ପ୍ରାର୍ଥନା ବେଳେ ଚେତାଶୂନ୍ୟ ହେଲେ ୫ ଛାତ୍ରୀ

ଖୁଣ୍ଟା,୪ା୧୦(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ଅଧୀନ କରକଚିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ପ୍ରାର୍ଥନା କରୁଥିବା ବେଳେ ୫ ଛାତ୍ରୀ ଅସୁସ୍ଥ ହୋଇ ପଡିଥିଲେ। ଚିକିତ୍ସା ପାଇଁ ସେମାନଙ୍କୁ ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥକେନ୍ଦ୍ରରେ ଭର୍ର୍ତ୍ତି କରାଯାଇଥିଲା। ଅସୁସ୍ଥ ଛାତ୍ରୀମାନେ ବିପଦମୁକ୍ତ ଥିବାରୁ ଅପରାହ୍ନରେ ସେମାନଙ୍କୁ ଛାଡି ଦିଆଯାଇଥିବା ଚିକିତ୍ସା କରୁଥିବା ଡାକ୍ତର ପରମଜିତ ମହାନ୍ତ କହିଛନ୍ତି ।
ପୂର୍ବାହ୍ନ ୧୦ଟା ବେଳେ ପ୍ରାର୍ଥନା କରୁଥିବା ବେଳେ ଜଣେ ଛାତ୍ରୀ ହଠାତ୍‌ ଚେତାଶୂନ୍ୟ ହୋଇ ତଳେ ପଡ଼ି ଯାଇଥିଲେ। ପରେ ଅନ୍ୟ ୪ ଜଣ ଛାତ୍ରୀ ଚେତା ହରାଇ ଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣ ଅଷ୍ଟମ ଶ୍ରେଣୀର ଛାତ୍ରୀ ହୋଇଥିବା ବେଳେ ଜଣେ ସପ୍ତମ ଶ୍ରେଣୀର ବୋଲି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ସେଠୀ କହିଛନ୍ତି। ଅସୁସ୍ଥ ହୋଇପଡ଼ିଥିବା ଜଣେ ଛାତ୍ରୀଙ୍କୁ ଦେଖିବା ପାଇଁ ଆସିଥିବା ତାଙ୍କ ମାଆ ମଧ୍ୟ ଚେତାଶୂନ୍ୟ ହୋଇପଡ଼ିଥିବା ଦେଖିବାକୁ ମିଳିଥିଲା। ଅତ୍ୟଧିକ ଗୁଳୁଗୁଳି କାରଣରୁ ଛାତ୍ରୀମାନେ ଅସୁସ୍ଥ ହୋଇପଡିଥିବା ଡାକ୍ତରଖାନା ସୂତ୍ରରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁ ନିକଟରୁ ମଦ ଦୋକାନ ସ୍ଥାନାନ୍ତର ଦାବି:ଏକଜୁଟ ହେଲେ ମହିଳା

ପାଟଣା,୩ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟ ବଡ଼ ପାଟଣା ପଞ୍ଚାୟତ ସାଧୁପଡ଼ା ଗାଁ ନିକଟରେ ଶୁକ୍ରବାର ନୂତନ କରି ଖୋଲିଥିବା ସରକାରୀ ମଦ…

ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ନୂତନ କୁଳପତି ଡ. ଅଜିତ କୁମାର ଶାସନୀ

କୋରାପୁଟ/ସୁନାବେଡ଼ା,୩ା୭(ଅମିତାଭ ବେହେରା/କୃତ୍ତିବାସ ପ୍ରଧାନ)-କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ(ସିୟୁଓ)ର ନୂତନ କୁଳପତି ଭାବେ ଡ. ଅଜିତ କୁମାର ଶାସନୀଙ୍କୁ ନିଯୁକ୍ତ କରାଯାଇଥିବା ଜଣାପଡିଛି। ଭାରତର ରାଷ୍ଟ୍ରପତି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ସମୁଦ୍ର କୂଳ ଲଙ୍ଘିବା ଘଟଣା: ଜିଲ୍ଲାପାଳଙ୍କ ନିର୍ଦ୍ଦେଶରେ ପୋଡ଼ମପେଟାକୁ ନିଷିଦ୍ଧାଞ୍ଚଳ ଘୋଷଣା

ଗଞ୍ଜାମ/ ଛତ୍ରପୁର,୩।୭ (/ଅନାଥ ତରାଇ/ଦିଲ୍ଲୀପି ସାମଲ/ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୋଡମପେଟାରେ ସମୁଦ୍ର କୂଳ କ୍ଷୟ ଦିନକୁ ଦିନ ଉଦ୍‌ବେଗଜନକ ରୂପ ନେବାରେ ଲାଗିଛି। ସମୁଦ୍ର ଦ୍ରୁତ…

ଦାଦନ ଖଟି ଯାଇଥିଲେ, ଫେରିଲା ମୃତଦେହ: ତେଲେଙ୍ଗାନାରେ ବିଦ୍ୟୁତ ଆଘାତରେ ଗଜପତିର ଶ୍ରମିକଙ୍କ ମୃତ୍ୟୁ

ପାରଳାଖେମୁଣ୍ଡି,୩।୭(ଗିରିଧାରୀ ପରିଛା): ଗଜପତି ଜିଲାରେ ଦାଦନ ଦୁଃଖର କରୁଣ ଚିତ୍ର ପୁଣି ସାମ୍ନାକୁ ଆସିଛି। ସ୍ଥାନୀୟ ଅଞ୍ଚଳରେ କାମର ଅଭାବ ଯୋଗୁ ଜୀବିକା ଅନ୍ୱେଷଣରେ ବାହାର ରାଜ୍ୟକୁ…

ଡାକ୍ତରଙ୍କ ଆନ୍ଦୋଳନ ଯୋଗୁ ରୋଗୀସେବା ବ୍ୟାହତ: ଦୁର୍ଘଟଣାରେ ଆହତଙ୍କୁ ଚିକିତ୍ସା ନ ମିଳିବାରୁ ବୁର୍ଲା ସ୍ଥାନାନ୍ତର

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ)- ରାଜ୍ୟରେ ଡାକ୍ତରମାନଙ୍କ ବିଭିନ୍ନ ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଯୋଗୁ ସାଧାରଣ ସ୍ୱାସ୍ଥ୍ୟସେବା ଗୁରୁତର ଭାବେ ପ୍ରଭାବିତ ହୋଇଛି। ଡାକ୍ତରଖାନା ଗୁଡ଼ିକରେ ରୋଗୀସେବା ତଥା…

ଯୌତୁକ ପାଇଁ ନିର୍ଯ୍ୟାତନା ପରେ  ସ୍ତ୍ରୀଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା ଉଦ୍ୟମ: ସ୍ବାମୀ ଗଲେ ଜେଲ 

ଦିଗପହଣ୍ଡି,୩|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଶୁଣ୍ଡିପଲ୍ଲୀ ଗ୍ରାମର ବର୍ଷା ସିଂ(୨୦)ଙ୍କୁ ଯୌତୁକ ପାଇଁ ଶ୍ବଶୁର ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯ୍ୟାତନା…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri