ପ୍ଲାଷ୍ଟିକ ଅଣ୍ଡା ବିକି ବ୍ୟବସାୟୀ ଅଟକ

ଭୁବନେଶ୍ୱର,୨୨ା୭(ବ୍ୟୁରୋ): ପ୍ଲାଷ୍ଟିକ ଅଣ୍ଡା ବିକ୍ରି କରୁଥିବା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଜଣେ ବ୍ୟବସାୟୀକୁ ଅଟକ ରଖିଛି। ଏପିରିକି ପୋଲିସ ତାଙ୍କୁ ପଚରାଉଚରା କରିବା ସହ ସେ ବିକ୍ରି କରୁଥିବା ଅଣ୍ଡାକୁ ଜବତ କରି ତଦନ୍ତ କରୁଛି। ଯୁବକ ଜଣକ ବିକ୍ରି କରୁଥିବା ଅଣ୍ଡା ପ୍ଲାଷ୍ଟିକ କି ନାହିଁ ତାହା ଜାଣିବାକୁ ପୋଲିସ ପରୀକ୍ଷା ପାଇଁ ପଠାଇଛି। ଯଦି ଅଣ୍ଡାଟି ପ୍ଲାଷ୍ଟିକ ହୋଇଥିବା ନେଇ ଜଣାପଡେ ତେବେ ଉକ୍ତ ବ୍ୟବସାୟୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପୋଲିସ କହିଛି। ରବିବାର ଅପରାହ୍ନ ୪ଟାରେ ନୟାପଲୀ ଭିଆଇପି କଲୋନୀ ନିକଟରେ ଜଣେ ବ୍ୟକ୍ତି ଅଣ୍ଡା ବିକ୍ରି କରୁଥିଲେ। କେତେଜଣ ଲୋକ ତାଙ୍କଠାରୁ ସିଝା ଅଣ୍ଡା ଖାଇଥିଲେ ମଧ୍ୟ ତାହା ଛିଣ୍ଡି ନ ଥିଲା। ଏପରିକି ଅନ୍ୟମାନେ କିଣି ନେଇ ଘରେ ଖାଇଥିଲେ ମଧ୍ୟ ସମାନ ଅବସ୍ଥା ହେଉଥିବା ଅଭିଯୋଗ କରିଥିଲେ। ବ୍ୟବସାୟୀ ଜଣ ଲୋକଙ୍କୁ ଠକିବା ପାଇଁ ପ୍ଲାଷ୍ଟିକ ଅଣ୍ଡା ବିକ୍ରି କରୁଥିବା ଅଭିଯୋଗ କରିଥିଲେ। ସେଠାରେ ଗ୍ରାହକଙ୍କ ସହ ବେପାରୀଙ୍କର କିଛି ସମୟ ଯୁକ୍ତିତର୍କ ହୋଇଥିଲା। ଶେଷରେ ପୋଲିସ ସେଠାରେ ପହଞ୍ଚି ଉକ୍ତ ବ୍ୟବସାୟୀକୁ କାବୁ କରି ଥାନାକୁ ନେବା ସହ କେତେକ ଅଣ୍ଡାକୁ ଜବତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଖୁବ୍‌ଶୀଘ୍ର ନୋ ପାର୍କିଂ ଜୋନ୍‌ ଚିହ୍ନଟ କରିବ ବିଏମ୍‌ସି

ଭୁବନେଶ୍ୱର, ୨୭।୪ (ବନ୍ଦନା ସେଠୀ): ସହରସାରା ଏବେ ବେଆଇନ ପାର୍କିଂ। ଗଳିକନ୍ଦିଠାରୁ ଆରମ୍ଭ କରି ରାଜରାସ୍ତା ପର୍ଯ୍ୟନ୍ତ ଯିଏ ଯେଉଁଠି ପାରୁଛି ଗାଡ଼ି ରଖି ଦେଉଛି।...

୩୯ ଲୋକ ସଭା, ୨୨୬ ବିଧାନସଭା ପ୍ରାର୍ଥୀଙ୍କ ନାମାଙ୍କନ

ଭୁବନେଶ୍ୱର,୨୭ା୪(ଅନିଲ ଦାସ): ରାଜ୍ୟରେ ମେ’ ୧୩ରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର ଓ କୋରାପୁଟ ଲୋକ ସଭା...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri