Posted inଖେଳ

ପ୍ରୋ-କବାଡ଼ି ଲିଗ: ଜୟପୁର, ହରିୟାଣା ବିଜୟୀ

ହାଇଦ୍ରାବାଦ,୨୩ା୭(ପି.ଟି.):
ପ୍ରୋ-କବାଡି ଲିଗ୍‌ର ସିଜନ୍‌-୭ରେ ଜୟପୁର ପାନ୍ଥର୍ସ ଓ ହରିୟାଣା ଷ୍ଟିଲର୍ସ ବିଜୟରୁ ଅଭିଯାନ ଆରମ୍ଭ କରିଛନ୍ତି। ସ୍ଥାନୀୟ ଗାଚିବାଓ୍ବଲି ଇନ୍‌ଡୋର ଷ୍ଟାଡ଼ିୟମରେ ସୋମବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ଜୟପୁର ଟିମ ୟୁ ମୁମ୍ବା ବିପକ୍ଷରେ ବଡ଼ ବିଜୟ ହାସଲ କରିଛି। ଏହି ମ୍ୟାଚକୁ ଜୟପୁର ୪୨-୨୩ ପଏଣ୍ଟରେ ବିଜୟୀ ହୋଇଥିଲା। ବିଜୟୀ ଦଳ ପକ୍ଷରୁ ଦୀପକ ହୁଦା ସୁପର-୧୦ ପଏଣ୍ଟ ହାସଲ କରିଥିବାବେଳେ ଦୀପକ ନରଓ୍ବାଲ ଓ ନିତିନ ରାଓ୍ବଲ ଦଳ ପାଇଁ ଯଥାକ୍ରମେ ୬ ଓ ୭ ପଏଣ୍ଟ ହାସଲ କରିଥିଲେ। ୟୁ ମୁମ୍ବା ଏହି ମ୍ୟାଚରେ ଟ୍ୟାକେଲରେ ଦୁର୍ବଳ ରହିଥିଲା। ସେହିପରି ଦିନର ଦ୍ୱିତୀୟ ମ୍ୟାଚରେ ହରିୟାଣା ଷ୍ଟିଲର୍ସ ୩୪-୨୪ ପଏଣ୍ଟରେ ପୁନେରୀ ପଲଟନ୍‌କୁ ପରାସ୍ତ କରିଛି। ଏହି ମ୍ୟାଚରେ ହରିୟାଣା ପକ୍ଷରୁ ନବୀନ ସର୍ବାଧିକ ୧୪ ପଏଣ୍ଟ ପାଇ ସୁପର ଟେନ ହାସଲ କରିଥିଲେ। ନବୀନ ରେଡ୍‌ରୁ ୧୨ ଓ ଟ୍ୟାକେଲରୁ ୨ ପଏଣ୍ଟ ହାସଲ କରିଥିଲେ। ଅନ୍ୟପକ୍ଷରେ ପୁନେରୀ ପଲଟନ୍‌ ପକ୍ଷରୁ ପଓ୍ବନ କୁମାର କାଦିଆନ ୮ ରେଡ୍‌ ପଏଣ୍ଟ ଓ ୨ଟି ବୋନସ୍‌ ପଏଣ୍ଟ ସହ ମୋଟ ୧୦ ପଏଣ୍ଟ ପାଇ ସୁପର ଟେନ୍‌ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

‘କାଲି ତ ମୁଁ ମ୍ୟାଚ୍ ଖେଳିଥାଆନ୍ତି…’, ନିଜ ମୃତ୍ୟୁ ଖବର ଦେଖି ହସିଲେ କ୍ରିକେଟର, ଭାଇରାଲ୍‌ ହେଉଛି ଭିଡିଓ

ନୂଆଦିଲ୍ଲୀ,୩୦।୯: ପାକିସ୍ତାନୀ କ୍ରିକେଟର ଆଜମ ଖାନଙ୍କ ମୃତ୍ୟୁ ଖବର ଦେଖି ନିଜେ ହିଁ ହସିଲେ ଆଜମ । ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଭାଇରାଲ୍‌ ହେଉଛି,…

ପଛରେ ପଡ଼ିଗଲେ କୋହଲି: ଗିଲ୍‌ ଦେଉଛନ୍ତି ଜୋରଦାର ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦।୯: ଆଇସିସିର ସଦ୍ୟତମ ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗରେ ଭାରତୀୟ ଦଳର ଦୁଇ ଷ୍ଟାର୍‌ ବ୍ୟାଟରଙ୍କ ମଧ୍ୟରେ ଜୋରଦାର ଲଢ଼େଇ ଦେଖିବାକୁ ମିଳିଛି। ଶୁବମନ ଗିଲ ନମ୍ବର-୧ ସ୍ଥାନ…

ଦିନେ କରୁଥିଲେ ନକଲ, ଏବେ ଟିମ୍‌ ଇଣ୍ଡିଆ ପାଇଁ ଡେବ୍ୟୁ କରିବେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୩୦।୯: କୁହାଯାଏ, ନକଲ ପାଇଁ ମଧ୍ୟ ଅକଲ ଦରକାର। ଦକ୍ଷିଣ ଆଫ୍ରିକାର ପୂର୍ବତନ ଦ୍ରୁତ ବୋଲର ଡେଲ ଷ୍ଟେନଙ୍କ ଆଦର୍ଶ ମାନି ତାଙ୍କ ବୋଲିଂ ଆକ୍ସନ ଓ…

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

ସିରିଜ୍‌ ବିଜୟ ଲକ୍ଷ୍ୟରେ ଭାରତ, ପୁଣି କୋହଲିଙ୍କ ଉପରେ ପ୍ରଶଂସକଙ୍କ ନଜର

ଗୁଆହାଟୀ,୨୯ା୯: ଭାରତ-ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ବୁଧବାର ଚଳିତ ଦିନିକିଆ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଖେଳାଯିବ। ପ୍ରଥମ ମ୍ୟାଚ୍‌କୁ ବିରାଟ କୋହଲି ଓ ଶୁବମନ ଗିଲ୍‌ଙ୍କ ଶତକ ବଳରେ ଅତି…

ମୋହିତ ଶର୍ମାଙ୍କୁ ମିଳିଲା ସିଏସ୍‌କେର ଗୁରୁଦାୟିତ୍ୱ

ଚେନ୍ନାଇ,୨୯ା୯: ପୂର୍ବତନ ଭାରତୀୟ ପେସର ମୋହିତ ଶର୍ମା ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)ରେ ନୂଆ ବୋଲିଂ କୋଚ୍‌ ଭାବେ ଯୋଗଦେବେ। ୩୮ ବର୍ଷୀୟ ମୋହିତ ସିଏସ୍‌କେ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?