Posted inଖେଳ

ପ୍ରାର୍ଥିପତ୍ର ଦାଖଲ କଲେ ଗାଙ୍ଗୁଲି

ମୁମ୍ବାଇ, ୧୫ା୧୦ (ପି.ଟି.)- ଅକ୍ଟୋବର ୨୩ରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର କର୍ମକର୍ତ୍ତା ନିର୍ବାଚନ ହେବ। ଏଥିରେ ସମସ୍ତ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ସୋମବାର ପୂର୍ବତନ ଭାରତ ଅଧିନାୟକ ସୌରଭ ଗାଙ୍ଗୁଲି ଏବଂ ଜୟ ଶାହ ଯଥାକ୍ରମେ ସଭାପତି ଓ ସମ୍ପାଦକ ପଦବୀ ପାଇଁ ସେମାନଙ୍କ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ପୂର୍ବତନ ବିସିସିଆଇ ସଭାପତି ଏନ. ଶ୍ରୀନିବାସନ, ପୂର୍ବତନ ସମ୍ପାଦକ ତଥା ସୌରାଷ୍ଟ୍ରର ଷ୍ଟଲ୍‌ଓ୍ବାର୍ଟ ନିରଞ୍ଜନ ଶାହ ଏବଂ ପୂର୍ବତନ ଆଇପିଏଲ ଚେୟାରମ୍ୟାନ ତଥା ଉତ୍ତରପ୍ରଦେଶର ପ୍ରଭାବଶାଳୀବ୍ୟକ୍ତି ରାଜୀବ ଶୁକ୍ଳାଙ୍କ ଗହଣରେ ଗାଙ୍ଗୁଲି ବିସିସିଆଇର ମୁଖ୍ୟ କାର୍ଯ୍ୟାଳୟକୁ ଯାଇ ନିର୍ବାଚନ ଅଧିକାରୀଙ୍କ ନିକଟରେ ତାଙ୍କ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ସୋମବାର ୮ଜଣ ପ୍ରାର୍ଥିପତ୍ର ଦାଖଲ କରିଥିବା ବିଷୟ ଶୁକ୍ଳା ପରେ ଖବରଦାତାମାନଙ୍କୁ ସୂଚନା ଦେଇଥିଲେ। ଗାଙ୍ଗୁଲି ଓ ଶାହଙ୍କ ବ୍ୟତୀତ ଅନ୍ୟ ଯେଉଁମାନେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ସେମାନଙ୍କ ମଧ୍ୟରେ ରହିଛନ୍ତି ମହିମ ବର୍ମା (ଉପସଭାପତି), ଅରୁଣ ସିଂ ଧୁମଲ (କୋଷାଧ୍ୟକ୍ଷ), ବ୍ରିଜେଶ ପଟେଲ (ଆଇପିଏଲ ଗଭର୍ନିଂ କାଉନ୍‌ସିଲ ସଦସ୍ୟ), ଜୟେଶ ଜର୍ଜ (ଯୁଗ୍ମ ସମ୍ପାଦକ) ଖୈରୁଲ ଜମିଲ ମଜୁମ୍‌ଦାର୍‌ (ଗଭର୍ନିଂ କାଉନ୍‌ସିଲ ସଦସ୍ୟ) ଏବଂ ପ୍ରଭଜୋତ୍‌ ସିଂ ଭାଟିଆ (କାଉନ୍‌ସିଲ)। ଅକ୍ଟୋବର ୨୩ରେ ବୋର୍ଡର ବାର୍ଷିକ ସାଧାରଣ ବୈଠକ ବସିବ। ଏଥିରେ ଏହି ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବେ ବୋଲି ଆଶା କରାଯାଉଛି। ବିସିସିଆଇରେ ଦାୟିତ୍ୱ ଗ୍ରହଣ କରିବା ପରେ ଗାଙ୍ଗୁଲି ଓ ଜର୍ଜଙ୍କୁ ଯଥାକ୍ରମେ ବେଙ୍ଗଲ କ୍ରିକେଟ ଆସୋସିଏଶନ ଏବଂ କେରଳ କ୍ରିକେଟ ଆସୋସିଏଶନର ମୁଖ୍ୟ ପଦବୀ ତ୍ୟାଗ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

ରେସଲିଂ ଫେରିବା ଆଶା ଧୂଳିସାତ

ନୂଆଦିଲ୍ଲୀ,୩୦ା୫- ଅଲିମ୍ପିଆନ ଭିନେଶ ଫୋଗତଙ୍କ ପ୍ରତିଦ୍ୱନ୍ଦ୍ୱିତାମୂଳକ ରେସଲିଂକୁ ଫେରିବା ଆଶା ଧୂଳିସାତ ହୋଇଛି। ଶନିବାର ଏସିଆନ ଗେମ୍ସ ଚୟନ ପ୍ରକ୍ରିୟାରେ ୫୩ କେଜି ସେମିଫାଇନାଲରେ ସେ ମୀନାକ୍ଷୀଙ୍କଠାରୁ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

ବଜ୍ରକାପ୍ତା ବିକ୍ରି ପାଇଁ ଏତିକି ଟଙ୍କାରେ ଛିଡ଼ିଥିଲା ଦାମ୍‌, ହଠାତ୍‌ ପହଞ୍ଚିଗଲା ବନବିଭାଗ, ୨ ଜଣଙ୍କୁ ଧରି…

ନବରଙ୍ଗପୁର,୩୦ା୫(ସଦାଶିବ ପ୍ରହରାଜ): ନବରଙ୍ଗପୁର ଡିଏଫ୍‌ଓ ଉଦୟନ ସୁବୁଦ୍ଧିଙ୍କ ନିର୍ଦ୍ଦେଶ କ୍ରମେ ଏକ ବଜ୍ରକାପ୍ତା ଜବତ କରାଯିବା ସହ ଦୁଇଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri