Posted inଖେଳ

ପ୍ରୋ କବାଡ଼ି ଲିଗ୍‌: ଷ୍ଟିଲର୍ସ, ଦବଙ୍ଗ ବିଜୟୀ

ନୂଆଦିଲ୍ଲୀ, ୨୯।୮ (ପି.ଟି.)- ପ୍ରୋ କବାଡ଼ି ଲିଗ୍‌ର ୭ମ ସଂସ୍କରଣରେ ବୁଧବାର ଖେଳାଯାଇଥିବା ୨ଟି ମ୍ୟାଚ୍‌ରେ ହରିୟାଣା ଷ୍ଟିଲର୍ସ ଓ ଦବଙ୍ଗ ଦିଲ୍ଲୀ ବିଜୟୀ ହୋଇଛି। ବିକାଶ କାଣ୍ଡୋଲିଆଙ୍କ ଦମ୍‌ଦାର ରାଇଡ୍‌ ବଳରେ ହରିୟାଣା ୪୧-୨୪ ପଏଣ୍ଟରେ ଗତ ସଂସ୍କରଣର ରନର୍ସଅପ୍‌ ଗୁଜରାଟ ଫର୍‌ଚ୍ୟୁନଜିଆଣ୍ଟସକୁ ପରାସ୍ତ କରି ପଏଣ୍ଟ ଟେବୁଲର ୩ୟ ସ୍ଥାନକୁ ଲମ୍ଫ ପ୍ରଦାନ କରିଛି। ବିକାଶ ଓ ପ୍ରଶାନ୍ତ କୁମାର ରାଇ ୮ ପଏଣ୍ଟ ଲେଖାଏ ସ୍କୋର କରିଥିଲେ। ସେହିଭଳି ଅନ୍ୟ ଏକ ମ୍ୟାଚ୍‌ରେ ଦବଙ୍ଗ ଦିଲ୍ଲୀ ୪୦-୨୪ ପଏଣ୍ଟରେ ୟୁ ମୁମ୍ବାକୁ ପରାସ୍ତ କରି ଶୀର୍ଷ ସ୍ଥାନରେ ଅପରିବର୍ତ୍ତିତ ରହିଛି। ଜୟପୁର ପିଙ୍କ ପାନ୍ଥର୍ସ, ବେଙ୍ଗଲ ଓ୍ବାରିୟର୍ସ ଓ ବେଙ୍ଗାଲୁରୁ ବୁଲ୍ସ ଯଥାକ୍ରମେ ଟେବୁଲର ୨ୟ, ୪ର୍ଥ ଓ ୫ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଶ୍ରେୟଶଙ୍କୁ ୨୪ ଲକ୍ଷ ଟଙ୍କା ଜରିମାନା

ଚେନ୍ନାଇ, ୪ା୪: ସ୍ଥାନୀୟ ଏମ୍‌.ଏ. ଚିଦାମ୍ୱରମ ଷ୍ଟାଡିୟମରେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ ଏକ ସ୍ଲୋ-ଓଭର ରେଟ୍‌ ପାଇଁ ପଞ୍ଜାବ କିଙ୍ଗ୍ସ ଅଧିନାୟକ ଶ୍ରେୟସ…

ସିଏସ୍‌କେ ପରାଜୟର କାରଣ କହିଲେ ଗାଭାସ୍କର

ଚେନ୍ନାଇ,୪ା୪: ଭାରତର କିମ୍ୱଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ମତରେ ୫ ଥରର ଚାମ୍ପିୟନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ପାଇଁ ସେମାନଙ୍କର ବୋଲିଂ ସବୁଠୁ ବଡ଼ ସମସ୍ୟା।…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

ମାତ୍ର ୧୧ ବଲ୍‌ରେ ବାଜି ପଲଟାଇ ଦେଲେ ଶିକ୍ଷକଙ୍କ ପୁଅ: ରାତାରାତି ପାଲଟିଲେ ସୁପରଷ୍ଟାର

ନୂଆଦିଲ୍ଲୀ,୪।୪: ଆଇପିଏଲରେ ଅଜଣା ଏବଂ ନୂତନ ଖେଳାଳିମାନେ ସୁପରଷ୍ଟାର ମାନ୍ୟତା ହାସଲ କରିପାରିବେ। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ପଞ୍ଜାବ କିଙ୍ଗ୍ସ (ପିବିକେଏସ) ମଧ୍ୟରେ ଆଇପିଏଲ…

RCBକୁ ପଛରେ ପକାଇ ମହାରେକର୍ଡ କଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ: ପ୍ରଥମ ଦଳ ଭାବେ…

ନୂଆଦିଲ୍ଲୀ,୪।୪: ଚେନ୍ନାଇ ସୁପର କିଙ୍ଗସ IPLରେ ଏପରି ଏକ ସଫଳତା ହାସଲ କରିଛି ଯାହା ପୂର୍ବରୁ ଅନ୍ୟ କୌଣସି ଦଳ କରିପାରି ନାହିଁ। ଚେନ୍ନାଇ ଏବେ ଇଣ୍ଡିଆନ…

ପଡ଼ିଆକୁ ହାତ ମିଳାଇବାକୁ ଆସିଥିଲେ ନେହେରା, ହେଲେ ଏମିତି କଲେ ବୈଭବ ସୂର୍ଯ୍ୟବଂଶୀ ଭିଡ଼ିଓ ଦେଖିଲେ ମନ ଖୁସି ହୋଇଯିବ

ନୂଆଦିଲ୍ଲୀ,୪।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗରେ ଏକ ଚମତ୍କାର ଆରମ୍ଭ କରିଥିବା ବୈଭବ ସୂର୍ଯ୍ୟବଂଶୀ ଶନିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ମଇଦାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri