ପ୍ରିୟଙ୍କା ଶେୟାର କଲେ ନିଜ ଛୋଟବେଳର ଫଟୋ: ବାପାଙ୍କୁ ମନେପକାଇ ହେଲେ ଭାବବିହ୍ବଳ

ମୁମ୍ବାଇ,୧୦।୬: ବଲିଉଡ୍‌ର ଦେଶୀ ଗାର୍ଲ ଚଳିତ ଦିନରେ ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହୁଛନ୍ତି। କାନ୍‌ସ ଫିଲ୍ମ ଫେଷ୍ଟିଭାଲରେ ନିଜର ଲୁକ୍‌ରେ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିବା ପ୍ରିୟଙ୍କା ସବୁବେଳେ ନିଜର ଫଟୋ ଓ ଭିଡିଓକୁ ସୋସିଆଲ ମିଡିଆରେ ଶେୟାର କରିଥାନ୍ତି। ନିକଟରେ ପ୍ରିୟଙ୍କା ନିଜ ବାପା ଅଶୋକ ଚୋପ୍ରାଙ୍କ ସହ ଛୋଟବେଳର ଏକ ଫଟୋକୁ ଇନଷ୍ଟାଗ୍ରାମରେ ଶେୟାର କରିଛନ୍ତି। ଏହି ଫଟୋକୁ ଶେୟାର କରିବା ସହ ନିଜ ବାପାଙ୍କୁ ମନେ ପକାଇ ଭାବବିହ୍ବଳ ହୋଇପଡ଼ିଛନ୍ତି ପ୍ରିୟଙ୍କା। ‘୬ବର୍ଷ ବିତିଯାଇଥିଲେ ବି ଯେପରି ଲାଗୁଛି କାଲି ତୁମକୁ ଆମେ ହରାଇଛୁ। ବାପା ତମେ ବହୁତ ମନେପଡ଼’ ବୋଲି ପ୍ରିୟଙ୍କା ତାଙ୍କ କ୍ୟାପସନ୍‌ରେ ଲେଖିଛନ୍ତି। ଶେୟାର କରିଥିବା ଫଟୋରେ ପ୍ରିୟଙ୍କା ହ୍ବାଇଟ କଲରର ଫ୍ରକ୍‌ ପିନ୍ଧିଥିବା ବେଳେ ବାପା ଅଶୋକ ଫିଙ୍କ କଲରର ଶାର୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି। ଏଥିସହ ପ୍ରିୟଙ୍କା ଏକ ଗଛର ଡାଳରେ ବସି ହସୁଥିବା ବେଳେ ଅଶୋକ ତାଙ୍କ ପାଖରେ ଛିଡ଼ା ହୋଇଥିବା ନଜର ଆସିଛନ୍ତି। ପ୍ରିୟଙ୍କା ହସୁଥିବା ବେଳେ ବେଶ୍‌ କ୍ୟୁଟ ଦେଖାଯାଉଛନ୍ତି। ତାଙ୍କର ଏହି ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରିୟଙ୍କାଙ୍କ ବାପା କ୍ୟାନ୍‌ସର ରୋଗରେ ପୀଡ଼ିତ ଥିବା ବେଳେ ୨୦୧୩ ଜୁନ ୧୦ରେ ତାଙ୍କର ନିଧନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ…

୫୦୦୦ ଟଙ୍କା ପାଇଁ ମହିଳାଙ୍କୁ ଜିଅନ୍ତା ଜାଳିଦେଲେ ପଡ଼ୋଶୀ

ପାଟନ୍‌,୧୫।୭: ମାତ୍ର ୫୦୦୦ଟଙ୍କା ଋଣ କାରବାରକୁ କେନ୍ଦ୍ରକରି ଗୁଜରାଟର ପାଟନ୍‌ ଜିଲାରେ ପିଙ୍କିବେନ ପଟନୀ(୩୫) ନାମକ ଜଣେ ବିଧବା ମହିଳାଙ୍କୁ ପଡ଼ୋଶୀ ବାବୁଭାଇ ରାବଲ୍‌ ପେଟ୍ରୋଲ ଢାଳି…

ଏହି ଜିଲାରେ ସମସ୍ତ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର, ୧୫।୭: ପ୍ରବଳ ବର୍ଷା ପାଇଁ ଆଜି ପୁରୀ ଜିଲାରେ ସମସ୍ତ ସ୍କୁଲ ବନ୍ଦ ରହିବ। ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ସ୍କୁଲ ପାଇଁ ଛୁଟି ଘୋଷଣା।…

କଫ ସିରପ୍‌ର ହବ୍‌ ପାଲଟିଛି ବରଗଡ଼: ରାଜଧାନୀକୁ ଚେର

ବରଗଡ଼,୧୫।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ନିଶା କାରବାରର ହବ ପାଲଟିଛି। ଏଠାରେ କଫ୍‌ ସିରପଠାରୁ ଆରମ୍ଭ କରି ଗଞ୍ଜେଇ, ବ୍ରାଉନସୁଗାର ଆଦି ନିଶା କାରବାର ଚାଲିଛି। ପୋଲିସ ଥରକୁଥର ଚଢ଼ାଉ…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ଭୀଷଣ ବର୍ଷା ଆଲର୍ଟ

ଭୁବନେଶ୍ୱର,୧୫।୭: ଉତ୍ତର ଓଡ଼ିଶା-ପଶ୍ଚିମ ବଙ୍ଗୋପସାଗର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଗତକାଲିର ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସୃଷ୍ଟି ହୋଇଛି ଏହି ଲଘୁଚାପ। ବୁଧବାର ସକାଳ ୫.୩୦ରେ…

ବ୍ରେକ ଡାଉନ ଟ୍ରକ ପଛ ପଟେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ପଦ୍ମପୁର ରାସ୍ତାର କରକଚିଆ ସ୍କୁଲ ନିକଟରେ ବ୍ରେକ ଡାଉନ ପଡ଼ିଥିବା ଏକ ଟ୍ରକ ପଛପଟେ ମଙ୍ଗଳବାର ରାତିରେ…

ଜରାଜୀର୍ଣ୍ଣ ଘରେ ଜୀବନ କାଟୁଛନ୍ତି ତ୍ରିପୁରା: ସରକାରୀ ସହାୟତା ଅପେକ୍ଷାରେ …

ଲୋଇସିଂହା,୧୫।୭(ସୁଶାନ୍ତ ବାରିକ):ବୟସର ଅପରାହ୍ନରେ ଜୀବନ ସହ ଲଢେଇ କରୁଛନ୍ତି ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଲତରପାଲି ଗ୍ରାମର ୭୭ ବର୍ଷୀୟା ଅସହାୟ ବୃଦ୍ଧା ତ୍ରିପୁରା ମହାନନ୍ଦ। ସ୍ବାମୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri