ପ୍ରେମିକାଙ୍କୁ ଭେଟିବାକୁ ଆସିି ପ୍ରେମିକ ହଟହଟା: ରାତାରାତି ବିବାହ କରାଇଲେ ଗ୍ରାମବାସୀ

ସୋର, ୧୩ା୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଥାନା ମାଣିପୁର ଗୁଲୁଣିଆ ଗ୍ରାମରେ ଗୁରୁବାର ଏକ ନାଟକୀୟ ଘଟଣା ଘଟିଛି। ଫେସ୍‌ବୁକ୍‌ରୁ ପ୍ରେମ ସମ୍ପର୍କ ସ୍ଥାପନ କରିଥିବା ଜଣେ ଯୁବକ ପ୍ରେମିକାଙ୍କୁ ଭେଟିବାକୁ ଆସିଥିବା ବେଳେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡି ହଟହଟା ହୋଇଛନ୍ତି। ଶେଷରେ ଉଭୟଙ୍କୁ ରାତାରାତି ଗ୍ରାମବାସୀ ବିବାହ କରାଇଛନ୍ତି।
ଏହି ଗ୍ରାମର ଜଣେ ଯୁବତୀଙ୍କ ସହ ବାବୁପାଟଣା ଗ୍ରାମର ଜଣେ ଯୁବକଙ୍କ ଫେସ୍‌ବୁକ୍‌ରୁ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଗୁରୁବାର ରାତିରେ ପ୍ରେମିକାଙ୍କ ଘରେ କେହି ନ ଥିବା ବେଳେ ପ୍ରେମିକ ତାଙ୍କ ଘରକୁ ଆସିଥିଲେ। ଏହା ଜାଣି ପାରି ଗ୍ରାମବାସୀ ଉକ୍ତ ଯୁବକଙ୍କ ଅଟକ ରଖିଥିଲେ। ଏହାପରେ ଲୋକେ ଯୁବତୀଙ୍କ ମା’ଙ୍କୁ ଖବର ଦେଇଥିଲେ। ଯୁବତୀଙ୍କ ମା’ ଘରେ ପହଞ୍ଚି ଘଟଣା ସମ୍ପର୍କରେ ଜାଣିଥିଲେ। ଏନେଇ ଗ୍ରାମବାସୀଙ୍କ ସହ ଆଲୋଚନା କରାଯାଇ ତୁରନ୍ତ ବିବାହ ସାମଗ୍ରୀ ଯୋଗାଡ କରାଯାଇଥିଲା। ବିଳମ୍ବିତ ରାତିରେ ବୈଦିକ ରୀତିରେ ଉଭୟଙ୍କୁ ବିବାହ ବନ୍ଧନରେ ଆବଦ୍ଧ କରାଯାଇଥିଲା। ବାହାଘର ପରେ ବରକନ୍ୟା ବରଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି, ଓଡ଼ିଶାର ଲୋକେ ବହୁତ ଭଲ।…

ସମ୍ବଲପୁରରେ ପ୍ରବଳ ବର୍ଷା: ଜଣେ ଭାସିଗଲେ, ଜଣେ ଉଦ୍ଧାର

ସମ୍ବଲପୁର,୬ା୭(ପ୍ରମୋଦ ବହିଦାର): ସମ୍ବଲପୁରରେ ଗତ ୪ ଦିନ ଧରି ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିଥିବା ବେଳେ ଗତ ରାତ୍ରି ତମାମ ଅବିଶ୍ରାନ୍ତ ବର୍ଷା ଫଳରେ…

ହତ୍ୟା କରି ନଦୀରେ ଫିଙ୍ଗିଦେଲେ, ଗାଁରେ ଉତ୍ତେଜନା

ନୟାଗଡ଼,୬ା୭(ଲୋକନାଥ ମିଶ୍ର): ନୟାଗଡ଼ ସଦର ଥାନା ଡାଳିଆମଡ଼ା ଗାଁରେ ଏକ ଅଭାବନୀୟ କାଣ୍ଡ ଘଟିଚି। ଅଭି ସାହୁ ନାମକ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରି ରବିବାର ରାତିରେ…

କନ୍ଧମାଳରେ ସବୁ ବିଦ୍ୟାଳୟ ଛୁଟି: ମୋବାଇଲ ନେଟ୍‌ଓ୍ବର୍କ୍‌ ନ ଥିବାରୁ ଶିକ୍ଷକଙ୍କ ନିକଟରେ ପହଞ୍ଚିପାରୁନି ନିର୍ଦ୍ଦେଶନାମା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ସୋମବାର ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟକୁ ଛୁଟି ରଖିବା…

ଦାରିଙ୍ଗବାଡ଼ି ଅଞ୍ଚଳରେ ଲଗାଣ ବର୍ଷା: ୩ ଦିନ ହେଲା ଅନ୍ଧାରରେ ଏକାଧିକ ପଞ୍ଚାୟତ, ଲୋକଙ୍କୁ ଡିବି-ଲଣ୍ଠନ ଭରସା

ଦାରିଙ୍ଗବାଡ଼ି,୬ା୭(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗୁରୁବାର ବିଳମ୍ବିତ ରାତିରୁ ଲଗାଣବର୍ଷା ଜାରି ରହିଛି। ଫଳରେ ଅଞ୍ଚଳରେ ଏକ ପ୍ରକାର ଅଚଳାବସ୍ଥା ଦେଖାଯାଇଛି। ବର୍ଷା ପରଠାରୁ ବିଦ୍ୟୁତ୍‌ ବାରମ୍ବାର…

ଏଇ ଭାରତରେ

ରକ୍ତଦାନ ମହାପୁଣ୍ୟ, ଏହି ଉକ୍ତିର ଯଥାର୍ଥତା ପ୍ରତିପାଦନ କରିଛନ୍ତି ତେଲଙ୍ଗାନାର ଭି. ରାମକୃଷ୍ଣ ରେଡ୍ଡୀ। ସେ ୩୦ ବର୍ଷ ଧରି ରକ୍ତଦାନ କାର୍ଯ୍ୟକ୍ରମକୁ ସଫଳତାର ସହ ସଞ୍ଚାଳନ…

ଐତିହାସିକ ବିସ୍ମୃତିର ନବପର୍ବ

ଗୋଟିଏ ମୂର୍ତ୍ତି। ଅତୀତର ଗର୍ଭରେ ବିଲୀନ ହୋଇଯାଇଥିବା ମହେଞ୍ଜୋଦାରୋ ସଭ୍ୟତାର ସାମାଜିକ ଓ ସାଂସ୍କୃତିକ ଜୀବନଧାରା ସମ୍ପର୍କରେ ଯେଉଁ ଯତ୍‌କିଞ୍ଚତ୍ତ୍‌ ଧାରଣା ଏବେ ଆମେ ପାଇଛେ, ସେଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri