ଭୁବନେଶ୍ୱର,୩ା୧(ବ୍ୟୁରୋ): ପ୍ରେମ ପାଇଁ ଜୀବନ ହାରିଛନ୍ତି ଜଣେ ଇଞ୍ଜିନିୟରିଂ ଛାତ୍ରୀ। ହଷ୍ଟେଲ ଫ୍ୟାନ୍ରେ ଝୁଲି ଆତ୍ମହତ୍ୟା କରିଥିବା ଛାତ୍ରୀ ଜଣକ ହେଲେ ପଶ୍ଚିମବଙ୍ଗର ଝୁମ୍ପା ଦେବନାଥ (୨୭)। ଇନ୍ଫୋସିଟି ଥାନା ଅନ୍ତର୍ଗତ ପଟିଆ ଛକସ୍ଥିତ କ୍ରିଷ୍ଣା ଏନ୍କ୍ଲେଭ୍ରେ ଥିବା ଘରୋଇ ହଷ୍ଟେଲ କୋଠରିରୁ ପୋଲିସ ତାଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଛି। ଏନେଇ ଗୁରୁବାର ଏକ ଅପମୃତ୍ୟୁ ମାମଲା ନଂ.୨/୨୦୨୦ ରୁଜୁ କରି ମୃତଦେହକୁ ବ୍ୟବଚ୍ଛେଦ ନିମନ୍ତେ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି।
ପୋଲିସ ସୂଚନା ଅନୁଯାୟୀ, ଝୁମ୍ପା ସ୍ଥାନୀୟ ଏକ ଇଞ୍ଜିନିୟରିଂ କଲେଜରେ କମ୍ପ୍ୟୁଟର ଇଞ୍ଜିନିୟରିଂ ପଢ଼ୁଥିଲେ। କ୍ରିଷ୍ଣା ଏନ୍କ୍ଲେଭ୍ସ୍ଥିତ ହଷ୍ଟେଲର ଏକ ରୁମ୍ରେ ଅନ୍ୟଜଣେ ସହପାଠୀଙ୍କ ସହ ରହୁଥିଲେ। ନୂଆବର୍ଷ ପାଇଁ ସହପାଠୀ ଜଣକ ଘରକୁ ଚାଲିଯାଇଥିଲେ। ଝୁମ୍ପା ରୁମ୍ରେ ଏକୁଟିଆ ଥିଲେ। ଗୁରୁବାର ଅପରାହ୍ନ ପ୍ରାୟ ୩ଟାରେ ଛାତ୍ରୀ ଜଣକ ବେକରେ ଓଢଣି ଲଗାଇ ଫ୍ୟାନ୍ରେ ଆତ୍ମହତ୍ୟା କରିଥିଲେ। ତାଙ୍କ ପୁରୁଷ ବନ୍ଧୁ ତାଙ୍କୁ ଫୋନ୍ କରିଥିଲେ ମଧ୍ୟ ସେ ଉତ୍ତର ଦେଇ ନ ଥିଲେ। କିଛି ଘଟଣା ଘଟିଥିବା ଆଶଙ୍କା କରି ସେ ଛାତ୍ରୀଙ୍କ ହଷ୍ଟେଲ ଆଗକୁ ଆସି ବଡ଼ ପାଟିକରି ଝୁମ୍ପାକୁ ଡାକିବା ସହ ହୋହଲ୍ଲା କରିଥିଲେ। ଏହାଶୁଣି ଉକ୍ତ ହଷ୍ଟେଲରେ ରହୁଥିବା ଅନ୍ୟ ଛାତ୍ରୀମାନେ ଝୁମ୍ପାଙ୍କ ରୁମ୍କୁ ଯାଇ କବାଟ ବାଡେଇ ଡାକିଥିଲେ ମଧ୍ୟ ସେ ଖୋଲି ନ ଥିଲେ। ସନ୍ଦେହ ହେବାରୁ ସେମାନେ ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଝୁଲନ୍ତା ଅବସ୍ଥାରେ ଝୁମ୍ପାଙ୍କ ମୃତଦେହ ଉଦ୍ଧାର କରିଥିଲା। ପୁରୁଷ ବନ୍ଧୁଙ୍କ ସହ ପ୍ରେମ ବ୍ୟାପାରକୁ କେନ୍ଦ୍ରକରି ଝଗଡାକୁ ନେଇ ଯୁବତୀ ଏଭଳି ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ପୋଲିସ ସନ୍ଦେହ କରୁଛି। ପୋଲିସ ଏନେଇ ପୁରୁଷ ବନ୍ଧୁଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି। ଏନେଇ ପୋଲିସ ଛାତ୍ରୀଙ୍କ ପରିବାର ଲୋକଙ୍କୁ ଖବର ଦେଇଛି। ସେମାନେ ଆସିବା ପରେ ଶୁକ୍ରବାର ମୃତଦେହ ବ୍ୟବଚ୍ଛେଦ କରାଯାଇ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ କହିଛି।
ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି
ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…
Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ
ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…
ସାରା ଦେଶରେ ହେବ SIR, ନିର୍ବାଚନ କମିଶନ କହିଲେ କେବେ ଆରମ୍ଭ ହେବ ପ୍ରକ୍ରିୟା, ଜାଣନ୍ତୁ ତାଲିକାରେ ପ୍ରଥମେ ରହିଛି କେଉଁ ରାଜ୍ୟ
ନୂଆଦିଲ୍ଲୀ,୧୯।୨: ଭୋଟର ତାଲିକାକୁ ଅଧିକ ସ୍ବଚ୍ଛ ଏବଂ ତ୍ରୁଟିମୁକ୍ତ କରିବା ପାଇଁ ଭାରତୀୟ ନିର୍ବାଚନ କମିଶନ (ECI) ଏକ ଦେଶବ୍ୟାପୀ SIR (ବିଶେଷ ସଘନ ସଂଶୋଧନ) ପ୍ରକ୍ରିୟା…
ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…
ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…
T20 World Cupରେ ଇତିହାସ ରଚିଲା ଜିମ୍ବାଓ୍ବେ, ଶ୍ରୀଲଙ୍କାକୁ ହରାଇ କଲା ମହାରେକର୍ଡ
ନୂଆଦିଲ୍ଲୀ,୧୯।୨: 2026 T20 World Cupର ୩୮ତମ ଲିଗ ମ୍ୟାଚ ଶ୍ରୀଲଙ୍କା ଏବଂ ଜିମ୍ବାୱେ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଜିମ୍ବାୱେ ଏହି ମ୍ୟାଚକୁ…
ନୂଆ ଡ୍ରାମା କଲାଣି ପାକିସ୍ତାନ, ହଠାତ ଏମିତି କରି ଚମକାଇଲେ ବୋର୍ଡ ଅଧ୍ୟକ୍ଷ
ଇସଲାମାବାଦ,୧୯।୨: ପାକିସ୍ତାନରେ ଏକ ନୂଆ ବିବାଦ ଦେଖାଦେଇଛି। ପାକିସ୍ତାନ ହକି ଦଳର ଅଧିନାୟକ ଶକିଲ ଅମ୍ମାଦ ବଟ ଅଷ୍ଟ୍ରେଲିଆ ଗସ୍ତରୁ ଫେରିବା ପରେ PHF (ପାକିସ୍ତାନ ହକି…
ନିଆଁ ଲାଗି ପଦା ହେଉଛି ଜଙ୍ଗଲ, ବେଫିକର ବନବିଭାଗ; ଫୋନ ଉଠାଉନାହାନ୍ତି ରେଞ୍ଜର, ACF
ଭବାନୀପାଟଣା, ୧୯।୨ (ଉତ୍ତମ କୁମାର ଦାଶ)- ପରିବେଶକୁ ସନ୍ତୁଳନ ତଥା ପ୍ରଦୁଷଣରୁ ରକ୍ଷା କରିବା ପାଇଁ ସରକାର ଗ୍ରାମାଞ୍ଚଳର ଜଙ୍ଗଲଗୁଡିକର ସୁରକ୍ଷା ସହ ନୂତନ ଜଙ୍ଗଲ ସୃଷ୍ଟି…
ନିଜ ପୁଅକୁ ତାରିକ ରହମାନଙ୍କ ପାଖକୁ ପଠାଇ ଦେଲେ ଏହି ଦେଶର ରାଷ୍ଟ୍ରପତି, କାହିଁକି ବଢିଲା ଭାରତର ଟେନସନ? ଜାଣନ୍ତୁ…
ଢାକା,୧୯।୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷ ତାରିକ ରହମାନ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବାର କିଛି ସମୟ ପରେ ତୁର୍କୀ ରାଷ୍ଟ୍ରପତି ରେସେପ ତାୟିପ…
Archives

