ପ୍ରେମରେ ପ୍ରତାରଣା ପରେ ଆତ୍ମହତ୍ୟା ଘଟଣା: ଯୁବତୀଙ୍କ ବିରୋଧରେ ଅଭିଯୋଗ କଲେ ମୃତକଙ୍କ ଭାଇ

କଟକ ଅଫିସ, ୧୩ା୧: ଯୁବତୀଙ୍କ ନିକଟରୁ ପ୍ରତାରଣାର ଶିକାର ହେବା ପରେ ମନୋଜ ସ୍ବାଇଁ ନାମକ ଯୁବକ ଶନିବାର କଟକ ଜିଲା ମଧୁପାଟଣା ଥାନା ଅଧୀନ ତାଳଦଣ୍ଡା କେନାଲ ନିକଟ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ହେଲେ ମନୋଜଙ୍କ ବଡଭାଇ ବିନୋଦ ରବିବାର କଟକ ଜିଆରପି ଥାନାରେ ସମ୍ପୃକ୍ତା ଯୁବତୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରରେ ଦର୍ଶାଯାଇଛି, ଯୁବତୀ ଜଣକ ମନୋଜଙ୍କ ସହ ଭଲପାଇବାର ଅଭିନୟ କରୁଥିଲେ। ମନୋଜଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ନିକଟରୁ ଟଙ୍କା ନେଉଥିଲେ। ଏଥିସହ ତାଙ୍କୁ ମାନସିକ ନିର୍ଯାତନା ଦେଉଥିଲେ, ଯେଉଁଥିପାଇଁ ମନୋଜ ଆତ୍ମହତ୍ୟା କରିଛନ୍ତି ବୋଲି ବିନୋଦ ଅଭିଯୋଗପତ୍ରରେ ଦର୍ଶାଇଛନ୍ତି। ଏହି ଅଭିଯୋଗକୁ ଭିତ୍ତିକରି ଜିଆରପି ଏକ ମାମଲା(ନଂ.୨/୨୦) ରୁଜୁ କରି ଅଧିକ ତଦନ୍ତ ଚଳାଇଛି।
ମିଳିଥିବା ସୂଚନା ଅନୁଯାୟୀ, ମନୋଜଙ୍କ ଘର ନିଆଳି ଅଞ୍ଚଳରେ। ସେ କଟକ ରାଉସାପାଟଣାରେ ଘର ଭଡା ନେଇ ରହୁଥିଲାବେଳେ ଏକ ଘରୋଇ କମ୍ପାନୀରେ ଚାକିରି କରିଥିଲେ। ଏହି ସମୟରେ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ପଢୁଥିବା ଯାଜପୁର ଜିଲାର ଜଣେ ଯୁବତୀଙ୍କ ସହ ତାଙ୍କର ପ୍ରେମ ସମ୍ପର୍କ ଗଢି ଉଠିଥିଲା। ପ୍ରାୟ ୩ ବର୍ଷର ପ୍ରେମ ସମ୍ପର୍କ ଭିତରେ ସମ୍ପୃକ୍ତା ଯୁବତୀଙ୍କୁ ବିବାହ କରିବାର ସ୍ବପ୍ନ ଦେଖିଥିଲେ ମନୋଜ। ତେବେ ଯୁବତୀ ଜଣକ ତାଙ୍କୁ ବାହା ହେବାକୁ ମନା କରିଦେବାରୁ ସେ ଟ୍ରେନ୍‌ ଲାଇନରେ ଆତ୍ମହତ୍ୟା କରିଥିଲେ। ଆତ୍ମହତ୍ୟା ପୂର୍ବରୁ ମନୋଜ ଏକ ଭିଡିଓ ପ୍ରସ୍ତୁତ କରିଥିଲେ ଓ ତାଙ୍କ ମୃତଦେହ ନିକଟରୁ ଏକ ସୁଇସାଇଡ ନୋଟ୍‌ ମିଳିଥିଲା। ଉକ୍ତ ସୁଇସାଇଡ୍‌ ନୋଟ୍‌ରେ ମନୋଜଙ୍କ ମୃତ୍ୟୁ ପାଇଁ ତାଙ୍କ ପ୍ରେମିକା ହିଁ ଦାୟୀ ବୋଲି ଲେଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଇତାନ ସାଜିଲେ ମା’: ୨ ଶିଶୁଙ୍କୁ ପନିକିରେ ହାଣିବା ପରେ ନିଜେ…

ଝାରସୁଗୁଡା, ୧୨।୪(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବିମାନ ବନ୍ଦର ଥାନା ଓରାମପଡାଠାରେ ଶନିବାର ବିଳମ୍ବିତ ରାତ୍ରିରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ମା’…

ହନୁମାନ ଦେଖି ଭୟରେ ଦୌଡ଼ୁଥିଲେ ଶୁଭଙ୍କର: ବିଦ୍ୟୁତ ସବ୍‌ଷ୍ଟେଶନରେ ଘଟିଲା ଅଘଟଣ

କୃଷ୍ଣପ୍ରସାଦ,୧୨।୪(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଭାବିନିପୁର ଗ୍ରାମରେ ଯାତ୍ରା ଦେଖିବାବେଳେ ଘଟିଛି ଏକ ଅଭାବନୀୟ ଘଟଣା। ଯାତ୍ରାର ହନୁମାନକୁ ଦେଖି ପାରଳା ଗ୍ରାମର…

ଶ୍ରୀମନ୍ଦିର ଖଣ୍ଡୋଲାଇଟ୍‌ ପଥରକୁ ନେଇ ସାଂଘାତିକ କଥା କହିଲେ ବବିଙ୍ଗ ଦାଦା: ଚର୍ଚ୍ଚାରେ..

ଯାଜପୁର ଟାଉନ,୧୨।୪(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ବାହାବଳପୁରରେ ନିର୍ମାଣ ହୋଇଥିବା ପୂର୍ବତନ ବିଧାୟକ ତଥା ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଘର ଏବେ ଚର୍ଚ୍ଚାରେ। ଉକ୍ତ…

ଏଇ ଭାରତରେ

ଭାରତୀୟ ସ୍ଥଳସେନାରେ ୨୧ ବର୍ଷ ସେବା କରି କଲୋନେଲ ସୁବାସ ଦେଶଓ୍ବାଲ ଅବସର ନେବା ପରେ ଜଣେ ଚାଷୀ ଭାବେ ଜୀବନ କାଟୁଛନ୍ତି। ସେ ଗାଜର ଚାଷ…

ଆର୍ଟେମିସ୍‌-୨ ମିଶନ ସ୍ପେଶାଲିଷ୍ଟ

ମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍‌ ସ୍ପେସ୍‌ ଆଡ୍‌ମିନିଷ୍ଟ୍ରେଶନ (ନାସା)ର ଆର୍ଟେମିସ୍‌-୨ ମିଶନରେ ଚନ୍ଦ୍ର ଅଭିଯାନରେ ଯାଇଥିବା ୪ ମହାକାଶଚାରୀ ୧୦ ଏପ୍ରିଲରେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପୃଥବୀର ଏକମାତ୍ର…

ସୃଷ୍ଟି-ସୂତ୍ରଧର ହିଁ ‘ଭଗବାନ’

ବାଇବେଲ ଗ୍ରନ୍ଥ ଅନ୍ତର୍ଗତ ‘ଜେନେସିସ୍‌ ୧’ର ଶ୍ଲୋକ ୨୬ରେ ଅଛି ”ଭଗବାନ ତାଙ୍କ ରୂପରେ ମଣିଷ ସୃଷ୍ଟି କରିଛନ୍ତି“, ଶ୍ଲୋକ ୨୭ ପୁନରାବୃତ୍ତି କରି କହିଛି, ”ଭଗବାନ…

ରାସ୍ତା ମଝିରେ ବିପଦସଙ୍କୁଳ ବିଦ୍ୟୁତ୍‌ ଖୁଣ୍ଟ: ଯାତାୟତରେ ବାଧା

ଅତାବିରା, ୧୨।୪(ଯୁଧିଷ୍ଠିର ମହାପାତ୍ର ): ବରଗଡ଼ ଜିଲା ଅତାବିରା ବ୍ଲକ ଚକୁଳିଫାର୍ମ -ଗଡମୁଣ୍ଡା କେନାଲ ରାସ୍ତାର ପ୍ରଶସ୍ତୀକରଣ କରାଯାଉଥିବାବେଳେ ରାସ୍ତା ମଝିରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ହଟୁନାହିଁ।…

ଏତେ ପ୍ରୀତି କାହିଁକି

ଆମେ ଅନ୍ତର୍ଜାତୀୟ ମଧ୍ୟସ୍ଥତା ଧାରଣାକୁ ଘୃଣାଜନକ ମନେକରୁ। ଏହା କାହିଁକି କରୁଛୁ ସେ ବିଷୟରେ ମୋ ପାଖରେ ତଥ୍ୟ ନାହିଁ। ତେବେ ଆମେ ଜାଣୁ ଯେ ଯେଉଁମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri