ଭାପୁର, ୧୧।୮(ଡି.ଏନ୍.ଏ.) – ଢେଙ୍କାନାଳ ସଦର ଥାନା ଭାପୁର ଫାଣ୍ଡି ଅଧୀନ ଜରିପାଳ ଛକରୁ ଜଣେ ଅସହାୟ ଯୁବତୀ (୧୮ବର୍ଷ)ଙ୍କୁ ଶନିବାର ପୋଲିସ ଉଦ୍ଧାର କରିଛି। ସମ୍ପୃକ୍ତ ଯୁବତୀ ଜଣକ ପ୍ରେମିକଙ୍କ ଦ୍ୱାରା ନିର୍ଯାତନାର ଶିକାର ହୋଇଥିବା କହିଛନ୍ତି। ଏ ନେଇ ଥାନାରେ ମାମଲା ରୁଜୁ ହୋଇଛି। ଖବର ଲେଖାଯିବା ସୁଦ୍ଧା ଅଭିଯୁକ୍ତ ଫେରାର ଥିବାବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି। ଯୁବତୀ ଜଣକ ଇତଃସ୍ତତଃ ଭାବେ ବୁଲୁଥିବା ଦେଖି ଗ୍ରାମବାସୀଙ୍କ ସନ୍ଦେହ ହୋଇଥିଲା। ଏ ନେଇ ସେମାନେ ପୋଲିସକୁ ସୂଚନା ଦେଇଥିଲେ। ପ୍ରଥମେ ଯୁବତୀଜଣକ ନିଜକୁ ତିଗିରିଆ ଅଞ୍ଚଳର ବାସିନ୍ଦା ବୋଲି ପରିଚୟ ଦେଇଥିଲେ। ଘରୁ ରାଗି ପଳାଇ ଆସିଥିବାରୁ ଘର ଲୋକେ ତାଙ୍କୁ ଗ୍ରହଣ କରୁ ନ ଥିବା କହିଥିଲେ। ଏହାକୁ ନେଇ ସନ୍ଦେହ ଉପୁଜିଥିଲା। ପୋଲିସଠାରୁ ସୂଚନା ପାଇ ପୂର୍ବାହ୍ନ ୯ଟାରେ ଘର ଲୋକେ ପହଞ୍ଚତ୍ବା ପରେ ପ୍ରକୃତ କଥା ପଦାକୁ ଆସିଥିଲା। ପୋଲିସ ସୂଚନା ଅନୁଯାୟୀ, ସମ୍ପୃକ୍ତ ଯୁବତୀଙ୍କ ସହ କଦଳୀପାଳ ଗ୍ରାମର ଦୁଷ୍ମନ୍ତ ନାଏକଙ୍କ ପ୍ରେମ ସମ୍ପର୍କ ଗଢ଼ିଉଠିଥିଲା। ୨୦୧୬ରେ ସେ ଘର ଛାଡ଼ି ତାଙ୍କ ସହ ପଳାଇ ଆସିଥିଲେ। ହେଲେ ନାବାଳିକା ହୋଇଥିବାରୁ ଉକ୍ତ ସମୟରେ ମୁନିଗୁଡ଼ା ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଅଭିଯୁକ୍ତ ଯୁବକ ଗିରଫ ହୋଇଥିଲେ। ଏହାପରେ ନାବାଳିକା ସ୍ବଧାର ଗୃହରେ ରହୁଥିଲେ। ଦୁଷ୍ମନ୍ତ ଜେଲରୁ ଫେରିବା ପରେ ୭ମାସ ହେଲା ଉଭୟେ କଳଦୀପାଳ ଗ୍ରାମରେ ରହୁଥିଲେ। ଶୁକ୍ରବାର ରାତିରେ ଯୁବକ ଜଣକ ମାଡ଼ ମାରିବାରୁ ଯୁବତୀଜଣକ ଭୟରେ ଘରୁ ପଳାଇ ଆସି ରାତିସାରା ଏକ ବୁଦାମୂଳେ ଲୁଚି ରହିଥିଲେ। ସକାଳୁ ଜରିପାଳ ଛକରେ ଅସହାୟ ଅବସ୍ଥାରେ ବୁଲୁଥିବାବେଳେ ଅଞ୍ଚଳବାସୀଙ୍କଠାରୁ ସୂଚନା ପାଇ ପୋଲିସ ତାଙ୍କୁ ଉଦ୍ଧାର କରି ପରିବାର ଲୋକଙ୍କ ଜିମା ଦେଇଥିଲା। ରାସୋଳ ଥାନା ଅଞ୍ଚଳରେ ଘଟଣା ଘଟିଥିବାରୁ ଯୁବତୀ ଜଣକ ସେଠାକାର ପୋଲିସ ନିକଟରେ ଅଭିଯୋଗ କରିଛନ୍ତି।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…
Archives

