ପ୍ରେମରେ ଧୋକା: ଥାନା ଆଗରେ ଦେହରେ ନିଆଁ ଲଗାଇଲେ ମହିଳା

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ପ୍ରେମିକଙ୍କ ଧୋକା ସହି ନ ପାରି ନୂଆପଲ୍ଲୀ ଥାନା ସମ୍ମୁଖରେ ଜଣେ ମହିଳା ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ମହିଳାଙ୍କ ଘର ଜଗତସିଂହପୁର ଜିଲା ଝଙ୍କଡ ଅଞ୍ଚଳରେ। ତାଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ କ୍ୟାପିଟାଲ ହସ୍ପିଟାଲ ପରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ଅନ୍ୟପକ୍ଷରେ ଅଭିଯୁକ୍ତ ପ୍ରେମିକଙ୍କୁ ନୂଆପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ କେନ୍ଦ୍ରାପଡ଼ା ଜିଲା ଡେରାବିଶ ଅଞ୍ଚଳର ଜିତେନ୍ଦ୍ର ପ୍ରଧାନ।
ସୂଚନା ମୁତାବକ, ଗଞ୍ଜାମ ଜିଲାର ଜଣେ ଯୁବକଙ୍କୁ ୮ ବର୍ଷ ତଳେ ମହିଳା ଜଣକ ବିବାହ କରିଥିଲେ। ଦୁହେଁ ସାଲିଆସାହିରେ ରହୁଥିଲେ। ବର୍ଷେ ତଳେ ଝଗଡ଼ା ହେବାରୁ ସ୍ବାମୀସ୍ତ୍ରୀ ଅଲଗା ହୋଇଯାଇଥିଲେ। ଏହାପରେ ମହିଳା ଜଣକ ସାଲିଆସାହିରେ ରହୁଥିବା ମା’ଙ୍କ ପାଖରେ ରହି ଜୟଦେବ ବିହାରରେ ଥିବା ଏକ ହୋଟେଲରେ କାମ କରୁଥିଲେ। ସେଠାରେ ଅଭିଯୁକ୍ତ ଜିତେନ୍ଦ୍ର ସିକ୍ୟୁରିଟି ଗାର୍ଡ ଥିଲେ। ଜିତେନ୍ଦ୍ର ବିବାହିତ ଏବଂ ତାଙ୍କର ଗୋଟିଏ ପୁଅ ମଧ୍ୟ ଅଛି। କିନ୍ତୁ ମହିଳାଙ୍କ ସହିତ ତାଙ୍କର ପ୍ରେମସମ୍ପର୍କ ଗଢ଼ି ଉଠିଥିଲା। ଜିତେନ୍ଦ୍ର ବିବାହ କରିବାର ପ୍ରତିଶ୍ରୁତି ଦେଇ ମହିଳାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ପରବର୍ତ୍ତୀ ସମୟରେ ସେ ଆଉ ବିବାହ କରିବେ ନାହିଁ ବୋଲି କହିବାରୁ ଏହାକୁ ନେଇ ଦୁହିଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ସୋମବାର ରାତିରେ ଉଭୟେ ଥାନାକୁ ଆସିଥିଲେ। ଥାନା ଅଧିକାରୀ ଅରୁଣ କୁମାର ସ୍ବାଇଁ ମହିଳାଙ୍କ ଅଭିଯୋଗ ଶୁଣିବା ପରେ ଏତଲା ଦେବାକୁ କହିଥିଲେ। ଏତଲା ଲେଖିବା ପାଇଁ ମହିଳା ଜଣକ ଥାନା ବାହାରକୁ ଯାଇଥିବାବେଳେ ଜିତେନ୍ଦ୍ରଙ୍କ କଟୁକଥାରେ ଅତିଷ୍ଠ ହୋଇ ଦେହରେ ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କର୍ମଚାରୀ ଓ ସ୍ଥାନୀୟ ଲୋକେ ପାଣି ପକାଇ ନିଅଁା ଲିଭାଇ ତୁରନ୍ତ ହସ୍ପିଟାଲ ନେଇଥିଲେ। ମହିଳାଙ୍କ ଶରୀରର ୯୦ ପ୍ରତିଶତ ପୋଡ଼ିଯାଇଛି। ବୁଧବାର ପୋଲିସ ମହିଳାଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ରେକର୍ଡ କରିଥିଲା। ଜିତେନ୍ଦ୍ର ତାଙ୍କୁ ପ୍ରତାରଣା କରିବାରୁ ସେ ଦେହରେ ନିଆଁ ଲଗାଇଥିବା କହିଥିଲେ। ମହିଳାଙ୍କ ମା’ଙ୍କ ଅଭିଯୋଗ କ୍ରମେ ପୋଲିସ ୧୩୬/୨୦ ନମ୍ବରରେ ଏକ ମାମଲା ରୁଜୁକରି ଜିତେନ୍ଦ୍ରଙ୍କୁ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri