Posted inଜାତୀୟ

ପ୍ଲାଷ୍ଟିକ୍‌ ମୁକ୍ତ ଭାରତ ପାଇଁ ଶପଥ ନେବା

ନୂଆଦିଲ୍ଲୀ,୩୦ା୯(ପି.ଟି.): ସ୍ବଚ୍ଛ ଭାରତ ଅଭିଯାନ, ଫିଟ୍‌ ଇଣ୍ଡିଆ ମୁଭ୍‌ମେଣ୍ଟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭାରତରେ ପ୍ଲଗିଙ୍ଗ୍‌ ଅଭିଯାନ ଆରମ୍ଭ କରିବା ଲାଗି ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ରେ କହିଛନ୍ତି। ଭାରତର ପ୍ରଥମ ପ୍ଲଗର ରିପୁଦମନ ବେଲ୍‌ଭି ଏହି ପ୍ଲଗିଙ୍ଗ୍‌ କ୍ୟାମ୍ପେନ୍‌ର ଶୁଭାରମ୍ଭ କରିଥିବାରୁ ପ୍ରଧାନମନ୍ତ୍ରୀ ତାଙ୍କର ପ୍ରଶଂସା କରିଛନ୍ତି। ପ୍ଲଗିଙ୍ଗ୍‌ ହେଉଛି ରାସ୍ତାରେ ଜଗିଙ୍ଗ୍‌ କରିବା ସହିତ ଅଳିଆ ଉଠାଇବା। ଏହା ଆମକୁ ଫିଟ୍‌ ରଖିବା ସହ ପ୍ରଦୂଷଣ ରୋକିବାରେ ସହାୟକ ହୋଇପାରିବ। ୨୦୧୬ରେ ସ୍ବିଡେନ୍‌ରେ ପ୍ରଥମେ ଏଭଳି ଏକ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀରୁ ଗୋଟିଏ ଥର ବ୍ୟବହୃତ ପ୍ଲାଷ୍ଟିକ ନିଷିଦ୍ଧ ଅଭିଯାନ ହେଉଥିବାବେଳେ ଏଥିରୁ ମୁକ୍ତି ପାଇଁ ୧୩୦ କୋଟି ଦେଶବାସୀଙ୍କୁ ଶପଥ ନେବାକୁ ହେବ। ଅକ୍ଟୋବର ୨ରେ କ୍ରୀଡା ମନ୍ତ୍ରଣାଳୟ ‘ଫିଟ୍‌ ଇଣ୍ଡିଆ ପ୍ଲଗିଙ୍ଗ୍‌ ରନ୍‌’ ଆୟୋଜନ କରିବ। ଏଥିରେ ସାରା ଦେଶରୁ ଲୋକେ ଭାଗ ନେଇ ୨ କିଲୋମିଟର ଦୌଡିବା ସହ ଅଳିଆ ସଂଗ୍ରହ କରିବେ।
ତମାଖୁ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେବା ସହ ଇ-ସିଗାରେଟ ନିଷିଦ୍ଧ କରାଯାଇଥିବାରୁ ଏହା ଯୁବସମାଜକୁ ନୂଆ ବଦଭ୍ୟାସରେ ପଡିବାରୁ ରୋକିପାରିବ ବୋଲି କହିଛନ୍ତି। କ୍ୟାନସର, ମଧୁମେହ ଓ ରକ୍ତଚାପ ଭଳି ତମାଖୁ ସେବନ ଅତ୍ୟନ୍ତ ହାନିକାରକ। ଇ-ସିଗାରେଟ ମଧ୍ୟ ଅନୁରୂପ କ୍ଷତିକାରକ ହୋଇଥିବାରୁ ଏହାର ଉତ୍ପାଦନ ଓ ବିକ୍ରିକୁ ବନ୍ଦ କରିବା ଲାଗି ସରକାର ଅଧ୍ୟାଦେଶ ଆଣିଛନ୍ତି। ଆଗାମୀ ପାର୍ଲାମେଣ୍ଟ ଅଧିବେଶନରେ ଏହି ଅଧ୍ୟାଦେଶ ଆଇନରେ ପରିଣତ ହେବାକୁ ଯାଉଛି।
ପାର୍ବଣ ଋତୁ ଆରମ୍ଭ ହେବାକୁ ଯାଉଥିବାବେଳେ ଜନସାଧାରଣ ପରସ୍ପର ମଧ୍ୟରେ ଆନନ୍ଦ ବାଣ୍ଟିବା ପାଇଁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ନବରାତ୍ର ଉତ୍ସବ ଆରମ୍ଭ ହୋଇଥିତ୍ବାବେଳେ ଏହା ଲୋକଙ୍କ ମଧ୍ୟରେ ନୂତନ ଉତ୍ସାହ ଭରିଦେବ। ଏଥର ଦିଓ୍ବାଲି ପାଳନ ବେଳେ ରାଷ୍ଟ୍ର ନାରୀଶକ୍ତିର ଦକ୍ଷତା ଓ ସାମର୍ଥ୍ୟର ପାଳନ କରିବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଝିଅମାନଙ୍କୁ ସମ୍ବର୍ଦ୍ଧିତ କରିବା ଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରିବା ନିମନ୍ତେ ସେ ପରାମର୍ଶ ଦେଇଛନ୍ତି।
କ୍ରୀଡା ଓ ଖେଳଓ୍ବାଡ ମନୋଭାବ ସମ୍ପର୍କରେ କହିବା ବେଳେ ୟୁଏସ୍‌ ଓପନ୍‌ ଟେନିସ୍‌ ଟୁର୍ନାମେଣ୍ଟ ତାଙ୍କୁ ପ୍ରଭାବିତ କରିଥିବା ସୂଚନା ଦେଇଥିଲେ। ଖେଳଓ୍ବାଡ ମନୋଭାବ ରଖି ଲୋକଙ୍କ ହୃଦୟ ଜିଣିବାକୁ ସେ ପରାମର୍ଶ ଦେଇଥିଲେ। ଅକ୍ଟୋବର ୩୧ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ ଜନ୍ମବାର୍ଷିକୀ। ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଆମର ଲକ୍ଷ୍ୟ ହୋଇଥିବାରୁ ଏହି ଦିନ ବହୁସଂଖ୍ୟାରେ ‘ଏକତା ପାଇଁ ଦୌଡ଼’ କାର୍ଯ୍ୟକ୍ରମରେ ସାମିଲ ହେବା ଲାଗି ପ୍ରଧାନମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ପାର୍ବଣ ଋତୁରେ ଭାରତ ଭ୍ରମଣ ଲାଗି ସେ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

ବିକଶିତ ଭାରତ ପାଇଁ ମୋଦି ଦେଲେ ୭ ଫର୍ମୁଲା: ଜାଣନ୍ତୁ କ’ଣ କ’ଣ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାର ପ୍ରାଚୀରରୁ ଦେଶକୁ ‘ଶକ୍ତିର ସପ୍ତଧାରା’ର ଦୃଷ୍ଟିକୋଣ ଉପସ୍ଥାପନ କରିଛନ୍ତି। ସେ କହିଛନ୍ତି, ବିକଶିତ ଭାରତ ନିର୍ମାଣ…

ଉତ୍କଳ ଗୌରବ ମଧୁସୂଦନ ଦାସ ଉଚ୍ଚ ବିଦ୍ୟାଳୟରେ ଫରଫର ଉଡ଼ିଲା ତ୍ରିରଙ୍ଗା, ଦେଶପ୍ରେମୀଙ୍କ ବଳିଦାନ ପାଇଁ ଆଜି…

ଦାରିଙ୍ଗବାଡ଼ି,୧୫ା୮(ଅରୁଣ ସାହୁ): ଦେଶ ଆଜି ପାଳୁଛି ୮୦ତମ ସ୍ବାଧୀନତା ଦିବସ। ଏଥିପାଇଁ ପଲ୍ଲୀଠାରୁ ଦିଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇପଡ଼ିଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ଯୁବଗୋଷ୍ଠୀ ହିଁ ଆମ ରାଷ୍ଟ୍ରର ମହାନ ଶକ୍ତି: ଉପମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,୧୫।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ସଦରମହଟୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ହର୍ଷଉଲ୍ଲାସ ମଧ୍ୟରେ ପାଳିତ ହୋଇଯାଇଛି। ସୁନ୍ଦରଗଡ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତରା ପଡିଆଠାରେ…

ବିଭିନ୍ନ ସ୍ଥାନରେ ସ୍ବାଧୀନତା ଦିବସ ପାଳିତ: କୃତୀ ପ୍ରତିଯୋଗୀ ପୁରସ୍କୃତ

ଭଞ୍ଜନଗର, ୧୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡ଼ିଆରେ ଶନିବାର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରା…

ହର୍ମୁଜରେ ୟୁଏଇର ୨ ଟ୍ୟାଙ୍କର ଉପରେ ଆକ୍ରମଣ

ଦୁବାଇ, ୧୫।୮: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ୟୁଏଇର ଦୁଇଟି ତେଲ ଟ୍ୟାଙ୍କର ଉପରେ ଡ୍ରୋନ ଆକ୍ରମଣ ହୋଇଛି। ଏହି ଆକ୍ରମଣ ପାଇଁ ସଂଯୁକ୍ତ ଆରବ ଏମିରେଟ୍ସ…

ଲାଲକିଲ୍ଲାରେ ସମ୍ବୋଧନ ପରେ ପିଲାମାନଙ୍କ ଗହଣରେ ନିଜକୁ ହଜାଇ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର 80ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ମୋଦି ଲାଲକିଲ୍ଲାରୁ ଲଗାତାର 13ତମ ଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରିଛନ୍ତି। ଲାଲକିଲ୍ଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri