ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା ପୋଲିସ କର୍ମଚାରୀ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନାହାନ୍ତି।
ପ୍ରକାଶ ଯେ, କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମର ଭଗଶଙ୍କର ପ୍ରଧାନ ପଡ଼ୋଶୀ ଗ୍ରାମର ଦାସ ଘର ଝିଅକୁ ପ୍ରେମ ବିବାହ କରିଥିଲେ। ଏହା ପରଠାରୁ ଉଭୟ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ସୋମବାର ରାତିରେ ଉଭୟ ପରିବାର ମଧ୍ୟରେ ପାଟିତୁଣ୍ଡ ଓ ମାର୍‌ପିଟ ହୋଇଥିଲା। ଏଥିରେ ଉଭୟ ପରିବାରର ୫ ଗୁରୁତର ହୋଇ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ କମର୍ଦ୍ଦା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଥିଲା। ଦମ୍ପତିଙ୍କୁ ଉଦ୍ଧାର କରିବାକୁ ଯାଇ ଥାନା ଏଏସ୍‌ଆଇ ଭକ୍ତହରି ପଟ୍ଟନାୟକ ଓ ହୋମଗାର୍ଡ ଗଣେଶ ଚନ୍ଦ୍ର ପ୍ରଧାନ ଆକ୍ରମଣର ଶିକାର ହୋଇଛନ୍ତି। ଉଭୟଙ୍କ ମୁଣ୍ଡ ଫାଟିଯାଇଥିବା ଜଣାପଡ଼ିଛି। ଏହି ଘଟଣାରେ ଥାନାରେ ଦୁଇଟି ଲିଖିତ ଅଭିଯୋଗ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି କ୍ରିକେଟରଙ୍କ ନାମରେ ଯୌନ ନିର୍ଯାତନା ମାମଲା, ଜାଣନ୍ତୁ…

ଢାକା,୧୧ା୧୨: ବାଂଲାଦେଶର ପେସ ବୋଲିଂ ଅଲରାଉଣ୍ଡର ତୋଫେଲ ଅହମଦ ରେହାନ ବିବାହ ପ୍ରଲୋଭନ ଦେଖାଇ ଜଣେ ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଏହି...

ମ୍ୟାଚ ପୂର୍ବରୁ ଗୁରୁଜ୍ଞାନ ଦେଲେ ଯୁବରାଜ, ହାରିଗଲା ଟିମ୍ ଇଣ୍ଡିଆ

ମୁଲାନପୁର,୧୧ା୧୨: ମହାରାଜା ଯାଦବୀନ୍ଦ୍ର ସିଂହ ଅନ୍ତର୍ଜାତୀୟ କ୍ରିକେଟ୍ ଷ୍ଟାଡିୟମ୍‌ରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକାଠାରୁ ୫୧ ରନ୍‌ରେ ପରାସ୍ତ...

ଗଡ଼ିଲା ହାଇଡ୍ରୋଜେନ୍‌ ଚାଳିତ ଜାହାଜ

ବାରାଣସୀ,୧୧ା୧୨: ଭାରତରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ପ୍ରଥମ ହାଇଡ୍ରୋଜେନ୍‌ ଇନ୍ଧନ-ସେଲ୍‌ ଜାହାଜର ଚଳାଚଳକୁ କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ...

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

Bahraich Violence: ବହରାଇଚ ହିଂସା ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ, ଅନ୍ୟ ନଅ ଜଣଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୧୧।୧୨: ବହରାଇଚ ହିଂସାର ମୁଖ୍ୟ ଅଭିଯୁକ୍ତ ସରଫରାଜଙ୍କୁ ମୃତ୍ୟୁଦଣ୍ଡ ଦିଆଯାଇଛି। ଅନ୍ୟ ନଅ ଜଣ ଅଭିଯୁକ୍ତଙ୍କୁ ମଧ୍ୟ ଆଜୀବନ କାରାଦଣ୍ଡ ଦିଆଯାଇଛି। ଗୁରୁବାର କୋର୍ଟ ରାମଗୋପାଳ...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri