ଫନୀକୁ ବିତିଲା ୨ ମାସ, ଭଙ୍ଗାରୁଜା ଅବସ୍ଥାରେ ସ୍କୁଲ୍‌ଗୃହ : ଗ୍ରୀଷ୍ମଛୁଟି ପରେ ବି ହେଉନି ମରାମତି

ରଣପୁର,୧୧ା୭(ସ୍ବ.ପ୍ର.)-ଫନୀ ବାତ୍ୟା ଘଟିବାର ଇତି ମଧ୍ୟରେ ୨ ମାସ ବିତିଯାଇଛି। ହେଲେ ଏ ପର୍ଯ୍ୟନ୍ତ ସ୍କୁଲ ଗୃହଗୁଡ଼ିକ ଭଙ୍ଗାରୁଜା ଅବସ୍ଥାରେ ପଡ଼ି ରହିଥିବାରୁ ଛାତ୍ରୀଛାତ୍ର, ଶିକ୍ଷକ ଓ ଅଭିଭାବକ ମହଲରେ ଘୋର ଅସନ୍ତୋଷ ପ୍ରକାଶ ପାଇଛି। ନିୟମାନୁସାରେ ଗ୍ରୀଷ୍ମଛୁଟି ପୂର୍ବରୁ ଭାଙ୍ଗି ଯାଇଥିବା ଶ୍ରେଣୀ ଗୃହଗୁଡ଼ିକୁ ମରାମତି କରାଯିବା ଉଚିତ। କିନ୍ତୁ ଏବେ ପାଠପଢ଼ା ଆରମ୍ଭ ହୋଇଯାଇଥିଲେ ସୁଦ୍ଧା ଅନେକ ବିଦ୍ୟାଳୟରେ ଯଥା ପୂର୍ବଂ ତଥା ପର ଅବସ୍ଥା ଦେଖିବାକୁ ମିଳୁଛି। ନୟାଗଡ଼ ଜିଲା ରଣପୁର ବ୍ଲକ ଅନ୍ତର୍ଗତ ଚମ୍ପାପେଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହେଉଛି ଏହାର ଏକ ପ୍ରକୃଷ୍ଟ ଉଦାହରଣ। ଫନୀ ବାତ୍ୟାରେ ଏହାର ତିନୋଟି ଶ୍ରେଣୀ ଭାଙ୍ଗିଯାଇଛି । କିନ୍ତୁ ମରାମତି ନିମନ୍ତେ ଯେଉଁସବୁ ସରକାରୀ ନିୟମ ରହିଛି ତାହା ଏଠି ପ୍ରହସନ ପାଲଟିଥିବା ଦେଖିବାକୁ ମିଳିଛି । ସୂଚନାଯୋଗ୍ୟ, ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଏଠାରେ ପ୍ରାୟ ୧୦୦ ଛାତ୍ରୀଛାତ୍ର ପାଠପଢ଼ନ୍ତିି । ବିଦ୍ୟାଳୟରେ ମୋଟ ୬ଟି ଶ୍ରେଣୀ କୋଠରି ରହିଛି । କିନ୍ତୁୁ ଗତ ଫନୀ ବାତ୍ୟା ପ୍ରଭାବରେ ୩ କୋଠରି ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ଅନ୍ୟ ୩ କୋଠରିରେ ବହୁ ଅସୁବିଧା ମଧ୍ୟରେ ପିଲାମାନେ ପାଠ ପଢ଼ୁଛନ୍ତି। ଏ ସମସ୍ୟା ସମ୍ପର୍କରେ ପ୍ରଧାନ ଶିକ୍ଷକଙ୍କୁ ପଚାରିବାରୁ ସେ କହିଛନ୍ତି, ଭାଙ୍ଗି ଯାଇଥିବା ଶ୍ରେଣୀଗୃହଗୁଡିକ ବିଷୟରେ ଲିଖିତ ଭାବେ ସେ ଉଚ୍ଚ ଅଧିକାରୀଙ୍କୁ ଜଣାଇଥିଲେ। ତଥାପି ଏହାର କୌଣସି ସୁଫଳ ମିିଳି ପାରିନାହିଁ କି ଏ ପର୍ଯ୍ୟନ୍ତ ଭଙ୍ଗାରୁଜା ଅବସ୍ଥାରେ ଥିବା ଶ୍ରେଣୀଗୃହଗୁଡିକୁ ଦେଖିବା ପାଇଁ କେହି ଆସିନାହାନ୍ତି । ଚମ୍ପାପେଡ଼ି ସରପଞ୍ଚ ନିର୍ମଳ କୁମାର ମତଗଜସିଂ ଏ ବିଷୟରେ କହିଛନ୍ତି, ବାତ୍ୟା ପରେ ଏହି ପଞ୍ଚାୟତସ୍ଥିତ ବାରଙ୍ଗାଡିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଚମ୍ପାପେଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର କ୍ଷୟକ୍ଷତି ସମ୍ପର୍କରେ ସେ ଲିଖିତ ଭାବେ ରଣପୁର ବିଡିଓଙ୍କୁ ଜଣାଇଥିଲେ। ବିଦ୍ୟାଳୟଗୁଡିକୁ ଏ ପର୍ଯ୍ୟନ୍ତ କାହିଁକି ମରାମତି କରାଯାଉ ନାହିଁ ବୋଲି ପଚାରିବାରୁ ସରକାରୀ ଆଦେଶ ଆସିନାହିଁ ବୋଲି ବିଡିଓ କହିଥିବା ମତଗଜସିଂ କହିଛନ୍ତି । ତେବେ ଆବଶ୍ୟକତା ଅନୁସାରେ ଶ୍ରେଣୀଗୃହ ନ ଥିବାରୁ ପିଲାମାନଙ୍କର ପାଠପଢ଼ାରେ ବ୍ୟାଘାତ ଘଟୁଥିବା ବିଭିନ୍ନ ମହଲରେ ଅଭିଯୋଗ ହେଉଛି। ଉକ୍ତ ସମସ୍ୟାର ସମାଧାନ ପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ନ ଦେଲେ ଆଗାମୀ ଦିନରେ ଅଞ୍ଚଳବାସୀ ଧାରଣାକୁ ଓହ୍ଲାଇବେ ବୋଲି ଚେତାବନୀ ଦେଇଛନ୍ତିି ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?