାସୀ ଓ ଅଭିଭାବକ ଦସ୍ତଖତ ସମ୍ବଳିତ ଅଭିଯୋଗପତ୍ର ଜିଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀ, ସର୍ବଶିକ୍ଷା ଅଭିଯାନ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଦେଇଥିଲେ। ପରେ ଜିଲା ଶିକ୍ଷା ଅଧିକାରୀ ଚିଠି ନଂ. ୧୮୫୩/୧୯.୨.୧୯ରେ ଜିଲା ପ୍ରକଳ୍ପ ଅଧିକାରୀ ସର୍ବଶିକ୍ଷା ଅଭିଯାନ, ପରେ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ୮୬୨୬/ତା ୨୯।୦୮।୧୯ରେ ଚିଠି କରାଯାଇଥିଲା। ହେଲେ ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନିଆଯାଇ ନାହିଁ। ତୁରନ୍ତ ପଦକ୍ଷେପ ନେବା ପାଇଁ ପିତାମ୍ବର ପ୍ରଧାନ, ଅଶୋକ ପ୍ରଧାନ, ସୁଲଭ ଦେହୁରୀ, ଶେଖର ଦେହୁରୀ, ବିଜୟ କେତନ ପ୍ରଧାନ, ଗିରିଶ ଚନ୍ଦ୍ର ପ୍ରଧାନ, ଶୁଭ୍ରକାନ୍ତ ସାହୁ, ଉପେନ୍ଦ୍ର ଦେହୁରୀ, ସୁକାନ୍ତ ଦେହୁରୀ, ପ୍ରଭଞ୍ଜନ ସାହୁଙ୍କ ସମେତ ସମସ୍ତ ଗ୍ରାମବାସୀ ଦାବି କରିଛନ୍ତି। ଏ ନେଇ ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ୭ ଦିନ ମଧ୍ୟରେ ଏହାର ତଦନ୍ତ କରାଯାଇ କାର୍ଯ୍ୟାନୁଷ୍ଠାନ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ରାଜ୍ୟରେ ଝଡ଼ବର୍ଷା ଆଲର୍ଟ

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେଲା ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ହେଲେ ଅପରାହ୍ନରେ ହଠାତ୍‌ ବଦଳି ଯାଉଛି ପାଗ। ମାଡ଼ି ଆସୁଛି କାଳବୈଶାଖୀ। କାଳବୈଶାଖୀ ପ୍ରଭାବରେ…

ଲିଙ୍ଗରାଜଙ୍କୁ ଉଠାଇ ନେଲା ପୋଲିସ, ବିରୋଧ କରି ଏକାଠି ହେଲେ ଡଙ୍ଗରିଆ

କଲ୍ୟାଣସିଂହପୁର,୫ା୪(ଦୀପକ କୁମାର ପରିଡ଼ା): ଲିଙ୍ଗରାଜ ଆଜାଦଙ୍କୁ ପୋଲିସ ଉଠାଇ ନେଇ ଥିବାରୁ ଏହାକୁ ବିରୋଧ କରି ପୁଣି ଏକାଠି ହୋଇଛନ୍ତି ନିୟମଗିରିରେ ବସବାସ କରୁଥିବା ଦଙ୍ଗରିଆ। ରାୟଗଡ଼ା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri