‘ପ୍ଲାଜ୍‌ମା ଥେରାପିର ଅଧିକ ଗବେଷଣା ଜରୁରୀ’

ନୂଆଦିଲ୍ଲୀ,୨୯ା୪: କରୋନା ଭୂତାଣୁର ଉପଚାର ଲାଗି ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରାଯିବାର କୌଣସି ଭିତ୍ତି ନାହିଁ। ଏହାର ଅଧିକ ଗବେଷଣା ଜରୁରୀ ବୋଲି ଇଣ୍ଡିଆନ୍‌ କାଉନ୍‌ସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ(ଆଇସିଏମ୍‌ଆର୍‌) ପକ୍ଷରୁ ମଙ୍ଗଳବାର ସ୍ପଷ୍ଟ କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ଆଇସିଏମ୍‌ଆର ପକ୍ଷରୁ ଜାତୀୟସ୍ତରରେ ଏନେଇ ଅଧିକ ତର୍ଜମା ଜାରି ରହିଛି। ଏହା ରୋଗୀଙ୍କ ଜୀବନ ପ୍ରତି ବିପଦ ମଧ୍ୟ ସୃଷ୍ଟି କରିପାରେ। ଦିଲ୍ଲୀରେ ଗତ ସପ୍ତାହରେ ପ୍ଲାଜ୍‌ମା ଥେରାପି ସଫଳ ହୋଇଥିଲେ ହେଁ ଏବେ ଅଧିକ ଗବେଷଣା ଉପରେ ଗୁରୁତ୍ୱ ଦିଆଯାଉଛି।
ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଲଭ୍‌ ଅଗ୍ରଓ୍ବାଲ କହିଛନ୍ତି, ପ୍ଲାଜ୍‌ମା ଥେରାପିକୁ ସମର୍ଥନ କରିବାର ସେଭଳି କୌଣସି ଠୋସ୍‌ ପ୍ରମାଣ ନାହିଁ। ଏହାର ଉପଯୋଗ ଠିକ୍‌ ଭାବେ କରା ନ ଗଲେ ସଂକ୍ରମିତଙ୍କ ଜୀବନ ପ୍ରତି ବିପଦ ଦେଖାଦେବା ଆଶଙ୍କା ରହିଛି। କେବଳ ଭେଣ୍ଟିଲେଟର ସପୋର୍ଟରେ ଥିବା ଗୁରୁତର ରୋଗୀଙ୍କ କ୍ଷେତ୍ରରେ ଏହାକୁ ବ୍ୟବହାର କରାଯାଇପାରେ। ପ୍ରକାଶଥାଉ କି, ମୁମ୍ବାଇରେ ମଙ୍ଗଳବାରଠାରୁ ଏହି ପ୍ଲଜ୍‌ମା ଥେରାପି ଟ୍ରାଏଲ୍‌ ଭାବେ ଗ୍ରହଣ କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ପ୍ଲାଜ୍‌ମାକୁ ଜଣେ ଗୁରୁତର କରୋନା ରୋଗୀଙ୍କ ଦେହରେ ଲଗାଇ ରକ୍ତ ସଞ୍ଚାଳନ କରାଯାଇ ସୁସ୍ଥ କରାଯାଇଥାଏ। କାରଣ କରୋନାରୁ ମୁକ୍ତ ହୋଇଥିବା ବ୍ୟକ୍ତିଙ୍କ ରୋଗ ପ୍ରତିରୋଧକ ଶକ୍ତି ଅଧିକ ଥାଏ। ଜଣେ ବ୍ୟକ୍ତି ୪୦୦ ମିଲିଗ୍ରାମ୍‌ର ପ୍ଲାଜ୍‌ମା ଦାନ କରିପାରିବେ ବୋଲି ଡାକ୍ତର କହିଛନ୍ତି। ଏଥିରେ ୨ ରୋଗୀଙ୍କୁ ବଞ୍ଚାଯାଇପାରିବ। ହେଲେ ପ୍ଲାଜ୍‌ମା ଥେରାପି କେତେଦୂର କରୋନା ରୋଗୀଙ୍କ ଜୀବନ ରକ୍ଷା କରିବ ତାହା ଗବେଷଣା ପରେ ହିଁ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବଜାରରେ ସରିଯିବ ପିଆଜ! ଦର ବଢ଼ିବା ମଧ୍ୟରେ ସରକାର କହିଲେ…

ନୂଆଦିଲ୍ଲୀ,୨୪।୮: ପିଆଜ ଦର ବଢ଼ୁଥିବା ମଧ୍ୟରେ ଏହାର ଯୋଗାଣ ବଢ଼ାଇବା ପାଇଁ ସରକାର ପଦକ୍ଷେପ ତ୍ୱରାନୱିତ କରିଛନ୍ତି। ସରକାର କହିଛନ୍ତି ଯେ, ଦେଶରେ ବର୍ତ୍ତମାନ ପିଆଜର ପର୍ଯ୍ୟାପ୍ତ…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

‘ମୁଁ ରାଜନୀତିରୁ ସନ୍ନ୍ୟାସ…’, TMCରେ ବିଦ୍ରୋହ ମଧ୍ୟରେ ମମତା ବାନାର୍ଜୀଙ୍କ ବଡ଼ ଘୋଷଣାକୁ ନେଇ ହଇଚଇ

ନୂଆଦିଲ୍ଲୀ,୨୪।୮: TMC ମୁଖ୍ୟ ମମତା ବାନାର୍ଜୀ ନିଜର ରାଜନୈତିକ ଭବିଷ୍ୟତକୁ ନେଇ ବଡ଼ ବୟାନ ଦେଇଛନ୍ତି। ସେ ସ୍ପଷ୍ଟ ଭାବେ କହିଛନ୍ତି ଯେ, ରାଜନୀତିରୁ ସନ୍ନ୍ୟାସ ନେବାର…

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri