ପ୍ଲାଷ୍ଟିକ କଟକଣାକୁ ମାନୁ ନାହାନ୍ତି ସରକାରୀ କର୍ମଚାରୀ:ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ

ଭୁବନେଶ୍ୱର,୨୫-୯(ବ୍ୟୁରୋ): ଥରେ ବ୍ୟବହାର ହେଉଥିବା ପ୍ଲାଷ୍ଟିକ କିମ୍ବା ୫୦ ମାଇକ୍ରନରୁ କମ ମୋଟେଇ ପଲିଥିନ ପରିବେଶ ପାଇଁ ମାରାତ୍ମକ । ଏହାର ବ୍ୟବହାରକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଏହାକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି। ୨୦୧୮ ଅକ୍ଟୋବର ୨ ତାରିଖରୁ ରାଜ୍ୟରେ ୬ଟି ସହରାଞ୍ଚଳରେ ଏହାର ବ୍ୟବହାରକୁ ନିଷେଧ କରାଯାଇଥିବା ବେଳେ ସରକାରୀ କାର୍ଯ୍ୟାଳୟରେ ମଧ୍ୟ ଏହାକୁ ବାରଣ କରାଯାଇଛି। ତେବେ ସରକାରଙ୍କ ଏହି ନିର୍ଦ୍ଦେଶନାମାକୁ କର୍ମଚାରୀମାନେ ପାଳନ କରୁ ନାହାନ୍ତି। ପଲିଥିନ, ପ୍ଲାଷ୍ଟିକ ବୋତଲ, କପ, ପ୍ଲେଟ ଆଦିର ବହୁଳ ବ୍ୟବହାର ଚାଲିଛି। ଏପରିକି ଭୋଜି ସମୟରେ ଥର୍ମୋପ୍ଲେଟଗୁଡିକର ବହୁଳ ବ୍ୟବହାର କରାଯାଉଛି। ପ୍ଲାଷ୍ଟିକ ବ୍ୟବହାର ନ କରିବାକୁ ସରକାରୀ କର୍ମଚାରୀଙ୍କ ପାଇଁ ସରକାର ପୁଣି ଏକ ନିର୍ଦ୍ଦେଶନାମା ଜାରି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏ ନେଇ ଏକ ନିର୍ଦ୍ଦେଶନାମା ସବୁ ବିଭାଗର ସଚିବମାନଙ୍କୁ ଜାରି କରାଯାଇଛି। ଏହି ନିର୍ଦ୍ଦେଶନାମାରେ କୁହାଯାଇଛି ଯେ ପ୍ଲାଷ୍ଟିକ ଏକ ନଷ୍ଟ ହେଉ ନ ଥିବା ମାରାତ୍ମକ ବସ୍ତୁ। ପର ିବେଶ ପାଇଁ ଏହା ବଡ ବିପଦ ଭାବେ ଛିଡା ହୋଇଛି। ଜଙ୍ଗଲ ଓ ପରିବେଶ ବିଭାଗ ପ୍ଲାଷ୍ଟିକ ଉପରେ କଟକଣା ଲଗାଇବାକୁ ଅନେକ ପଦକ୍ଷେପ ନେଇଛି। ଏହାସତ୍ତ୍ୱେ ସମସ୍ତ ସରକାରୀ କାର୍ଯ୍ୟାଳୟରେ ଅବାଧରେ ପ୍ଲାଷ୍ଟିକ ବ୍ୟବହାର ଚାଲିଛି। ପାଣିପାଉଚ, ବୋତଲ, ପ୍ଲାଷ୍ଟିକ କପ, ପ୍ଲେଟ ଆଦିକୁ କୌଣସି ବୈଠକରେ ବ୍ୟବହାର କରାଯିବ ନାହିଁ। କର୍ମଚାରୀମାନେ ନିଜ ବିଭାଗରେ ଲାଗିଥିବା ଆକ୍ୱାଗାର୍ଡରୁ ଷ୍ଟେନଲେସ ଷ୍ଟିଲ କିମ୍ବା କାଚ ବୋତଲରେ ପାଣି ନେଇ ବ୍ୟବହାର କରି ପାରିବେ। ସରକାରୀ ସଭାସମିତିରେ ମଧ୍ୟ ପ୍ଲାଷ୍ଟିକ ବ୍ୟବହାରକୁ ବାରଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦୈନନ୍ଦିନ ସରକାରୀ କାର୍ଯ୍ୟକ୍ରମରେ ମଧ୍ୟ ପ୍ଲାଷ୍ଟିକରେ ନିର୍ମିତ ଫ୍ଲେକ୍ସ ବ୍ୟବହାର ନ କରିବାକୁ ପରାମର୍ଶ ଦିଆଯାଇଛି। ବିଭାଗଗୁଡିକ ପ୍ଲାଷ୍ଟିକର ବିକଳ୍ପ ଯୋଗାଡ କରିବାକୁ ମଧ୍ୟ କୁହାଯାଇଛି। ତୁରନ୍ତ ଏoହି ନିର୍ଦ୍ଦେଶନାମାକୁ କାର୍ଯ୍ୟକାରୀ କରିବାକୁ ବିଭାଗଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ କରାଯାଉ

ଛତ୍ରପୁର,୬ା୮(ଦିଲୀପି ସାମଲ): ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘିବା ଘଟଣାର ସ୍ଥାୟୀ ସମାଧାନ ଓ ବିସ୍ଥାପିତ ନୀତିକୁ କାର୍ଯ୍ୟକାରୀ କରିବା ପାଇଁ ଦକ୍ଷିଣାଞ୍ଚଳ ବ୍ରହ୍ମପୁର ଆରଡ଼ିସି ଓ ଛତ୍ରପୁର…

Gen Zକୁ ନେଇ ବଡ଼ ବୟାନଦେଲେ ମୋହନ ଭାଗବତ, ରାଜନୈତିକ ମହଲରେ ଉଠିଲାଣି ବିରାଟ ଝଡ଼!

ନୂଆଦିଲ୍ଲୀ,୬।୮: Gen Zଙ୍କ ସହ ଜଡିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସଏସ) ମୁଖ୍ୟ ଡକ୍ଟର ମୋହନ ଭାଗବତ କହିଥିଲେ ଯେ ଯଦି ସ୍ବର…

ଝାଡ଼ାବାନ୍ତିରେ ୩୩ ଛାତ୍ରୀ ଆକ୍ରାନ୍ତ

କପ୍ତିପଦା,୬ା୮(ବିଷ୍ଣୁଚରଣ ପୁଥାଳ): ମୟୂରଭଞ୍ଜ ଜିଲା କପ୍ତିପଦା ବ୍ଲକ ଅଧୀନ ବଡ଼ସିମୁଳିଆ କନ୍ୟାଶ୍ରମର ୩୩ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଚିକିତ୍ସା ପାଇଁ ସେମାନଙ୍କୁ କପ୍ତିପଦା ଡାକ୍ତରଖାନାରେ ଭର୍ତ୍ତି…

ଭାଜପା ନେତାଙ୍କ ଶେଷକୃତ୍ୟ ସମ୍ପନ୍ନ: ୪ଜଣଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଲେ ସ୍ତ୍ରୀ

ମ. ରାମପୁର,୬।୮(ଶଶି ଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ରାମପୁର ବ୍ଲକ ଡମ୍ବ କରଲାଖୁଣ୍ଟା ପଞ୍ଚାୟତ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ବାମୀ ତଥା ଭାଜପା ମଣ୍ଡଳ ଉପସଭାପତି ଫକିର…

ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ…

ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ଗୃହ ନିର୍ମାଣ ଦାବି

କୋରାପୁଟ,୬ା୮(ଅମିତାଭ ବେହେରା): କୋରାପୁଟ ଜିଲାର ନନ୍ଦପୁର ବ୍ଲକ ଅନ୍ତର୍ଗତ ମାଳିବେଲଗାଁ ପଞ୍ଚାୟତର ଛେଲିଆମୁଣ୍ଡା ଗ୍ରାମରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଗୃହ ନିର୍ମାଣ କରିବା ପାଇଁ…

ଅମିତ ଶାହାଙ୍କୁ ଭେଟି ବଡ଼ ଦାବି କଲେଣି ତିନି ବିଦ୍ରୋହୀ ମୁସଲିମ ଟିଏମସି ଏମପି

ନୂଆଦିଲ୍ଲୀ,୬।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ (TMC) ବିରୋଧରେ ବିଦ୍ରୋହ କରିଥିବା ତିନି ଜଣ ଏମପି ଆବୁ ତାହିର ଖାନ, ୟୁସୁଫ ପଠାନ ଏବଂ ଖଲିଲୁର…

ରିଷିଡା ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ; ଛୁଟିରେ ଡାକ୍ତର, ରୋଗୀ ହନ୍ତସନ୍ତ

ରିଷିଡା, ୬।୮(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକର ରିଷିଡା ସ୍ଥିତ ସରକାରୀ ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର ଆଜକୁ ପ୍ରାୟ ୨ମାସ ହେଲା ଛୁଟିରେ ରହିଛନ୍ତି । ଫଳରେ ରୋଗୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri