ଫଟା ପାଇପ୍‌, ଏନ୍‌ଏଚ୍‌ରେ ଭାସୁଛି ପାଣି: ଦୃଷ୍ଟି ଦେଉନି ଜନସ୍ବାସ୍ଥ୍ୟ ବିଭାଗ, ବଢୁଛି ଅସନ୍ତୋଷ

ଭଞ୍ଜନଗର,୭।୧୧(ଡି.ଏନ.ଏ.)- ଭଞ୍ଜନଗର ସହର ଦେଇ ଯାଇଥିବା ରାଞ୍ଚତ୍-ବିଜୟୱାଡ଼ା କରିଡ଼ରର ସ୍ଥାନୀୟ ଶ୍ରୀରାମନଗର ସେତୁ ଉପର ଦେଇ ଯାଇଥିବା ପାଣି ପାଇପ୍‌ ବହୁଦିନ ହେବ ଫାଟିଯାଇଛି। ଏଥିରୁ ପାଣି ବାହାରି ମୁଖ୍ୟ ରାସ୍ତାରେ ଭାସୁଛି। ଏହାର ପ୍ରଭାବରେ ରାସ୍ତା ଖରାପ ହେବାସହ ଖାଲଢ଼ିପ ହୋଇଗଲାଣି। ସମ୍ପୃକ୍ତ ରାସ୍ତାରେ ଯାନବାହାନ ଅତିକ୍ରମ କରିବା ସମୟରେ ଲୋକଙ୍କ ଉପରେ ପାଣି ଛିଟିକା ପଡୁଛି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମରାମତି ପ୍ରତି ଗୁରୁତ୍ୱ ଦିଆଯାଉନାହିଁ। ରୋଡ଼ ଉପରେ ପାଣି ୨୪ ଘଣ୍ଟା ଜମିରହୁଛି। ଅନ୍ୟପଟେ ଜାତୀୟ ରାଜପଥ ସମ୍ପ୍ରସାରଣ କାମ ଚାଲିଥିବା ଯୋଗୁ ରାଜପଥ କର୍ତ୍ତୃପକ୍ଷ ମଧ୍ୟ ଉକ୍ତ ରାସ୍ତା ମରାମତି ପ୍ରତି ଦୃଷ୍ଟି ଦେଉନାହିଁ। ଭଞ୍ଜନଗର ପିଏଚ୍‌ଡ଼ି ଅଫିସ ପରିସରରେ ଥିବା ସମ୍ପରୁ ଏକ ପାଇପ ଶ୍ରୀରାମ ନଗରକୁ ଯାଇଛି। ଶ୍ରୀରାମନଗର ପୂର୍ବରୁ ପଡୁଥିବା ସେତୁ ଉପରେ ପାଣି ପାଇପ୍‌ର ଏକାଧିକ ସ୍ଥାନରେ କଣା ହୋଇ ପାଣି ରାସ୍ତାରେ ଭାସୁଛି। ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri