ଫନୀରେ ଓଡ଼ିଶା ସହ ଛିଡ଼ାହେବାକୁ କହିଥିଲେ ସୁଶାନ୍ତ

ଭୁବନେଶ୍ୱର,୧୫।୬(ବ୍ୟୁରୋ): ‘ଏମ୍‌.ଏସ୍‌. ଧୋନୀ’ ଫିଲ୍ମରେ ନିଖୁଣ ଅଭିନୟ କରି ଦର୍ଶକଙ୍କ ହୃଦୟ ଜିତିଥିବା ଯୁବ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆଉ ନାହାନ୍ତି। ହେଲେ ତାଙ୍କୁ ଆଜି ସମସ୍ତେ ଝୁରୁଛନ୍ତି। ରିଲ୍‌ ଲାଇଫରେ ଜଣେ ସାଦାସିଧା ଯୁବକଭାବେ ଅଧିକାଂଶ ଫିଲ୍ମରେ ନଜରକୁ ଆସିଥିବା ସୁଶାନ୍ତ ରିୟଲ ଲାଇଫ୍‌ରେ ମଧ୍ୟ ବେଶ୍‌ ଶାନ୍ତ, ସରଳ ଓ ପରୋପକାରୀ ଥିଲେ। ଓଡ଼ିଶା ପ୍ରତି ତାଙ୍କର ରହିଥିବା ମହାନୁଭବତାକୁ ଓଡ଼ିଶାବାସୀ ମନେପକାଉଛନ୍ତି। ୨୦୧୯ ମେ’ ୩ରେ ଓଡ଼ିଶାକୁ ଧ୍ୱସ୍ତବିଧ୍ୱସ୍ତ କରିଦେଇଥିବା ପ୍ରଳୟଙ୍କରୀ ବାତ୍ୟା ‘ଫନୀ’ ପରେ ଓଡ଼ିଶାକୁ ଏଭଳି ଏକ ବଡ଼ ବିପତ୍ତିର ଆମେ ଓଡ଼ିଶାକୁ ରକ୍ଷା କରିବାକୁ ନିଜ ପ୍ରଶଂସକଙ୍କୁ ଅନୁରୋଧ କରିଥିଲେ। ଇନ୍‌ଷ୍ଟାଗ୍ରାମରେ ସେ ଲେଖିଥିଲେ, ଓଡ଼ିଶା ଆମକୁ ଏହି ମୁହୂର୍ତ୍ତରେ ଆବଶ୍ୟକ କରୁଛି। ଯେତେଶୀଘ୍ର ସମ୍ଭବ ଆମେ ସେମାନଙ୍କ ନିକଟରେ ପହଞ୍ଚତ୍ବା ଉଚିତ ବୋଲି କହିଥିଲେ। ଓଡ଼ିଶା ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡ୍‌ରେ ଦାନ କରିବାକୁ କହିବାସହ ଏହାର ଲିଙ୍କ୍‌ ମଧ୍ୟ ଶେୟାର କରିଥିଲେ। ତେବେ ଏହି ‘କେଦାରନାଥ’ ଅଭିନେତା ପୂର୍ବରୁ ମଧ୍ୟ ଅନେକ ସାମାଜିକ ସେବାକାର୍ଯ୍ୟ ସହ ଜଡ଼ିତ ଥିଲେ। କେରଳ ବାତ୍ୟାବେଳେ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ୧ କୋଟି ଟଙ୍କା ଦାନ କରିଥିବାବେଳେ ୨୦୧୮ ନାଗାଲାଣ୍ଡ ବାତ୍ୟା ସମୟରେ ୧.୨୫ କୋଟି ଟଙ୍କାର ସହାୟତା ପ୍ରଦାନ କରିଥିଲେ। ସେହିଭଳି ନିଜର ଜଣେ ପ୍ରଶଂସକଙ୍କ ନାମରେ ସେ ୧ କୋଟି ଟଙ୍କା ବିପର୍ଯ୍ୟୟ ପୀଡ଼ିତଙ୍କ ପାଇଁ ଦେଇଥିଲେ, ଯାହା ତାଙ୍କ ମହାନତା ଓ ସେବା ମନୋବୃତ୍ତିକୁ ପ୍ରମାଣିତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ UPI ପେମେଣ୍ଟରୁ ସରକାରଙ୍କୁ ମିଳେ କେତେ ଟଙ୍କା? ପ୍ରତି ଟ୍ରାଞ୍ଜାକ୍ସନ୍‌ର ପୂରା ହିସାବ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୮।୯: ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ ବା UPI ଜରିଆରେ ପ୍ରତିଦିନ କୋଟି କୋଟି ଟଙ୍କାର କାରବାର ହେଉଛି। କିନ୍ତୁ ଆପଣ କେବେ ଭାବିଛନ୍ତି କି, ଆପଣଙ୍କ ଗୋଟିଏ…

ନଦୀ ପାର ହେବା ବେଳେ ପୁଅ ଆଗରେ ଭାସିଗଲେ ବାପା, କାଠ ସଂଗ୍ରହ କରିବାକୁ ଯାଉଥିଲେ

ତୁମୁଡିବନ୍ଧ,୨୮ା୯(ଦୀପକ କୁମାର ପରାସେଠ): ପରିବାର ପାଇଁ ଦୁଇ ପଇସା ରୋଜଗାର କରିବା ଆଶାରେ ଜଙ୍ଗଲକୁ କାଠକୋଇଲା ସଂଗ୍ରହ କରିବାକୁ ଯାଉଥିଲେ ବାପା ପୁଅ । ହେଲେ ଜଙ୍ଗଲରେ…

ମହାନଦୀ ଜଳ ବିବାଦକୁ ନେଇ AG ପୀତାମ୍ବର ଆଚାର୍ଯ୍ୟଙ୍କ ବଡ଼ ସୂଚନା, କହିଲେ…

ଭୁବନେଶ୍ୱର,୨୮।୯: ମହାନଦୀ ଜଳ ବିବାଦ ସମାଧାନକୁ ନେଇ AG ପୀତାମ୍ବର ଆଚାର୍ଯ୍ୟ ସୋମବାର ଏକ ବଡ଼ ସୂଚନା ଦେଇଛନ୍ତି। ମହାନଦୀ ଜଳ ବିବାଦ ସମାଧାନ ନେଇ ଏକ…

‘ଜ୍ଞାନୁଙ୍କୁ ଯିବାକୁ ହିଁ ପଡ଼ିବ…’, ଆନ୍ଦୋଳନକୁ ନେଇ ଦୀପ୍‌କେଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ନୁହେଁ ଏଥର ଏଇଠି…

ନୂଆଦିଲ୍ଲୀ,୨୮।୯: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଅକ୍ଟୋବର ୨ରେ ଆନ୍ଦୋଳନ କରିବାକୁ ଘୋଷଣା…

RCBକୁ ବଡ଼ ଝଟକା: ଦୁନିଆରୁ ବିଦାୟ ନେଲେ ଏହି କିମ୍ବଦନ୍ତ୍ରୀ

ବେଙ୍ଗାଲୁରୁ,୨୮।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ପରିବାରକୁ ବଡ଼ ଝଟକା। ଦଳର ମ୍ୟାଚ ଦିନର ପରିବେଶକୁ ନିଜ ଢୋଲର ତାଳରେ ଉତ୍ସାହିତ କରୁଥିବା ପ୍ରସିଦ୍ଧ ଡ୍ରମର୍‌ ଦେବାଙ୍କ…

ସିଂହ ରାଶିକୁ ଯିବେ ବୃହସ୍ପତି: ଆଉ ୪ ଦିନ ପରେ ଏହି ରାଶିଙ୍କ ଭାଗ୍ୟ ନେବ ନୂଆ ମୋଡ଼, ଲାଗିବ ଲଟେରୀ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଗୁରୁ ଗ୍ରହ ୩୧ ଅକ୍ଟୋବର ୨୦୨୬, ଶନିବାର ଦ୍ୱିପ୍ରହର ୧୨ଟା ୫୦ ମିନିଟରେ କର୍କଟ ରାଶିରୁ ସିଂହ ରାଶିକୁ ପ୍ରବେଶ କରିବେ। ଗୁରୁଙ୍କ…

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?