ଅନୁଗୋଳ ଅଫିସ, ୧୪।୬- ରଜ ପାଇଁ ସ୍ବାମୀଙ୍କ ସହ ଅନୁଗୋଳ ବଜାରକୁ କିଣାକିଣି କରିବାକୁ ଆସିଥିବା ଜଣେ ମହିଳା ପ୍ରେମିକଙ୍କ ସହ ଯିବାକୁ ଜିଦ୍ ଧରିବା ଘଟଣା ଗୁରୁବାର ସହରରେ ଚର୍ଚ୍ଚାର ବିଷୟ ପାଲଟିଛି। ଏଥିଯୋଗୁ ଅନୁଗୋଳ ବସ୍ଷ୍ଟାଣ୍ଡରେ ସମ୍ପୃକ୍ତ ସ୍ବାମୀଙ୍କୁ ହଟହଟା ହେବାକୁ ପଡିଛି। ସ୍ଥାନୀୟ ଲୋକଙ୍କ ହସ୍ତକ୍ଷେପ ସତ୍ତ୍ୱେ ଘଟଣା ସମାଧାନ ନ ହେବାରୁ ଥାନାର ଦ୍ୱାରସ୍ଥ ହୋଇଛନ୍ତି ଉଭୟ ସ୍ବାମୀ ସ୍ତ୍ରୀ ଓ ସମ୍ପୃକ୍ତ ପ୍ରେମିକ।
ସୂଚନା ମୁତାବକ, ପୂର୍ବରୁ ବିବାହ କରିଥିବା ଯୁବକ ଜଣକ ପ୍ରାୟ ସାଢେ ୩ ବର୍ଷ ପୂର୍ବେ ସମ୍ପୃକ୍ତ ମହିଳାଙ୍କୁ ଦ୍ୱିତୀୟ ବିବାହ କରିଥିଲେ। ଗୁରୁବାର ସ୍ବାମୀ ସ୍ତ୍ରୀ ରଜ ପାଇଁ ବିଭିନ୍ନ ଜିନିଷ ଓ ପୋଷାକ ପତ୍ର କିଣିବାକୁ ଅନୁଗୋଳ ବଜାରକୁ ଆସିଥିଲେ। ସେଠାରେ ପୂର୍ବ ପ୍ରେମିକଙ୍କ ସହ ସମ୍ପୃକ୍ତ ମହିଳାଙ୍କ ଦେଖା ହୋଇଥିଲା। ଏହା ପରେ ମହିଳା ଜଣକ ପ୍ରେମିକଙ୍କ ସହ ଯିବେ ବୋଲି ଜିଦ୍ ଧରିଥିଲେ। ଫଳରେ ସ୍ବାମୀ କିଛି ଉପାୟ ନ ପାଇ ସ୍ଥାନୀୟ ଲୋକଙ୍କ ସହାୟତା ମାଗିଥିଲେ। ଅନୁଗୋଳ ବସ୍ଷ୍ଟାଣ୍ଡରେ ଏଥିଯୋଗୁ ଗହଳି ଜମିଥିଲା। ବୁଝାଶୁଝା ସତ୍ତ୍ୱେ ମହିଳା ଜଣକ ନ ମାନିବାରୁ ସମସ୍ତଙ୍କୁ ନେଇ ଲୋକେ ବସ୍ଷ୍ଟାଣ୍ଡରେ ଥିବା ଫାଣ୍ଡିକୁ ଯାଇଥିଲେ। ସେଠାରେ ମଧ୍ୟ ମହିଳା ଜଣକ ଜିଦ୍ରେ ଅଟଳ ରହିଥିଲେ।
ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…
ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…
ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ
ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…
ମା’ ଅଗ୍ନିରୁପାଙ୍କ ଆବର୍ଭାବ: ଭକ୍ତଙ୍କ ପ୍ରବଳ ଭିଡ଼, ଅଧରାତିରେ ଦେହୁରୀ ଯାଇ…
ତାଳଚେର,୨୩/୩(ମନୋଜ ନନ୍ଦ):ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳା ମନ୍ଦିରର ପୂର୍ବ ଦିଗ ହିଙ୍ଗୁଳା ମନ୍ଦିର ପଛ ପାଖରେ ପ୍ରାୟ ୨ ସହ ମିଟର ଦୂରରେ ଚଳିତ ବର୍ଷ…
ଡ୍ୟୁଟି ସାରି ଫେରୁଥିଲେ ସୁମନ୍ତ, ଧକ୍କା ଦେଲା ଟ୍ରକ୍: ଆଉ ତା’ପରେ…
କଣିହାଁ,୨୩/୩(ନିରୋଜ ପ୍ରଧାନ):ଅନୁଗୋଳ ଜିଲା କଣିହାଁ ବ୍ଲକ ଗୋଡିବନ୍ଧଠାରୁ କଣିହାଁ ଯାଇଥିବା ଜାତୀୟ ରାଜପଥ ୫୩ର ନୂଆଁ ବଲାଙ୍ଗି ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ଟ୍ରକ ଚକା…
ଭାରସାମ୍ୟ ହରାଇ ଓଲଟିଲା ପିଚୁ ବୋଝେଇ ଟ୍ୟାଙ୍କର, ନିଆଁ ଲାଗି ଡ୍ରାଇଭର ଜୀବନ୍ତ ଦଗ୍ଧ
ପାଲଲହଡା,୧୩।୩(ଦିବ୍ୟଜ୍ୟୋତି ଦାଶ): ଗୁରୁବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା । ଟ୍ୟାଙ୍କର ସହ ଜୀଅନ୍ତା ଜଳିଗଲେ ଡ୍ରାଇଭର । ବିଳମ୍ବିତ ରାତିରେ ଅନୁଗୁଳ ଜିଲା ଖମାର ଥାନା ଅନ୍ତର୍ଗତ…
ବନ୍ତଳାରେ ଭୟାବହ ଅଗ୍ନିକାଣ୍ଡ: ଗ୍ୟାସ ଟାଙ୍କି ଫାଟି ଜଳିଗଲା ୧୦ ଦୋକାନ, ୫ ଦମକଳ ଗାଡ଼ି…
ବନ୍ତଳା, ୧୨।୩(ସୁଶିତ ସାହୁ): ଅନୁଗୋଳ ଜିଲା ଶଙ୍ଖପୁର ମଦନମୋହନ ଛକସ୍ଥିତ ବନ୍ତଳା ବଜାରରେ ଗୁରୁବାର ଅପରାହ୍ନରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଗ୍ୟାସ ଟାଙ୍କି ବିସ୍ଫୋରଣ ଯୋଗୁ…
ବାଇକ୍ ଆରୋହୀଙ୍କୁ ଧକ୍କା ଦେଲା ଟ୍ରଲର : ଘଟଣାସ୍ଥଳରେ ଚପା ଉତ୍ତେଜନା
ପାଲଲହଡ଼ା,୮।୩(ଦିବ୍ୟଜ୍ୟୋତି ଦାଶ : ଟ୍ରଲର ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ୍ୟୁ। ୧୪୯ ନ ଜାତୀୟ ରାଜପଥ ଅବରୋଧ ସହିତ ଘଟଣାସ୍ଥଳରେ ଚପା ଉତ୍ତେଜନା। ଏଭଳି ଘଟଣା ଘଟିଛି…
ବିବାହ ଭୋଜି ଖାଇ ୨ ଶହରୁ ଅଧିକ ଅସୁସ୍ଥ
ଅନୁଗୋଳ,୨୮ା୨(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ନିକଟସ୍ଥ ତୁବେ ଗ୍ରାମରେ ବୁଧବାର ରାତିରେ ଏକ ବିବାହ ଭୋଜି ଖାଇଥିବା ଲୋକଙ୍କ ମଧ୍ୟରୁ ୨ ଶହରୁ ଅଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି।…
Archives

