Posted inଜାତୀୟ

ଫଡନବିସଙ୍କ ପାଇଁ ସମସ୍ୟା ଆଣିପାରେ ସଂଖ୍ୟା ଗରିଷ୍ଠତା

ମୁମ୍ବାଇ,୨୩।୧୧: ମହାରାଷ୍ଟ୍ର ରାଜନୀତି ନୂଆ ମୋଡ ନେଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଡନବିସ ସରକାରଙ୍କ ଉପରେ। ରାତାରାତି ମେଣ୍ଟ ଓ ପରେ ଦେବେନ୍ଦ୍ର ଫଡନବିସ ମୁଖ୍ୟମନ୍ତ୍ରୀ ଓ ଅଜିତ ପାଓ୍ବାର ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ ସମସ୍ତଙ୍କୁ ଚକିତ କରିଛନ୍ତି ସତ। ହେଲେ ଏବେଠାରୁ ଆଲୋଚନା ହେଲାଣି ସଂଖ୍ୟା ଗରିଷ୍ଠତାକୁ ନେଇ। ଆସନ୍ତା ୩୦ ତାରିଖ ସୁଦ୍ଧା ଫଡନବିସ ସରକାର ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବେ ବୋଲି ସୂଚନା ମିଳିଛି। ଏପଟେ କିନ୍ତୁ ଏନ୍‌ସିପି ଦଳକୁ ଧୋକା ଦେଇଥିବା କୁହାଯାଉଥିବାରୁ ଏହା ଫଡନବିସଙ୍କ ପାଇଁ ସମସ୍ୟା ସୃଷ୍ଟି କରିପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଯୋର ଧରିଲାଣି। ମହାରାଷ୍ଟ୍ରର ମୋଟ ବିଧାନସଭା ଆସନ ସଂଖ୍ୟା ୨୮୮ ଥିବା ବେଳେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଛି ୧୦୫, ଶିବସେନା ୫୬, କଂଗ୍ରେସ ୪୪ ଓ ଏନ୍‌ସିପିକୁ ୫୪ ଆସନ ମିଳିଛି। ବହୁମତ ପାଇଁ ୧୪୫ ଆସନ ଆବଶ୍ୟକ। ଏବେ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାର କହିଲେଣି ତାଙ୍କ ଦଳର କେତେଜଣ ବିଧାୟକ ଭାଜପାକୁ ସହଯୋଗ କରି ନ ପାରନ୍ତି। ଯଦି ଏମିତି ହେଲା ତେବେ ଏହା ଭାଜପା ସରକାର ପାଇଁ ନିଶ୍ଚିତ ଭାବେ ସମସ୍ୟା ହେବ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

ଆହୁରି ବଢିବ ପେଟ୍ରୋଲ-ଡିଜେଲର ଦାମ୍‌! ସରକାର କହିଲେ…

ନୂଆଦିଲ୍ଲୀ, ୧୮।୫: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ ହର୍ମୁଜ ପ୍ରଣାଳୀ ଅବରୋଧ କରାଯାଇଛି। ଫଳସ୍ବରୂପ, ଆମେରିକା ଇରାନରୁ ଅଶୋଧିତ ତୈଳ କ୍ରୟ ଉପରେ…

ବୈଠକରେ ଜିଲାପାଳଙ୍କ ବଡ଼ ସୂଚନା: ଜୁନ ୧ ତାରିଖଠୁ ଆରମ୍ଭ ହେବ…

ଛତ୍ରପୁର ,୧୮।୫(ଦିଲ୍ଲୀପ ସାମଲ) : ଛତ୍ରପୁରରେ ମେ’ ୪ ତାରିଖ ଠାରୁ ଚାଲିଛି ଆରାଧ୍ୟ ଦେବୀ ମା ରାମାୟାଣାମ୍ମା ଠାକୁରାଣୀ ଯାତ୍ରା । ଏହାକୁ ଆହୁରୀ ଆକର୍ଷଣ…

ବିଦ୍ୟାଳୟରୁ ରାଶନ ଚୋରି କରୁଥିଲେ ପ୍ରଧାନଶିକ୍ଷକ, ସଭାପତି: ହଠାତ୍‌ ପହଞ୍ଚିଗଲେ ଗ୍ରାମବାସୀ, ଆଉ ତା’ପରେ…

ବୁଗୁଡ଼ା, ୧୮।୫(କାଳିଚରଣ ଦାଶ ): ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ କରସିଙ୍ଗି ଗ୍ରାମର ଉନ୍ନୀତ ଉଚ୍ଚ ବିଦ୍ୟାଳୟରୁ ଚୋରି କରୁଥିବାବେଳେ ପ୍ରଧାନଶିକ୍ଷକ , ସଭାପତିଙ୍କୁ ମାଡ଼ିବସିଲେ ଗ୍ରାମବାସୀ।…

ବ୍ଳକ ପ୍ରଶାସନ ବିରୋଧରେ ସରପଞ୍ଚ ସଂଘର ରଣ ହୁଙ୍କାର: ଆନ୍ଦୋଳନ ପାଇଁ ଦେଲେ ଚେତାବନୀ, ବିଧାୟକ,ଏମ୍‌ପିଙ୍କୁ..

ଦିଗପହଣ୍ଡି,୧୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା -ଦିଗପହଣ୍ଡି ବ୍ଳକ କାର୍ଯ୍ୟାଳୟରେ ଅବସ୍ଥାପିତ ପ୍ରଶାସନିକ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପରେ ବିଭିନ୍ନ ପଞ୍ଚାୟତର ସରପଞ୍ଚ , ସମିତିସଭ୍ୟ, ଜିଲା ପରିଷଦ…

କଂଗ୍ରେସ ମହିଳାଙ୍କ ମଶାଲ ଶୋଭାଯାତ୍ରା: ଜିଲାପାଳ ଅଫିସଠାରେ ବିକ୍ଷୋପ ପ୍ରଦର୍ଶନ, ଏହି କାରଣ ପାଇଁ…

ବଲାଙ୍ଗୀର,୧୮।୫ (ସୁନୀଲ କୁମାର ମହାନ୍ତି ) : ବଲାଙ୍ଗୀର ଜିଲା କଂଗ୍ରେସ କମିଟି ପକ୍ଷରୁ ସୋମବାର ସାରେ ଏକ ମଶାଲ ଶୋଭାଯାତ୍ରା କରାଯାଇ ଜିଲାପାଳ ଅଫିସ ଠାରେ…

ଅଧିକାରୀଙ୍କ ବିରୋଧରେ ଅସନ୍ତୋଷ ଝାଡିଲେ ସ୍ଥାନୀୟ ଲୋକେ, ପଞ୍ଚାୟତ କାର୍ଯ୍ୟାଳୟ ସାମ୍ନାରେ…

ଥୁଆମୂଳ ରାମପୁର, ୧୮ା୫ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାସ୍ଥିତ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କାର୍ଯ୍ୟରତ ଅଧିକାରୀମାନଙ୍କ ମନମୁଖୀ କାର୍ଯ୍ୟକଳାପ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri