Categories: ଖେଳ

ଫଗ୍‌ନିନିଙ୍କୁ କ୍ୟାରିୟରର ଶ୍ରେଷ୍ଠ ର଼୍ୟାଙ୍କିଙ୍ଗ

ପ୍ୟାରିସ, ୨୩ା୪ (ଏଏଫ୍‌ପି)-ସୋମବାର ଏଟିପି ର଼୍ୟାଙ୍କିଙ୍ଗ ତାଲିକା ପ୍ରକାଶ ପାଇଛି। ଏଥିରେ ଇଟାଲୀର ୩୧ ବର୍ଷୀୟା ଫାବିଓ ଫଗ୍‌ନିନି ତାଙ୍କ କ୍ୟାରିୟର ଶ୍ରେଷ୍ଠ ୧୨ଶ ସ୍ଥାନ ଅଧିକାର କରିଛନ୍ତି। ରବିବାର ଫାଇନାଲରେ ସେ ସର୍ବୀୟାର ଦୁସାନ ଲାଜୋଭିଚ୍‌ଙ୍କୁ ସିଧାସଳଖ ସେଟ୍‌ରେ ପରାସ୍ତ କରି ତାଙ୍କର ପ୍ରଥମ ମାଷ୍ଟର୍ସ ଟ୍ରଫି ହାସଲ କରିଥିବାରୁ ତାଙ୍କୁ ଏହି ସଫଳତା ମିଳିଛି। ଫଗନିନି ୬ ସ୍ଥାନ ଉପରକୁ ଉଠି ଟପ୍‌ ୧୦ ନିକଟତର ହୋଇଥିବା ବେଳେ ଲାଜୋଭିଚ୍‌ ୨୪ସ୍ଥାନ ପଦୋନ୍ନତି ପାଇ ୨୪ତମ ସ୍ଥାନରେ ପହଞ୍ଚତ୍ଛନ୍ତି। ସର୍ବୀୟାର ନୋଭାକ ଜୋକୋଭିଚ୍‌ (୧୧,୧୬୦ ପଏଣ୍ଟ) ପୂର୍ବଭଳି ନମ୍ବର ଓ୍ବାନ ସ୍ଥାନ ବଜାୟ ରଖିବା ସହ ଦ୍ୱିତୀୟ ସ୍ଥାନରେ ଥିବା ସ୍ପେନର ରାଫାଲ ନାଡାଲ (୮,୦୮୫) ଙ୍କଠାରୁ ପଏଣ୍ଟ ବ୍ୟବଧାନ ବୃଦ୍ଧି କରିପାରିଛନ୍ତି। ଗତ ସପ୍ତାହରେ ପ୍ରିନ୍ସିପାଲିଟିଠାରେ ଏକ କ୍ୱାର୍ଟରଫାଇନାଲ ମ୍ୟାଚରେ ଡାନିଲ ମେଦଭେଦେଭଙ୍କଠାରୁ ପରାଜିତ ହୋଇଥିଲେ ମଧ୍ୟ ତାଙ୍କ ପୁରୁଣା ପ୍ରତିଦ୍ୱନ୍ଦ୍ୱୀ ନାଡାଲଙ୍କଠାରୁ ୩୦୦୦ ପଏଣ୍ଟ ଆଗରେ ରହିଛନ୍ତି।

Share