ପ୍ୟାରିସ୍‌ ଜଳବାୟୁ ଚୁକ୍ତି: ଆମେରିକା ବ୍ୟତୀତ ସବୁ ଜି୨୦ ରାଷ୍ଟ୍ରଙ୍କ ସମର୍ଥନ

ଓସାକା,୩୦ା୬(ପି.ଟି): ପ୍ୟାରିସ୍‌ ଜଳବାୟୁ ଚୁକ୍ତିନାମାକୁ ପୂର୍ଣ୍ଣମାତ୍ରାରେ କାର୍ଯ୍ୟକାରୀ କରିବାକୁ ଶନିବାର ଜି-୨୦ ରାଷ୍ଟ୍ରଗୋଷ୍ଠୀର ୧୯ ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଛନ୍ତି। କେବଳ ଆମେରିକା ଏହାକୁ ସମର୍ଥନ କରିନାହିଁ। ଜାପାନର ଓସାକା ସହରରେ ଅନୁଷ୍ଠିତ ଜି-୨୦ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅନ୍ୟ ବିଶ୍ୱନେତାମାନେ ଭାଗ ନେଇ ଜଳବାୟୁ ପରିବର୍ତ୍ତନ ରାଜିନାମା କାର୍ଯ୍ୟକାରୀ କରିବାକୁ ସହମତି ପ୍ରକାଶ କରିଥିଲେ। ଗତବର୍ଷ ମଧ୍ୟ ଆଜେଣ୍ଟିନାରେ ଅନୁରୂପ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା। ତେବେ ଏହା ଆମେରିକାର କର୍ମଚାରୀ ଓ ଟିକସଦାତାଙ୍କ ପାଇଁ ହାନିକାରକ ଦର୍ଶାଇ ପ୍ୟାରିସ୍‌ ଚୁକ୍ତିରୁ ଓହରିଯିବା ନିଷ୍ପତ୍ତିରେ ଓ୍ବାଶିଂଟନ ଅଟଳ ରହିଥିଲା।
ଜଳବାୟୁ ପରିବର୍ତ୍ତନରୁ ରକ୍ଷା ପାଇବାକୁ ହେଲେ ଜି୨୦ ରାଷ୍ଟ୍ରସମୂହ ସ୍ମାର୍ଟ ସିଟି, ପରିବେଶକୁ ସ୍ବଚ୍ଛ ରଖିବା ପ୍ରଯୁକ୍ତି ଉପରେ ଜୋର ଦେବାକୁ ହେବ। ଏଥିପାଇଁ ଅନେକ ସ୍ବଚ୍ଛତାଭିତ୍ତିକ ପଦକ୍ଷେପ ନେବାକୁ ହେବ ବୋଲି ଚୂଡାନ୍ତ ଦସ୍ତାବିଜ୍‌ରେ କୁହାଯାଇଛି। ବୁଏନୋସ୍‌ ଏୟାର୍ସ ଏବଂ ହମବର୍ଗରେ ପୂର୍ବରୁ ହୋଇଥିବା ଘୋଷଣାନାମା ଅନୁଯାୟୀ ଜଳବାୟୁ ପରିବର୍ତ୍ତନ ବିରୋଧରେ କାର୍ଯ୍ୟକ୍ରମମାନ ଜାରି ରଖିବା ଲାଗି ୧୯ଟି ସଦସ୍ୟ ରାଷ୍ଟ୍ର ପ୍ରତିଶ୍ରୁତିବଦ୍ଧ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର! ମନ୍ତ୍ରୀଙ୍କ ଘରେ ପାଣି ପଶିବା ପରେ ବାଲି ପକାଇବାକୁ ଯାଉଥିଲେ ଶ୍ରମିକ, ମଝି ନଦୀରେ ଓଲଟିଲା ଡଙ୍ଗା, ୨୨ ଶ୍ରମିକ…

ପାଟନା,୨୬।୮: ବିହାରର ଭାଗଲପୁରରେ ଗଙ୍ଗା ନଦୀରେ ଏକ ବଡ଼ ଅଘଟଣ ଘଟିଛି । ନବଗଛିଆ ଅନ୍ତର୍ଗତ ଖରୀକ ବ୍ଲକର ରାଘୋପୁର ତଟବନ୍ଧ ନିକଟରେ ୨୨ ଜଣ ଶ୍ରମିକଙ୍କୁ…

ଚନ୍ଦ୍ରଗ୍ରହଣରେ ସମ୍ଭାଳିକି ରୁହନ୍ତୁ ଏହି ଗୋଟିଏ ରାଶି , ବଢ଼ିବ ମାନସିକ ଚାପ, ମାସେ ଯାଏ ଭାବିଚିନ୍ତି ନିଅନ୍ତୁ ନିଷ୍ପତ୍ତି!

ଜ୍ୟୋତିଷ ସିଦ୍ଧାନ୍ତ ଅନୁସାରେ, ଯେତେବେଳେ ବି କୌଣସି ବଡ଼ ଖଗୋଳୀୟ ଘଟଣା ଘଟେ, ସେତେବେଳେ ଏହାର ସିଧାସଳଖ ପ୍ରଭାବ ଦେଶ-ଦୁନିଆ ଏବଂ ରାଶିଗୁଡ଼ିକ ଉପରେ ପଡ଼ିଥାଏ। କିନ୍ତୁ…

ନେପାଳରେ ବନ୍ୟା ବିପର୍ଯ୍ୟୟ: ଭାସିଗଲା ଅନେକ ଗାଁ, ୭ଜଣଙ୍କ ମୃତ୍ୟୁ, ୧୦୫ ଜଣ ଭାରତୀୟଙ୍କ ସମେତ ୨୯୧ ବିଦେଶୀ ନିଖୋଜ

କାଠମାଣ୍ଡୁ,୨୬।୮: ଉତ୍ତର ନେପାଳର ଭୋଟେ କୋଶି ନଦୀରେ ବୁଧବାର ହଠାତ ବନ୍ୟା ଆସିଥିଲା। ଏପର୍ଯ୍ୟନ୍ତ ୭ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହି ସମୟରେ, ୨୯୧ ବିଦେଶୀ ନାଗରିକଙ୍କ…

‘ଛାତ୍ରଙ୍କୁ ଚାକିରି ନୁହେଁ ଲାଠି ମିଳୁଛି’, ରାସ୍ତାରେ ଗର୍ଜିଲେ ୬ ବର୍ଷର ବାଳକ, ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା…

ପାଟନା,୨୬।୮: ରୋଜଗାର ସମେତ ବିଭିନ୍ନ ଦାବି ନେଇ ପାଟନାର ଡାକବଙ୍ଗଲା ଛକରେ ଛାତ୍ର ଓ ପରୀକ୍ଷାର୍ଥୀଙ୍କ ଆନ୍ଦୋଳନ ଜାରି ରହିଛି । ଏହି ଭିଡ଼ ମଧ୍ୟରେ ପ୍ରାୟ…

Video: ନେପାଳରେ ପ୍ରକୃତିର କୋପ, ଆସିଲା ଭୟଙ୍କର ଭଡ଼ିଓ, ହଠାତ୍‌ ମାଡିଆସିଲା ପାଣି ୧୦୦୦ରୁ ଅଧିକ ଲୋକ ଭାସିଯାଇଥିବା ଆଶଙ୍କା

କାଠମାଣ୍ଡୁ,୨୬।୮: ପ୍ରତିବର୍ଷ ମୌସୁମୀ ଋତୁରେ, ନେପାଳ ଏବଂ ଭାରତର ପାର୍ବତ୍ୟାଞ୍ଚଳ ପ୍ରକୃତିର କୋପ ଦେଖିଥାଏ। ବୁଧବାର ସକାଳେ ନେପାଳରେ ସମାନ ଦୃଶ୍ୟ ଦେଖାଦେଇଥିଲା ଯେତେବେଳେ ତିବ୍ଦତ ସୀମା…

ମାତ୍ର ଏତିକି କିଲୋର କିଣିପାରିବେ ଚିନି! ବିଗ୍‌ବାସ୍କେଟ-ଇନଷ୍ଟାମାର୍ଟ ଭଳି କମ୍ପାନୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ, ୨୬।୮: ଭାରତରେ ପର୍ବପର୍ବାଣିର ମୁଖ୍ୟ ଋତୁ ପୂର୍ବରୁ ଯୋଗାଣରେ ହ୍ରାସ କାରଣରୁ D-Mart ଭଳି ରିଟେଲର୍ସ ଏବଂ BigBasket, Blinkit ଓ Swiggy Instamart ଭଳି…

ମହଙ୍ଗା ମାଡ଼: ବଢ଼ିଲା ଅଣ୍ଡା ଦର, ଏତିକି ଟଙ୍କା ହେବ ଚିକେନ ଦାମ୍

ନୂଆଦିଲ୍ଲୀ,୨୬।୮: ଦୈନନ୍ଦିନ ଖାଦ୍ୟସାମଗ୍ରୀର ବୃଦ୍ଧିପାଉଥିବା ଦରଦାମ୍ ମଧ୍ୟରେ ଏବେ ଅଣ୍ଡା ଦର ସାଧାରଣ ଖାଉଟିଙ୍କ ଚିନ୍ତା ବଢ଼ାଇଦେଇଛି । ବିଗତ ଗୋଟିଏ ବର୍ଷ ମଧ୍ୟରେ ଅଣ୍ଡା ମୂଲ୍ୟରେ…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri