Posted inଖେଳ

ପ୍ରେସିଡେଣ୍ଟ କପ୍‌ ବକ୍ସିଂ: ମେରୀକମ୍‌, ସିମରନଜିତଙ୍କୁ ସ୍ବର୍ଣ୍ଣ ପଦକ; ୭ ସ୍ବର୍ଣ୍ଣ ସହ ଭାରତକୁ ମୋଟ ୯ ପଦକ

ନୂଆଦିଲ୍ଲୀ,୨୯।୭(ପି.ଟି.)- ୬ ଥର ବିଶ୍ୱଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଥିବା ଅଭିଜ୍ଞ ଭାରତୀୟ ମହିଳା ବକ୍ସର ମେରୀକମ ଓ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ୍‌ ପଦକ ବିଜେତା ସିମରନଜିତ କୌର ଆଉ ଏକ ବିଶ୍ୱସ୍ତରୀୟ ଇଭେଣ୍ଟରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଇଣ୍ଡୋନେସିଆର ଲାବୁଆନ ବାଜୋଠାରେ ଅନୁଷ୍ଠିତ ୨୩ତମ ପ୍ରେସିଡେଣ୍ଟ କପ୍‌ ବକ୍ସିଂ ଟୁର୍ନାମେଣ୍ଟରେ ମେରୀକମ୍‌ ୫୧ କେ.ଜି. ବର୍ଗରେ ଓ ସିମରନଜିତ ୬୦ କେ.ଜି. ବର୍ଗ ପ୍ରତିଯୋଗିତାରେ ଚାମ୍ପିୟନ ହୋଇ ସ୍ବର୍ଣ୍ଣ ଜିତିଛନ୍ତି। ୭ ସ୍ବର୍ଣ୍ଣ ଓ ୨ ରୌପ୍ୟ ସହ ଭାରତ ମୋଟ୍‌ ୯ଟି ପଦକ ହାସଲ କରିଛି।
ମହିଳା ବକ୍ସରମାନେ ସବୁ ୪ଟି ଫାଇନାଲରେ ବାଜି ମାରି ୪ଟି ସ୍ବର୍ଣ୍ଣ ଜିତିଛନ୍ତି। ଅନ୍ୟପଟେ ପୁରୁଷ ଖେଳାଳିମାନେ ମିଶ୍ର ପ୍ରଦର୍ଶନ କରିଥିଲେ। ପୁରୁଷ ଖେଳାଳିମାନେ ୨ ରୌପ୍ୟ ସହ ୩ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି।
ଇଣ୍ଡିଆ ଓପନ୍‌ରେ ସ୍ବର୍ଣ୍ଣ ପଦକ ଜିତିବାର ଦୁଇମାସ ପରେ ମେରୀକମ୍‌ ଏହି ସମ୍ମାନଜନକ ଟୁର୍ନାମେଣ୍ଟର ଫାଇନାଲରେ ଅଷ୍ଟ୍ରେଲିଆର ଏପ୍ରିଲ ପ୍ରାଙ୍କ୍ସ ୫-୦ରେ ହରାଇ ଚାମ୍ପିୟନ ହୋଇଥିଲେ। ସମ୍ପୂର୍ଣ୍ଣ ଏକାପାଖିଆ ଭାବେ ସେ ବିଜୟ ହାସଲ କରିଥିଲେ। ନିଜ ପ୍ରଦର୍ଶନରେ ସେ ଖୁସି ଜାହିର କରିଛନ୍ତି। ରୁଷିଆର ୟେକାଟେରିନବର୍ଗରେ ଆୟୋଜନ ହେବାକୁଥିବା ବିଶ୍ୱ ଚାମ୍ପିୟନଶିପ୍‌ରେ ଭଲ ପ୍ରଦର୍ଶନ କରି ୨୦୨୦ ଟୋକିଓ ଅଲିମ୍ପିକ୍ସ ପାଇଁ ଯୋଗ୍ୟତା ଅର୍ଜନ ଲକ୍ଷ୍ୟରେ ସେ ରହିଛନ୍ତି। ସେହିପରି ସିମରନଜିତ ଫାଇନାଲରେ ଇଣ୍ଡୋନେସିଆର ଏସିଆନ ଗେମ୍ସ ବ୍ରୋଞ୍ଜ ପଦକ ବିଜେତା ହସନାହ ହୁସଓ୍ବାତୁନଙ୍କୁ ୫-୦ରେ ହରାଇ ସ୍ବର୍ଣ୍ଣ ଜିତିଛନ୍ତି। ୫୪ କେ.ଜିରେ ଆସାମର ଯୁବ ମହିଳା ବକ୍ସର ଯମୁନା ବୋରୋ ୫-୦ରେ ଇଟାଲୀର ଅଭିଜ୍ଞ ବକ୍ସର ଗିଉଲିଆ ଲାମାଗ୍ନାଙ୍କୁ ପରାସ୍ତ କରି ସ୍ବର୍ଣ୍ଣ ଜିତିଛନ୍ତି। ୪୮ କେ.ଜି. ବର୍ଗରେ ମୋନିକା ଇଣ୍ଡୋନେସିଆର ଏନ୍‌ଡାଙ୍ଗଙ୍କୁ ୫-୦ରେ ହରାଇ ସ୍ବର୍ଣ୍ଣ ଜିତିଛନ୍ତି।
ପୁରୁଷ ବିଭାଗରେ ଅଙ୍କୁଶ୍‌ ଦାହିୟା ୬୪ କେ.ଜି.ରେ, ନୀରଜ ସ୍ବାମୀ ୪୯ କେ.ଜି.ରେ ଓ ଆନନ୍ଦ ପ୍ରହଲ୍ଲାଦ ଚୋପାଡେ ୫୨ କେ.ଜି.ରେ ବାଜି ମାରି ଚାମ୍ପିୟନ ହେବା ସହ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଚୋପାଡେ ୫-୦ରେ ଆଫଗାନିସ୍ତାନର ରମହମନୀ ରାମିଶଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି। ସେହିପରି ଦାହିୟା ୫-୦ରେ ମାକାଉରେ ଲିଅଙ୍ଗ କିନ୍‌ ଫଙ୍ଗକୁ ହରାଇ ଚାମ୍ପିୟନ ହୋଇଛନ୍ତି। ସେହିପରି ନୀରଜ ୪-୧ରେ ଫିଲିପାଇନ୍ସର ମାକାଡୋ ଜୁନିୟର ରାମେଲଙ୍କୁ ହରାଇ ଚାମ୍ପିୟନ ହୋଇଛନ୍ତି। ତେବେ ପୂର୍ବତନ ବିଶ୍ୱ ଚାମ୍ପିୟନଶିପ୍‌ ବ୍ରୋଞ୍ଜ୍‌ ପଦକ ବିଜେତା ଗୌରବ ବିଧୁରୀ ଫାଇନାଲରେ ୨-୩ରେ ଇଣ୍ଡୋନେସିଆର ମାଣ୍ଡଜିଏ ଜିଲ୍‌ଙ୍କଠାରୁ ୫୬ କେ.ଜି. ବନଟାମଓ୍ବେଟ୍‌ ବାଉଟ୍‌ରେ ପରାସ୍ତ ହୋଇ ସ୍ବର୍ଣ୍ଣ ପଦକରୁ ବଞ୍ଚିତ ହୋଇଛନ୍ତି। ସେହିପରି ୨୦୧୮ ଇଣ୍ଡିଆ ଓପନ ରୌପ୍ୟ ପଦକ ବିଜେତା ଦୀନେଶ ଡାଗର ୦-୫ରେ ଇଣ୍ଡୋନେସିଆର ସମଦା ସାପୁତ୍ରଙ୍କଠାରୁ ହାରି ରୌପ୍ୟ ପଦକରେ ସନ୍ତୁଷ୍ଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri