Posted inଜାତୀୟ

ପ୍ରୟାଗରାଜରେ ପୁଣି ହେବ ଓ୍ବାର୍ଲଡ ରେକର୍ଡ

ଲକ୍ଷ୍ନୌ,୨୯।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଉତ୍ତର ପ୍ରଦେଶ ଗସ୍ତ କରିଛନ୍ତି। ପ୍ରୟାଗରାଜରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦିବେନ ପଟେଲ ଓ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସ୍ବାଗତ କରିଛନ୍ତି। ସେଠାରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପ୍ରୟାଗରାଜର ପରେଡ ମଇଦାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୋଦି ୨୬,୭୯୧ ଦିବ୍ୟାଙ୍ଗ ଓ ବରିଷ୍ଠ ନାଗରିକଙ୍କ ମଧ୍ୟରେ ୫୬ ହଜାର ସହାୟକ ଉପକରଣ ବାଣ୍ଟିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରୟାଗରାଜ ପୁଣିଥରେ ଓ୍ବାର୍ଲଡ ରେକର୍ଡ ଅପେକ୍ଷାରେ ରହିଛି। ଏହି ସମୟରେ ବିଶ୍ୱର ସବୁଠାରୁ ଲମ୍ବା ଟ୍ରାଇସାଇକେଲ ପରେଡ କରାଯିବ। ଏଥିରେ ୨୯୫ ଲାଭାର୍ଥୀ ଯୋଗଦେବେ। ଏହାର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ରେକର୍ଡ ନାହିଁ। ୮ଘଣ୍ଟା ମଧ୍ୟରେ ୪୯୦୦ରୁ ଊର୍ଦ୍ଧ୍ୱ କାନରେ ମେଶିନ ଲଗାଯିବ। ବର୍ତ୍ତମାନ ଏହି ରେକର୍ଡ ଷ୍ଟାରକି ଫାଉଣ୍ଡେଶନ ନାମରେ ରହିଛି। ୩୬୦ରୁ ଊର୍ଦ୍ଧ୍ୱ ଲାଭାର୍ଥୀ ଏକାଥରେ ହ୍ବିଲଚେୟାର ଚଲାଇବେ। ଏହା ଆମେରିକାର ରେକର୍ଡକୁ ଭାଙ୍ଗିବ। ୨୦୦୦ ଲାଭାର୍ଥୀଙ୍କୁ ସାଙ୍କେତିକ ଭାଷା ପାଠ କରିବାକୁ ଉପକରଣ ବିତରଣ କରାଯାଇ ରେକର୍ଡ କରାଯିବ। ସେହିପରି ୧୨ ଘଣ୍ଟାରେ ସର୍ବାଧିକ ଟ୍ରାଇସାଇକେଲ ବିତରଣ କରିବାର ରେକର୍ଡ ମୋଦିଙ୍କ ଉପସ୍ଥିତିରେ ହେବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ନିଜେ ସମସ୍ୟାରେ ଥିଲେ ବି ଅନ୍ୟଙ୍କ ମୁହଁରେ ଖୁସି ଦେଖି ସନ୍ତୋଷ ଲାଭ କରନ୍ତି ଗୁଜରାଟ କଚ୍ଛର ଆମ୍ମା(ଶ୍ରଦ୍ଧା ନାମ)। ସେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରବାହରେ ପଥଚାରୀଙ୍କୁ…

କେରଳର ନୂଆ କାଣ୍ଡାରି

ଦଶନ୍ଧିବ୍ୟାପୀ ବାମପନ୍ଥୀ ଶାସନର ଅବସାନ ଘଟାଇ ଯିଏ କଂଗ୍ରେସ ପାଇଁ ଈଶ୍ୱରଙ୍କ ନିଜ ଦେଶ କୁହାଯାଉଥିବା କେରଳରେ ମଞ୍ଚ ତିଆରି କରାଇବାରେ ପ୍ରମୁଖ ଭୂମିକା ନିର୍ବାହ କଲେ,…

ନାଗରିକ ଚେତନା

ଅଷ୍ଟ୍ରେଲିଆର ପୂର୍ବତନ ଅନ୍ତର୍ଜାତୀୟ କ୍ରିକେଟର ମାଥ୍ୟୁ ହେଡେନଙ୍କୁ ସମ୍ପ୍ରତି ଖେଳ ପଡ଼ିଆରେ ଅଳିଆ ଉଠାଇ ସଫା କରୁଥିବାର ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଦେଖିବାକୁ ମିଳିଥିଲା। ପ୍ରଥମ ଦୃଷ୍ଟିରେ…

ଚନ୍ଦ୍ରପୃଷ୍ଠକୁ ଯାତ୍ରା ପାଇଁ ନୂଆ ଶସ୍ତା ମାର୍ଗ

ନୂଆଦିଲ୍ଲୀ,୨୪।୫: ମହାକାଶ ଗବେଷଣା କ୍ଷେତ୍ରରେ ବୈଜ୍ଞାନିକମାନଙ୍କୁ ଏକ ବଡ଼ ସଫଳତା ମିଳିଛି। ପୃଥିବୀରୁ ଚନ୍ଦ୍ରପୃଷ୍ଠକୁ ଯାତ୍ରା କରିବା ପାଇଁ ଏକ ନୂତନ ଏବଂ କମ୍‌ ଇନ୍ଧନ ଖର୍ଚ୍ଚ…

୧୦ ଦିନରେ ୫ ଟଙ୍କା ମହଙ୍ଗା ପେଟ୍ରୋଲ, ଡିଜେଲ

ଭାରତରେ ତୈଳ ବିପଣନ କମ୍ପାନୀ ପେଟ୍ରୋଲ ଓ ଡିଜେଲ ଦର ୧୦ ଦିନ ମଧ୍ୟରେ ୩ ଥର ବୃଦ୍ଧି କରିସାରିଲେଣି। ଶନିବାର ପେଟ୍ରୋଲ ଦର ଲିଟର ପିଚ୍ଛା…

ଗରମ ସାଙ୍ଗକୁ ଦାଉ ସାଧୁଛି ଅଘୋଷିତ ବିଦ୍ୟୁତ୍‌ କାଟ

ଭୁବନେଶ୍ୱର, ୨୫।।୫ (ବନ୍ଦନା ସେଠୀ): ପ୍ରବଳ ଖରାରେ ସିଝୁଛି ପୂରା ଓଡ଼ିଶା। ଅଧିକାଂଶ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଥିବାବେଳେ ତାତି ସାଙ୍ଗକୁ ଗୁଳୁଗୁଳି ଅସ୍ତବ୍ୟସ୍ତ…

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri