ପ୍ରେମ ମାନେନା ସୀମାରେଖା, ବିଦେଶୀଙ୍କୁ ମନଦେଇ ବିବାହ କରିଛନ୍ତି ଏସବୁ ଅଭିନେତ୍ରୀ

ବମ୍ବେ: ପ୍ରେମ ମାନେନା କୌଣସି ବାଧାବିଘ୍ନ, ସୀମାରେଖା। ବଲିଉଡ୍‌ର କେତେକ ଅଭିନେତ୍ରୀଙ୍କ କ୍ଷେତ୍ରରେ ଉକ୍ତିଟି ବେଶ୍‌ ପ୍ରଯୁଜ୍ୟ । ସେ ବବ୍‌ଲି ପ୍ରିୟଙ୍କା ଚୋପ୍ରା ହୁଅନ୍ତୁ ଅଥବା ପ୍ରୀତି ଜିଣ୍ଟା, ମାଧୁରୀ ଦିକ୍ଷୀତ୍‌ ସମସ୍ତେ ବିଦେଶୀଙ୍କୁ ମନଦେଇ ବିବାହ କରିଛନ୍ତି।

ପ୍ରିୟଙ୍କା-ନିକ୍‌ ୨୦୧୮ରେ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ନିକ୍‌ ପିସିଙ୍କଠାରୁ ବୟସରେ ଛୋଟ ହୋଇଥିବାକୁ ନେଇ ଏହା ଚର୍ଚ୍ଚାରେ ରହିଥିଲା। ଯୋଧପୁରର ଉମ୍ମେଦ ଭବନରେ ଏହି ବିବାହ ଅନୁଷ୍ଠିତ ହୋଇଥିଲା।

ଡିମ୍ପଲ ଗର୍ଲ ପ୍ରୀତି ଜିଣ୍ଟା ଆମେରିକା ବ୍ୟବସାୟୀ ଜେନେ ଗୁଡଇନଫଙ୍କୁ ୨୦୧୮ରେ ବିବାହ କରିଥିଲେ। ଏବେ ଉଭୟ ଆମେରିକାରେ ରହୁଛନ୍ତି। ତେବେ ବିବାହ ପୂର୍ବରୁ ଉଭୟ ପାଞ୍ଚ ବର୍ଷ ଧରି ଡେଟ୍‌ କରିଥିବା କୁହାଯାଏ।

ଅଭିନେତ୍ରୀ ସେଲିନା ଜେଟଲୀ ଅଷ୍ଟ୍ରିଆର ହୋଟେଲ ବ୍ୟବସାୟୀ ପିଟର ହଗ୍‌ଙ୍କୁ ବିବାହ କରିଛନ୍ତି। ଦୁବାଇରେ ଉଭୟ ପରସ୍ପରକୁ ଭେଟିଥିଲେ। ଏହାପରେ ୨୦୧୦ରେ ନିର୍ବନ୍ଧ ଏବଂ ୨୦୧୧ରେ ଉଭୟ ବିବାହ କରିଥିଲେ।

ଧକ୍‌ ଧକ୍‌ ଗର୍ଲ ମାଧୁରୀ ଦିକ୍ଷୀତ୍‌ ୟୁଏସ୍‌ର ଡାକ୍ତର ଶ୍ରୀରାମ ନେନେଙ୍କୁ ବିବାହ କରି ସମସ୍ତଙ୍କୁ ଚମକାଇ ଦେଇଥିଲେ। ୧୯୯୯ରେ ଉଭୟ ବିବାହ କରିଥିଲେ।

ଅକ୍ଷୟ କୁମାର-ଟ୍ୱିଙ୍କିଲଙ୍କ କ୍ଷେତ୍ରରେ ସମାନ ଘଟଣା ଘଟିଛି। ଅକ୍ଷୟଙ୍କ ପାଖରେ କାନାଡାର ନାଗରିକତା ରହିଛି। ଏପରିସ୍ଥଳେ ଏବେ ସେ ଭାରତୀୟ ନାଗରିକତା ପାଇଁ ଆପ୍ଲାଏ କରିଛନ୍ତି। କିନ୍ତୁ ସେ ଜଣେ ବିଦେଶୀ ହୋଇଥିବାରୁ ଭୋଟ ଦେଇ ପାରନ୍ତି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri