Posted inଖେଳ

ଫକନର ସମଲିଙ୍ଗୀ ନୁହଁନ୍ତି

ମେଲବୋର୍ନ, ୧ା୫ (ପି.ଟି.)-ଅଷ୍ଟ୍ରେଲିଆନ ଅଲରାଉଣ୍ଡର ଜେମ୍ସ ଫକନର ସମଲିଙ୍ଗୀ ନୁହଁନ୍ତି। ମଙ୍ଗଳବାର ଏ ବିଷୟରେ ସେ ସଫେଇ ଦେଇଛନ୍ତି।  ସୋମବାର ଫକ୍‌ନର ତାଙ୍କ ୨୯ତମ ଜନ୍ମ ଦିବସ ପାଳନ କରିଥିଲେ। ଏହି ଅବସରରେ ସୋସିଆଲ ମିଡିଆରେ  ସେ ଓ ତାଙ୍କ ମା’ ରୋଜଲିନ୍‌ ଫକନର ଏବଂ ବୟଫ୍ରେଣ୍ଡ ରବର୍ଟ ଜବ୍‌ଙ୍କ ମିଳିତ ଫଟୋ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ। ଏଥିରେ ରବର୍ଟଙ୍କୁ ତାଙ୍କ ହାଉସ୍‌ମେଟ୍‌ ଏବଂ ଉଭୟେ ୫ବର୍ଷ ହେଲା ଏକତ୍ର ରହିଆସୁଛନ୍ତି ବୋଲି ଉଲ୍ଲେଖ କରିଥିଲେ। ଫଳସ୍ବରୂପ ଫକନର ଜଣେ  ସମଲିଙ୍ଗୀ ବୋଲି ଧାରଣା ସୃଷ୍ଟି ହୋଇଥିଲା।  ସୋସିଆଲ ମିଡିଆରେ ଏହି ଫଟୋ ଖୁବ୍‌ ଭାଇରାଲ ହୋଇଥିଲା। ଫକ୍‌ନରଙ୍କ କେତେକ ପ୍ରଶଂସକ ତାଙ୍କୁ ଶୁଭେଚ୍ଛା ମଧ୍ୟ ଜଣାଇଥିଲେ। କିନ୍ତୁ ଏହି ଅଷ୍ଟ୍ରେଲୀୟ କ୍ରିକେଟର ମଙ୍ଗଳବାର ନିଜେ ସମଲିଙ୍ଗୀ ନୁହଁନ୍ତି ବୋଲି ସଫେଇ ଦେଇଛନ୍ତି। ସୋମବାର ରାତିରେ ମୁଁ ଯେଉଁ ଫଟୋ ପୋଷ୍ଟ କରିଥିଲି ସେଥିରୁ ଭୁଲ ବୁଝାମଣା ହୋଇଛି। ରବର୍ଟ ପ୍ରକୃତରେ ମୋର ଜଣେ ଘନିଷ୍ଠ ବନ୍ଧୁ ଏବଂ ବିଜନେସ୍‌ ପାର୍ଟନର। ଅନ୍ୟପକ୍ଷରେ କ୍ରିକେଟ ଅଷ୍ଟ୍ରେଲିଆ ଏଥିପାଇଁ ଫକନରଙ୍କୁ କ୍ଷମାଭିକ୍ଷା କରିବା ଲାଗି କହିଛି। ଜଣେ ପ୍ରତିଷ୍ଠିତ ଖେଳାଳି ହିସାବରେ ଏହିି ଜୋକ୍‌ ଶୋଭା ପାଏନି ବୋଲି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୧୫ ବର୍ଷ କ୍ୟାରିଅରର ଅନ୍ତ, 30 ବର୍ଷ ବୟସରେ ଅବସର ଘୋଷଣା କଲେ ଏହି ଖୋଳାଳି

ନୂଆଦିଲ୍ଲୀ,୧୯ା୨: ନ୍ୟୁଜିଲାଣ୍ଡ ମହିଳା କ୍ରିକେଟରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି । ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ ଦଳର ଜଣେ ନିର୍ଭରଯୋଗ୍ୟ ବ୍ୟାଟ୍ସମ୍ୟାନ୍ ଲରେନ୍ ଡାଉନ୍ କ୍ରିକେଟରୁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri