Posted inରାଜ୍ୟ

ଫନୀରେ ଉଡିଥିଲା ବିଦ୍ୟାଳୟ ଛପର: ଗଛମୂଳେ ପାଠ ପଢୁଛନ୍ତି ଛାତ୍ରୀଛାତ୍ର

କାଳିଆପାଣି,୨୭ା୬(ଡି.ଏନ୍‌.ଏ.): ୨୦୧୬ ନଗଡା ଅପପୁଷ୍ଟି ଘଟଣାପରେ ନଗଡାର ବିକାଶ କ୍ଷେତ୍ରରେ ସରକାର ବହୁ ଯୋଜନା ପ୍ରଣୟନ କରିଛନ୍ତି। ଜୁଆଙ୍ଗ ଜନଜାତିଙ୍କ ସ୍ବାସ୍ଥ୍ୟ, ଶିକ୍ଷା, ପାନୀୟଜଳ, ଗମନାଗମନ ଉପରେ ଗୁରୁତ୍ୱ ଦିଆଯିବା ସହ ଚାଲିଚଳଣିରେ ପରିବର୍ତ୍ତନ ପାଇଁ ମଧ୍ୟ ଗୁରୁତ୍ୱ ଦିଆଯାଉଛି। କିନ୍ତୁ ନଗଡା ଅପହଞ୍ଚ ତୁମୁଣୀ ଓ ଗୁହିଆଶାଳ ଗ୍ରାମରେ ଅଦ୍ୟାବଧି ରାସ୍ତା ସଂଯୋଗୀକରଣ ହୋଇ ପାରି ନାହଁି। ଏହି ୨ ଗ୍ରାମର ବିକାଶ କେବଳ କାଗଜ କଲମରେ ରହିଛି। ସରକାରୀ ଯୋଜନା ବିଜୁ ପକ୍କାଘର, ବିଜୁସ୍ବାସ୍ଥ୍ୟ ଯୋଜନା, ସ୍କୁଲଗୃହ ନିର୍ମାଣ, ସ୍ବାସ୍ଥ୍ୟସେବା ପରି ବିଭିନ୍ନ ସରକାରୀ ଯୋଜନା ଗ୍ରାମରେ କାର୍ଯ୍ୟକାରୀ ହୋଇପାରି ନ ଥିବା ସ୍ଥାନୀୟ ଅଞ୍ଚଳବାସୀ କହିଛନ୍ତି। ଗୁହିଆଶାଳ ଗ୍ରାମରେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆଣିବା ପାଇଁ ଟାଟା ଷ୍ଟିଲ୍‌ ଓ ତୁମୁଣି ଗ୍ରାମରେ ଖଣି ନିଗମ ପକ୍ଷରୁ ୨ଟି ଶ୍ରେଣୀଗୃହ ନିର୍ମାଣ କରାଯାଇଛି। ଏଥିରେ ଗ୍ରାମର କୋମଳମତି ପିଲାଙ୍କୁ ଆସ୍ପେୟାର ସଂସ୍ଥା ପକ୍ଷରୁ ଶିକ୍ଷକ ନିଯୁକ୍ତି କରାଯାଇ ଶିକ୍ଷା ଦାନ କରାଯାଉଛି। ହେଲେ ଫନୀ ମହାବାତ୍ୟାରେ ତୁମୁଣୀ ଗ୍ରାମରେ ନିର୍ମିତ ହୋଇଥିବା ସ୍କୁଲ ଛପର ଉଡିଯାଇଛି। ଅପରପକ୍ଷେ ଗୁହିଆଶାଳଠାରେ ଥିବା ସ୍କୁଲ ଘରଟି ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ଅବସ୍ଥାରେ ପଡିରହିଛି। ଫଳରେ ଛାତ୍ରୀଛାତ୍ରମାନେ ଗଛମୂଳରେ ପାଠ ପଢୁଛନ୍ତି। ବର୍ଷା ସମୟରେ ପାଠପଢା ସମ୍ପୂର୍ଣ୍ଣ ବାଧାପ୍ରାପ୍ତ ହେଉଛି। ଏ ନେଇ ବହୁବାର ବିଭାଗୀୟ ଅଧିକାରୀଙ୍କ ନିକଟରେ ଅଭିଯୋଗ ହୋଇଥିଲେ ମଧ୍ୟ କୌଣସି ସୁଫଳ ମଳିପାରି ନ ଥିବା ଉଭୟ ଗ୍ରାମବାସୀ କହିଛନ୍ତି। ଏ ସମ୍ପର୍କରେ ବିଡିଓ ବିଶ୍ୱଜିତ ଦାସଙ୍କୁ ପଚାରିବାରୁ, ଏ ବାବଦରେ ତାଙ୍କ ନିକଟରେ ଅଭିଯୋଗ ହୋଇ ନାହଁ। ଅଭିଯୋଗ ପରେ ତଦନ୍ତ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri