ଫଟା ପାଇପ୍‌, ଏନ୍‌ଏଚ୍‌ରେ ଭାସୁଛି ପାଣି: ଦୃଷ୍ଟି ଦେଉନି ଜନସ୍ବାସ୍ଥ୍ୟ ବିଭାଗ, ବଢୁଛି ଅସନ୍ତୋଷ

ଭଞ୍ଜନଗର,୭।୧୧(ଡି.ଏନ.ଏ.)- ଭଞ୍ଜନଗର ସହର ଦେଇ ଯାଇଥିବା ରାଞ୍ଚତ୍-ବିଜୟୱାଡ଼ା କରିଡ଼ରର ସ୍ଥାନୀୟ ଶ୍ରୀରାମନଗର ସେତୁ ଉପର ଦେଇ ଯାଇଥିବା ପାଣି ପାଇପ୍‌ ବହୁଦିନ ହେବ ଫାଟିଯାଇଛି। ଏଥିରୁ ପାଣି ବାହାରି ମୁଖ୍ୟ ରାସ୍ତାରେ ଭାସୁଛି। ଏହାର ପ୍ରଭାବରେ ରାସ୍ତା ଖରାପ ହେବାସହ ଖାଲଢ଼ିପ ହୋଇଗଲାଣି। ସମ୍ପୃକ୍ତ ରାସ୍ତାରେ ଯାନବାହାନ ଅତିକ୍ରମ କରିବା ସମୟରେ ଲୋକଙ୍କ ଉପରେ ପାଣି ଛିଟିକା ପଡୁଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମରାମତି ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ରୋଡ଼ ଉପରେ ପାଣି ୨୪ ଘଣ୍ଟା ଜମିରହୁଛି। ଅନ୍ୟପଟେ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଚାଲିଥିବା ଯୋଗୁ ରାଜପଥ କର୍ତ୍ତୃପକ୍ଷ ମଧ୍ୟ ଉକ୍ତ ରାସ୍ତା ମରାମତି ପ୍ରତି ଦୃଷ୍ଟି ଦେଉନାହିଁ। ଭଞ୍ଜନଗର ପିଏଚ୍‌ଡ଼ି ଅଫିସ ପରିସରରେ ଥିବା ସମ୍ପରୁ ଏକ ପାଇପ ଶ୍ରୀରାମ ନଗରକୁ ଯାଇଛି। ଶ୍ରୀରାମନଗର ପୂର୍ବରୁ ପଡୁଥିବା ସେତୁ ଉପରେ ପାଣି ପାଇପ୍‌ର ଏକାଧିକ ସ୍ଥାନରେ କଣା ହୋଇ ପାଣି ରାସ୍ତାରେ ଭାସୁଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପରେ ନେପାଳକୁ ମାଡିଆସୁଛି ଆଉ ଏକ ବଡ଼ ବିପଦ! ଚାଇନା ଦେଲା ଭୟଙ୍କର ଚେତାବନୀ, ଯେକୌଣସି ସମୟରେ…

କାଠମାଣ୍ଡୁ, ୨୯।୮: ନେପାଳରେ ଭୟଙ୍କର ବନ୍ୟା ଏବଂ ଫ୍ଲାସ ଫ୍ଲଡ ଯୋଗୁ ବିପୁଳ କ୍ଷୟକ୍ଷତି ମଧ୍ୟରେ ଏବେ ଆଉ ଏକ ବଡ଼ ବିପଦର ଆଶଙ୍କା ଦେଖାଦେଇଛି। ଚାଇନା…

କ୍ରିକେଟରୁ ସନ୍ନ୍ୟାସ ପରେ ବି ମାସକୁ କେତେ ଟଙ୍କା କମାନ୍ତି ଧୋନୀ? ଆୟ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୯।୮: ଭାରତୀୟ କ୍ରିକେଟର ମହେନ୍ଦ୍ର ସିଂହ ଧୋନୀ ୨୦୨୦ରେ ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଥିଲେ। ତେବେ କ୍ରିକେଟରୁ ଦୂରେଇବା ପରେ ମଧ୍ୟ ତାଙ୍କ ରୋଜଗାରରେ କୌଣସି ବ୍ରେକ୍‌…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri