ଫନିପାଲ ବିଦ୍ୟାଳୟର ନାମ ପରିବର୍ତ୍ତନକୁ ବିରୋଧ

ଯାଜପୁର ରୋଡ,୧୦।୮(ନି.ପ୍ର.): କ୍ରାନ୍ତି ଦିବସ ଅବସରରେ ଶୁକ୍ରବାର ସ୍ମୃତି ସଂସଦ କମିଟିର ଆବାହକ ମଦନ ମୋହନ ଜେନାଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଡ. ଫନିପାଲ ବିଦ୍ୟାଳୟ ପରିସରରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଡ଼. ଫନିପାଲ ଜଣେ ସ୍ବାଧିନତା ସଂଗ୍ରାମୀ। ସେ ପ୍ରଜା ମଣ୍ଡଳ ଆନ୍ଦୋଳନ ଓ ଯାଜପୁର ରୋଡ ଅଞ୍ଚଳରେ ବାମପନ୍ଥୀ ମୁଖ୍ୟଧାରାର ନେତୃତ୍ୱ ନେଇଥିଲେ। ଗରିବ ନିସ୍ପେଶିତ ଲୋକଙ୍କ ସେବାରେ ଶେଷ ଜୀବନ ପର୍ଯ୍ୟନ୍ତ ନିଜକୁ ଉତ୍ସର୍ଗିତ କରିଥିଲେ। ୧୯୮୫ରେ ତାଙ୍କ ନାମରେ ଫନିପାଲ ପ୍ରାଥମିକ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିଲା। ଏବେ ଶିକ୍ଷା ବିଭାଗ ପ୍ରାଥମିକ ବିଦ୍ୟାଳୟଗୁଡିକୁ ନିକଟସ୍ଥ ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି କ୍ରମରେ ଫନିପାଲଙ୍କ ନାମ ପରିବର୍ତ୍ତନ କରାଗଲେ ସ୍ବାଧିନତା ସଂଗ୍ରାମୀଙ୍କ ସମ୍ନାନ କ୍ଷଣ୍ଣ ହେବ । ତେଣୁ ଏହି ବିଦ୍ୟାଳୟକୁ ମିଶ୍ରଣ କରା ନ ଯାଇ ସ୍ଥିତାଅବସ୍ଥା ବଜାଇ ରଖାଯିବା ନେଇ ଖବରଦାତା ସମ୍ମିଳନୀରେ ଦାବି କରାଯାଇଛି। ଏଥିପ୍ରତି ଶିକ୍ଷା ବିଭାଗ ଦୃଷ୍ଟି ନଦେଲେ କ୍ରାନ୍ତି ଦିବସରୁ ସରକାରଙ୍କ ବିରୋଧ ପ୍ରତିବାଦରେ ଅଭିଯାନ ଆରମ୍ଭ ହେବ। ଅକ୍ଟୋବର ୨ରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯିବ। ଏଥିରେ ବ୍ୟାସନଗର ପୌର ପରିଷଦର ରାଜନେତା, ବୁଦ୍ଧିଜୀବୀ, ଆଇନଜୀବୀ, ସମାଜସେବୀ ସାମିଲ ହେବା ପାଇଁ ନିଷ୍ପତ୍ତି ନିଅଯାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ଶ୍ରମିକ ନେତା ବିଦ୍ୟାଧର ମହାନ୍ତି, ବରିଷ୍ଠ ଆଇନିଜିବୀ ତଥା ଭାଜପା ନେତା ଚନ୍ଦ୍ର ଶେଖର ପଣ୍ଡା, ରାଜ୍ୟ ଭାଜପା ଯୁବ ମୋର୍ଚ୍ଚା ସଂଯୋଜକ ଅଯୋଧ୍ୟା ଜେନା, ବିଶିଷ୍ଟ ଶିକ୍ଷାବିତ୍‌ ଆଶିଷ୍‌ ରାଏ, ପରମାନ୍ଦ ସେଠୀ ପ୍ରମୁଖ ଖବରଦାତା ସମ୍ମିଳନୀରେ ଯୋଗ ଦେଇଥିଲେ। ପ୍ରକାଶ ଯେ, ସ୍ଥାନୀୟ ସ୍ବାଧୀନତା ସଂଗ୍ରାମୀ ଡ. ଫନିପାଲ ବିଦ୍ୟାଳୟକୁ ରାଜ୍ୟ ସରକାର ୧୫ା୧୨ା୧୮ରେ ଶଶିଭୂଷଣ ବାଳିକା ଉଚ୍ଚ ବିଦ୍ୟାଳୟ ସହିତ ମିଶ୍ରଣ କରିବାକୁ ନର୍ଦ୍ଦେଶ ଦେଇଛନ୍ତି । ଏହାକୁ ଫନିପାଲ ସ୍ମୃତି ସଂସଦ ପକ୍ଷରୁ ବିରୋଧ କରାଯାଇଛି। ସ୍କୁଲର ନାମକୁ ପରିବର୍ତ୍ତନ ନ କାରାଯାଇ ଓ ମିଶ୍ରଣ ପ୍ରକ୍ରିୟାକୁ ବନ୍ଦ କରିବା ପାଇଁ ଯାଜପୁର ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଏହି ବିଦ୍ୟାଳୟରେ ୨ ଶହ ଛାତ୍ରୀଛାତ୍ର ପାଠ ପଢୁଥିବାରୁ ବାଳିକା ଉଚ୍ଚ ବିଦ୍ୟାଳୟରେ ମିଶିବା ଯଥାର୍ଥ ନୁହେଁ ବୋଲି ଦାବି ପତ୍ରରେ ଉଲ୍ଲେଖ କରାଯାଇଥିଲା। ହେଲେ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ପଦେକ୍ଷେପ ନିଆଯାଇ ପାରି ନ ଥିବା ସ୍ମୃତି ସଂସଦ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଆଜି ବୁଧ-ଶନିଙ୍କ ନବପଞ୍ଚମ ଯୋଗ, ମିଥୁନ ସମେତ ଏହି ୪ ରାଶିର କ୍ୟାରିୟରରେ ଆସିବ ବଡ଼ ସଫଳତା, ବ୍ୟବସାୟରେ…

ନବପଞ୍ଚମ ଦୃଷ୍ଟି ଯୋଗ ଦୁଇଟି ଗ୍ରହ ପରସ୍ପରଠାରୁ ୫ମ ଏବଂ ୯ମ ଭାବରେ ଅବସ୍ଥିତ ହେଲେ ଗଠିତ ହୁଏ। ଏହି ଯୋଗ ଗଠନ ହେବା ଫଳରେ ଭାଗ୍ୟଶାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri