ପ୍ରାର୍ଥନାବେଳେ ଶ୍ରେଣୀଗୃହ ସଫା କରୁଛନ୍ତି ପିଲା

ନାଉଗଁା,୧୨ା୨(ସ୍ବ.ପ୍ର.): ବିଦ୍ୟାଳୟରେ ଶୈକ୍ଷିକ ବାତାବରଣକୁ ସରସ, ସୁନ୍ଦର କରିବା ସହିତ ପିଲାଙ୍କ ମସ୍ତିଷ୍କକୁ ଶୃଙ୍ଖଳିତ ରଖିବା ପାଇଁ ଦୈନିକ ପ୍ରାର୍ଥନା କରାଯାଇଥାଏ। ଏହି ପ୍ରାର୍ଥନାରେ କେବଳ ପିଲାମାନେ ନୁହନ୍ତି ଶିକ୍ଷୟିତ୍ରୀଶିକ୍ଷକ ମଧ୍ୟ ଭାଗ ନେଇଥାନ୍ତି। କିନ୍ତୁ ପ୍ରାର୍ଥନା ସମୟରେ କିଛି ପିଲା ବିଦ୍ୟାଳୟ ପରିସର, ବାହାର, ଶ୍ରେଣୀ ଗୃହ ସଫା କରିବା ସହିତ ମଧ୍ୟାହ୍ନଭୋଜନ ପାଇଁ ଥାଳି ସଜେଇ ରଖୁଛନ୍ତି। ନାଉଗଁା ବ୍ଲକର ମାରେଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଏପରି ଦୃଶ୍ୟ ଦେଖିବାକୁ ମିଳିଛି। ଯାହାକୁ ନେଇ ଅଭିଭାବକଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।
ପ୍ରଶ୍ନଉଠୁଛି ଯଦି ପିଲାଙ୍କ ଦ୍ୱାରା ଏସବୁ କରାଯାଉଛି ତେବେ ପ୍ରାର୍ଥନା ପୂର୍ବରୁ କାହିଁକି କରାଯାଉ ନାହିଁ। ମଧ୍ୟାହ୍ନଭୋଜନ ଦାୟିତ୍ୱରେ ସ୍ବୟଂ ସହାୟିକା ଗୋଷ୍ଠୀ ଥିବାବେଳେ ପିଲାମାନେ କାହିଁକି ଥାଳି ସଜାଡି ରଖୁଥିଲେ ତାହା ମଧ୍ୟ ପ୍ରଶ୍ନବାଚୀ ସୃଷ୍ଟି କରିଛି। କେବଳ ଉକ୍ତ ବିଦ୍ୟାଳୟ ନୁହେଁ ବ୍ଲକର ଅନେକ ବିଦ୍ୟାଳୟରେ ଖୋଲାଖୋଲି ଭାବେ ସରକାରୀ ନିୟମ ଉଲଂଘନ କରାଯାଉଥିବା ଅଭିଯୋଗ ହୋଇଛି। କିଛି ଦିନ ତଳେ ବଚ୍ଛାଳୋ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୋଟିଏ ଦିନରେ ୫ ଶିକ୍ଷକ ଛୁଟିରେ ରହିବା ଓ ପ୍ରାଧନଶିକ୍ଷୟିତ୍ରୀ ଶ୍ରେଣୀ ଗୃହରେ ଶୋଇବା ଆଦି ଘଟଣା ଗଣମାଧ୍ୟମରେ ପ୍ରକାଶ ପାଇଥିଲା। ଏହି ଘଟଣାଉପରେ ବିଭାଗ ପକ୍ଷରୁ ଆଖିଦୃଶିଆ ପଦକ୍ଷେପ ହେଉ ନ ଥିବାରୁ ଶିକ୍ଷା ବିଭାଗର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏପରି କି ବିଭାଗ ଶିକ୍ଷକଙ୍କୁ ଘଣ୍ଟ ଘୋଡାଉଥିବା ଅଭିଯୋଗ କରାଯାଇଛି। କେତେଜଣ ଶିକ୍ଷକଙ୍କ ଏପରି କାର୍ଯ୍ୟ ଯୋଗୁ ବିଦ୍ୟାଳୟରେ ଶୈକ୍ଷିକ ବାତାବରଣ ନଷ୍ଟ ହେବା ସହିତ ପିଲା ବିଶୃଙ୍ଖଳିତ ହେଉଥିବା ଚର୍ଚ୍ଚା ହେଉଛି। ତେଣୁ ଏପରି କାର୍ଯ୍ୟ କରାଉଥିବା ଶିକ୍ଷକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି। ଏ ସମ୍ପର୍କରେ ଉକ୍ତ କ୍ଲଷ୍ଟରରେ ଥିବା ସିଆରସିସି ରୁଦ୍ରପ୍ରସାଦ ସ୍ବାଇଁଙ୍କୁ ପଚାରିବାରେ ପିଲାମାନେ ପ୍ରର୍ଥନା ପୂର୍ବରୁ ବିଦ୍ୟାଳୟ ସଫା କରୁଥିବା ସେ ପ୍ରକାଶ କରିଥିଲେ। ପ୍ରଧାନଶିକ୍ଷକ ବେଣୁଧର ଦାସଙ୍କୁ ପଚାରିବାରେ ସେ ଏ ପସଙ୍ଗକୁ ଏଡ଼ାଇ ଦେଇଥିଲେ। ଏହା ମିଥ୍ୟା ବୋଲି କହିଥିଲେ। ଏ ବିଷୟରେ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଅକ୍ଷୟ ବେହେରାଙ୍କୁ ପଚାରିବାରେ ଘଟଣାର ତଦନ୍ତ କରାଯାଇ କାଯର୍‌ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଥିଲେ। ଏବେ ଦେଖିବାକୁ ଅପେକ୍ଷା କେବେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri