ପ୍ରେମିକା ଘରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଭୁବନେଶ୍ୱର, ୬।୧୨(ବ୍ୟୁରୋ):ପ୍ରେମିକା ଘରୁ ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ମିଳିଛି। ରାଜଧାନୀ ଭୁବନେଶ୍ୱରର ସାଲିଆ ସାହିରେ ରବିବାର ଏଭଳି ଘଟଣା ସାମ୍ନାକୁ ଆସିଛି। ମୃତକ ଦ୍ୱୟ ହେଲେ ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ଅନ୍ତର୍ଗତ ନାରାୟଣପୁର ଗ୍ରାମର ଚିତ୍ରସେନ ଗୌଡ଼ (୨୦) ଏବଂ ଭୁବନେଶ୍ୱର ଶ୍ରୀରାମନଗର ସାଲିଆ ସାହିରେ ରହୁଥିବା ଦିଗପହଣ୍ଡି ଅଞ୍ଚଳର ପି. ବର୍ଷା ରେଡ୍ଡୀ (୧୬)। ଖବର ପାଇ ନୟାପଲ୍ଲୀ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘରର କାନ୍ଥ ଭାଙ୍ଗି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲ ପଠାଇଥିଲା। ସୋମବାର ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ. ୧୦୯/୨୨) ରୁଜୁ କରି ପରିବାର ଲୋକଙ୍କୁ ପଚରାଉଚରା କରିବା ସହ ତଦନ୍ତ ଚଳାଇଛି। ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ଘଟଣା ବୋଲି ପୋଲିସ କହିଛି। ଉଭୟଙ୍କ ପ୍ରେମକୁ ପାରିବାରିକ ସ୍ବୀକୃତି ନ ମିଳିବାରୁ ଦୁହେଁ ଏଭଳି ଚରମ ପଦକ୍ଷେପ ନେଇଥିବା ଶୁଣିବାକୁ ମିଳୁଛି।
ଚିତ୍ରସେନ୍‌ ବିଜୟୱାଡ଼ାରେ କାମ କରନ୍ତି। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱରର ସାଲିଆସାହିରେ ରହୁଥିବା ତାଙ୍କ ପ୍ରେମିକା ବର୍ଷାଙ୍କୁ ଭେଟିବାକୁ ଆସିଥିଲେ। ଏହି ସମୟରେ ବର୍ଷାଙ୍କ ବାପା ମାଧବ ଓ ତାଙ୍କ ମାଆ କାମକୁ ଯାଇଥିଲେ। ବର୍ଷା ଏକାକୀ ଘରେ ଥିଲେ। ତାଙ୍କୁ ଚିତ୍ରସେନ ଭେଟି କଥାବାର୍ତ୍ତା ହୋଇଥିଲେ। ତେବେ ଏହି ସମୟରେ କୌଣସି କାରଣକୁ ନେଇ ବର୍ଷା ଏକ ରଶି ଏବଂ ଚିତ୍ରସେନ ତାଙ୍କ ପ୍ରେମିକାଙ୍କ ଓଢଣି ଦ୍ୱାରା ଲୁହାପାଇପରେ ଝୁଲି ପଡ଼ିଥିଲେ। କାମରୁ ଫେରି ବର୍ଷାଙ୍କ ମା, ବାପା ଘରକୁ ଆସି କବାଟ ବାଡ଼େଇଥିଲେ। ହେଲେ ଭିତର ପଟୁ କବାଟ ବନ୍ଦ ଥିଲା। ସେମାନେ ଝିଅକୁ ଯେତେ ଡାକିଥିଲେ ବି କୌଣସି ଉତ୍ତର ମିଳି ନ ଥିଲା। ତେଣୁ ସେମାନେ ଝରକା ପଟେ ଦେଖିଥିଲେ। ଘର ଭିତରେ ବର୍ଷା ଓ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ପାଇଥିଲେ। ଏନେଇ ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚି କବାଟ ଖୋଲିପାରି ନ ଥିଲା। ତେଣୁ କବାଟ ଭାଙ୍ଗିବାକୁ ଚେଷ୍ଟା କରିଥିଲା। ସ୍ଥାନୀୟ କର୍ପୋରେଟର ଓ ଭଦ୍ରଲୋକଙ୍କ ଉପସ୍ଥିତିରେ ଘରର କାନ୍ଥକୁ ଭଙ୍ଗାଯାଇଥିଲା। ଏହାପରେ ପୋଲିସ ଘରେ ପଶି ମୃତଦେହ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?