ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପିଙ୍କୁ କରୋନା

ପ୍ରୟାଗରାଜ,୧୬।୬: ଉତ୍ତରପ୍ରଦେଶ ପ୍ରୟାଗରାଜର ପୂର୍ବତନ ଏସ୍‌ଏସ୍‌ପି ସତ୍ୟାର୍ଥ ଅନିରୁଦ୍ଧ ପଙ୍କଜ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ଆସିବା ପରେ ମଙ୍ଗଳବାର ତାଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ସତ୍ୟାର୍ଥଙ୍କ ଗନ୍‌ମ୍ୟାନ ପ୍ରଥମେ କରୋନା ପଜିଟିଭ୍‌ ଭାବେ ଚିହ୍ନଟ ହୋଇଥିଲେ। ଏହାପରେ ସତ୍ୟାର୍ଥଙ୍କୁ ଏସ୍‌ଆରଏନ୍‌ର ସନ୍ଦିଗ୍ଧ ଓ୍ବାର୍ଡରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର କରୋନା ଯାଞ୍ଚ କରାଯାଇଥିବା ବେଳେ ମଙ୍ଗଳବାର ସକାଳେ ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ବାହାରିଥିଲା। ରିପୋର୍ଟ ଆସିବା ପରେ ତାଙ୍କୁ ଅନ୍ୟ ଓ୍ବାର୍ଡକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ ବିଳମ୍ବିତ ରାତିରେ ଯୋଗୀ ସରକାର ଅଚାନକ ସତ୍ୟାର୍ଥଙ୍କ ବଦଳି ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ସୋମବାର ରାତିରେ ଉତ୍ତରପ୍ରଦେଶ ପୋଲିସର ୧୪ଜଣ ବରିଷ୍ଠ ଆଇପିଏସ୍‌ ଅଧିକାରୀଙ୍କ ବଦଳି କରାଯାଇଛି। ଏଥିରେ ସତ୍ୟାର୍ଥଙ୍କ ନାଁ ମଧ୍ୟ ରହିଛି। ହେଲେ ବର୍ତ୍ତମାନ ତାଙ୍କର ନାଁକୁ ତାଲିକାର ପ୍ରତିକ୍ଷାରେ ରଖାଯାଇଛି। ତାଙ୍କ ସ୍ଥାନରେ ଅଭିଷେକ ଦୀକ୍ଷିତଙ୍କୁ ପ୍ରୟାଗରାଜର ନୂଆ ଏସ୍‌ଏସ୍‌ପି ଭାବେ ଦାୟିତ୍ୱ ଦିଆଯାଇଥିବା ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

ବେଆଇନ ଗୋହତ୍ୟା ରୋକିବାକୁ ଜିଲାପାଳ, ଥାନାଧିକାରୀଙ୍କୁ ସ୍ମାରକପତ୍ର

ବନ୍ତ,୨୭ା୫(କିଶୋର କୁମାର ସେଠୀ): ମୁସଲମାନ ସମ୍ପ୍ରଦାୟର ପର୍ବ ଇଦ-ଉଲ-ଜୁହା (ବକ୍ରିଦ) ପର୍ବ ପାଳନ ହେବାକୁ ଯାଉଥିବା ବେଳେ, ଏହି ସମୟରେ ବେଆଇନ ଗୋହତ୍ୟା ଏବଂ ଗୋ-ଚାଲାଣକୁ ସମ୍ପୂର୍ଣ୍ଣ…

ଭାଇ-ଭାଇ ବିବାଦ ଯୋଗୁଁ ମା’ର କଲେନି ଅନ୍ତିମସଂସ୍କାର, ପୋଲିସ ଆସି କାନ୍ଧେଇଲା ଶବ

ବାଲେଶ୍ୱର,୨୭ା୫( ବାଞ୍ଛାନିଧି ଦେ): ଦୁଇ ପୁଅ ମଧ୍ଯରେ ବିବାଦ ପାଇଁ ବଳି ପଡିଲେ ମା’ । ଏମିତି କି ମା’ର ଶବସତ୍କାର କଲେନି ଦୁଇ ପୁଅ ।…

OCS ପରୀକ୍ଷାରେ ଚାଷୀ ପୁଅଙ୍କ କମାଲ୍, ପ୍ରଥମ ପ୍ରୟାସରେ ସଫଳ ହୋଇ…

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ): ଓଡିଶା ସର୍ଭିସ୍ କମିଶନ(OPSC ) ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ୍ (ଓସିଏସ୍) ପରୀକ୍ଷାରେ ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ବାଘମୁଣ୍ଡା(ଭିଞ୍ଜେତୋରା) ଗ୍ରାମର ନିବାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri