Posted inଖେଳ

ପ୍ଲଙ୍କେଟ ଶିଲ୍ଡ ଟୁର୍ନାମେଣ୍ଟ ବାତିଲ, ଓ୍ବେଲିଂଟନ ଚାମ୍ପିୟନ

ଅକ୍‌ଲାଣ୍ଡ,୧୬।୩- କରୋନା ଭାଇରସର ଭୟବହତା ଯୋଗୁ ବହୁ ଅନ୍ତର୍ଜାତୀୟ କ୍ରୀଡ଼ା ଇଭେଣ୍ଟ ବାତିଲ କିମ୍ବା ସ୍ଥଗିତ ହୋଇସାରିଛି। ଏହି ଧାରାରେ ଯୋଡ଼ି ହୋଇଛି ନ୍ୟୁଜିଲାଣ୍ଡର ପ୍ରଥମ ଶ୍ରେଣୀ କ୍ରିକେଟ ଟୁର୍ନାମେଣ୍ଟ ପ୍ଲଙ୍କେଟ ଶିଲ୍ଡ। ଇଭେଣ୍ଟର ଅନ୍ତିମ ଦୁଇ ରାଉଣ୍ଡ ମ୍ୟାଚ ବାତିଲ କରିଦିଆଯାଇଛି। ଏଥିସହ ଓ୍ବେଲିଂଟନ ଦଳକୁ ୨୦୧୯-୨୦ ସିଜନର ଚାମ୍ପିୟନ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ କ୍ରିକେଟ (ଏନ୍‌ଜେଡ୍‌ସି) କାର୍ଯ୍ୟକାରୀ ମୁଖ୍ୟ ଭେଡିଡ ହ୍ବାଇଟ୍‌ ମେଡିକାଲ ଦଳର ପରାମର୍ଶ କ୍ରମେ ଏହି ନିଷ୍ପତ୍ତି ନିଆଯାଇଛି। ଓ୍ବେଲିଂଟନ ଦଳ ପଏଣ୍ଟ ତାଲିକାରେ ଦ୍ୱିତୀୟ ସ୍ଥାନରେ ଥିବା ଦଳଠାରୁ ୨୬ ପଏଣ୍ଟ ଆଗରେ ଥିଲା। ଏଣୁ ଦଳକୁ ଚାମ୍ପିୟନ ଘୋଷଣା କରାଯାଇଛି। ନ୍ୟୁଜିଲାଣ୍ଡ କ୍ରିକେଟ ପରିବାର ଓ ଜନସାଧାରଣଙ୍କ ସ୍ବାସ୍ଥ୍ୟ ଜନିତ ସୁରକ୍ଷା ଲାଗି ଇଭେଣ୍ଟର ବଳକା ମ୍ୟାଚ୍‌ ବାତିଲ କରାଯାଇଛି। ଏହି ଭାଇରସକୁ ଗୁରୁତର ସହ ନେବାକୁ ମେଡିକାଲ ଟିମ୍‌ ପରାମର୍ଶ ଦେଇଛି ବୋଲି ହ୍ବାଇଟ୍‌ କହିଛନ୍ତି। ଏନ୍‌ଜେଡ୍‌ସି ନ୍ୟୁଜିଲାଣ୍ଡ କ୍ରିକେଟ ଆଓ୍ବଡର୍‌ସକୁ ମଧ୍ୟ ସ୍ଥଗିତ ରଖିଛି। ଏହି ଇଭେଣ୍ଟ ଆସନ୍ତା ୩୦ ତାରିଖରେ ହେବାର ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ଯୁକ୍ତ ୨ ପାଠପଢ଼ା: ନୂଆ ଛାତ୍ରୀଛାତ୍ରଙ୍କୁ ସରକାରଙ୍କ ନୀତି ନିୟମ ଉପରେ ସଚେତନ କରାଇ…

ଭଞ୍ଜନଗର,୨୩ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଯୁକ୍ତ ୨ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ନିମନ୍ତେ ପ୍ରବେଶ ଉତ୍ସବ ଗୁରୁବାର ଅନୁଷ୍ଠିତ…

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ଘୋଷଣା କରୁ କରୁ ସକ୍ରିୟ ହୋଇଉଠିଲେ କେନ୍ଦ୍ର ସରକାର: ଏହି ୪ ରାଜ୍ୟରେ ହେବ…

ନୂଆଦିଲ୍ଲୀ,୨୩।୭: ନିଟ୍‌ ପ୍ରଶ୍ନପତ୍ର ଜାଲିଆତି ବା ଲିକ୍‌ ମାମଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପକ୍ଷରୁ ଫାଷ୍ଟ ଟ୍ରାକ୍‌ କୋର୍ଟ ଗଠନ କରିବାର ଘୋଷଣା କରାଯିବା ପରେ କେନ୍ଦ୍ର…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

୪୦ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ହୋଇଗଲା ହୃଦ୍‌ସ୍ପନ୍ଦନ, ପରେ ଘଟିଲା ଏମିତି, ଡାକ୍ତର ହେଲେ ଆଶ୍ଚର୍ଯ୍ୟ…

କିଛି ସେକେଣ୍ଡ କିମ୍ବା ମିନିଟ୍‌ ପାଇଁ ନୁହେଁ, ୪୦ ଘଣ୍ଟାରୁ ଅଧିକ ସମୟ ଧରି ଜଣେ ବ୍ୟକ୍ତିଙ୍କ ହୃଦ୍‌ସ୍ପନ୍ଦନ ବନ୍ଦ ହୋଇଗଲା। ତା’ ପରେ ଯାହା ଘଟିଲା…

ରେଳ ଯାତ୍ରୀଙ୍କ ପାଇଁ ବଡ଼ ଖବର: TTE କରିବେ ଏହି ବଡ଼ କାମ, ଯୁକ୍ତିତର୍କ ସବୁ ହେବ ରେକର୍ଡ!

ନୂଆଦିଲ୍ଲୀ,୨୩।୭: ଟ୍ରେନରେ ଟିକେଟ ଯାଞ୍ଚ ଏବେ କ୍ୟାମେରା ନିରୀକ୍ଷଣରେ କରାଯିବ। ଟିଟିଇ ଏବଂ ଯାତ୍ରୀଙ୍କ ମଧ୍ୟରେ ବାର୍ତ୍ତାଳପକ ଭିଡିଓ ଫୁଟେଜ୍ ରେକର୍ଡ କରିବା ପାଇଁ ଟିଟିଇମାନେ ସେମାନଙ୍କ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri