Posted inଖେଳ

ପ୍ରାର୍ଥିପତ୍ର ଦାଖଲ କଲେ ଗାଙ୍ଗୁଲି

ମୁମ୍ବାଇ, ୧୫ା୧୦ (ପି.ଟି.)- ଅକ୍ଟୋବର ୨୩ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏଥିରେ ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ସୋମବାର ପୂର୍ବତନ ଭାରତ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ଜୟ ଶାହ ଯଥାକ୍ରମେ ସଭାପତି ଓ ସମ୍ପାଦକ ପଦବୀ ପାଇଁ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବତନ ବିସିସିଆଇ ସଭାପତି ଏନ. ଶ୍ରୀନିବାସନ, ପୂର୍ବତନ ସମ୍ପାଦକ ତଥା ସୌରାଷ୍ଟ୍ରର ଷ୍ଟଲ୍‌ଓ୍ବାର୍ଟ ନିରଞ୍ଜନ ଶାହ ଏବଂ ପୂର୍ବତନ ଆଇପିଏଲ ଚେୟାରମ୍ୟାନ ତଥା ଉତ୍ତରପ୍ରଦେଶର ପ୍ରଭାବଶାଳୀବ୍ୟକ୍ତି ରାଜୀବ ଶୁକ୍ଳାଙ୍କ ଗହଣରେ ଗାଙ୍ଗୁଲି ବିସିସିଆଇର ମୁଖ୍ୟ କାର୍ଯ୍ୟାଳୟକୁ ଯାଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ତାଙ୍କ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସୋମବାର ୮ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବିଷୟ ଶୁକ୍ଳା ପରେ ଖବରଦାତାମାନଙ୍କୁ ସୂଚନା ଦେଇଥିଲେ। ଗାଙ୍ଗୁଲି ଓ ଶାହଙ୍କ ବ୍ୟତୀତ ଅନ୍ୟ ଯେଉଁମାନେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ସେମାନଙ୍କ ମଧ୍ୟରେ ରହିଛନ୍ତି ମହିମ ବର୍ମା (ଉପସଭାପତି), ଅରୁଣ ସିଂ ଧୁମଲ (କୋଷାଧ୍ୟକ୍ଷ), ବ୍ରିଜେଶ ପଟେଲ (ଆଇପିଏଲ ଗଭର୍ନିଂ କାଉନ୍‌ସିଲ ସଦସ୍ୟ), ଜୟେଶ ଜର୍ଜ (ଯୁଗ୍ମ ସମ୍ପାଦକ) ଖୈରୁଲ ଜମିଲ ମଜୁମ୍‌ଦାର୍‌ (ଗଭର୍ନିଂ କାଉନ୍‌ସିଲ ସଦସ୍ୟ) ଏବଂ ପ୍ରଭଜୋତ୍‌ ସିଂ ଭାଟିଆ (କାଉନ୍‌ସିଲ)। ଅକ୍ଟୋବର ୨୩ରେ ବୋର୍ଡର ବାର୍ଷିକ ସାଧାରଣ ବୈଠକ ବସିବ। ଏଥିରେ ଏହି ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ବିସିସିଆଇରେ ଦାୟିତ୍ୱ ଗ୍ରହଣ କରିବା ପରେ ଗାଙ୍ଗୁଲି ଓ ଜର୍ଜଙ୍କୁ ଯଥାକ୍ରମେ ବେଙ୍ଗଲ କ୍ରିକେଟ ଆସୋସିଏଶନ ଏବଂ କେରଳ କ୍ରିକେଟ ଆସୋସିଏଶନର ମୁଖ୍ୟ ପଦବୀ ତ୍ୟାଗ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ପୁଟିନଙ୍କ ଘର ଉପରେ ଏମିତି ‘ଡ୍ରୋନ୍ ଆକ୍ରମଣ’ର କରିଥିଲା ୟୁକ୍ରେନ, ଭୟଙ୍କର ଭିଡିଓ ଜାରି କଲା ରୁଷ

ନୂଆଦିଲ୍ଲୀ,୩୧।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ଲକ୍ଷ୍ୟ କରି ଡ୍ରୋନ୍ ମାଡ଼ କରିଛି ୟୁକ୍ରେନ। ଏହି ଖବର ପରେ ଦୁଇ ଦେଶ ମଧ୍ୟରେ ଯୁଦ୍ଧ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri