ଫନୀର ୩ ମାସ ପରେ କମିନି ଦୁର୍ଦ୍ଦଶା : ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି ବିପନ୍ନ

ବାଲିଆ,୩୧।୭: ଫନୀ ବାତ୍ୟା ହେବାର ଇତିମଧ୍ୟରେ ୩ ମାସ ବିତିଲାଣି, ଅଥଚ ଏ ପର୍ଯ୍ୟନ୍ତ ବିପନ୍ନଙ୍କ ଦୁର୍ଦ୍ଦଶା ଦୂର ହୋଇନାହିଁ। ଅଦ୍ୟାବଧି ଜଣେ ହେଲେ ବାତ୍ୟା ବିପନ୍ନ ଘରଭଙ୍ଗା ସହାୟତା ପାଇନାହାନ୍ତି। ଫଳରେ ବାଧ୍ୟହୋଇ ସେମାନେ ପରଘରେ ମୁଣ୍ଡ ଗୁଞ୍ଜିଛନ୍ତି। ବିରିଡ଼ି ବ୍ଲକ ଅଢଙ୍ଗଗଡ଼ ପଞ୍ଚାୟତରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି। ଏହି ପଞ୍ଚାୟତ ୪ ନଂ. ଓ୍ବାର୍ଡର ସୀତାରୀ ବେଗମ। ସ୍ବାମୀ ଓ ୩ ପିଲାଙ୍କୁ ନେଇ ତାଙ୍କ ପରିବାର। ଏକ ମାଟି କାନ୍ତ ଓ ଚାଳ ଛପର ଘରେ ସେ ରହୁଥିଲେ। ମେ ୩ ଫନୀ ବାତ୍ୟାରେ ତାଙ୍କ ଘର ସମ୍ପୂର୍ଣ୍ଣ ଭାଙ୍ଗି ମାଟିରେ ମିଶିଯାଇଥିଲା। ସେହିଦିନଠାରୁ ସିତାରୀଙ୍କ ପରିବାର ଗ୍ରାମର ଜଣଙ୍କ ଘରେ ରହି ଆସୁଛନ୍ତି। ବାତ୍ୟା ପରେ ତାଙ୍କୁ କେବଳ ୨୫ କେଜି ଚାଉଳ ଓ ୫୦୦ ଟଙ୍କା ମିଳିଥିଲା। ଘରଭଙ୍ଗା ତଦନ୍ତ କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ସରକାରୀ ସହାୟତା ମିଳିନାହିଁ। ତାଙ୍କ ସ୍ବାମୀ ଜଣେ ଦିନ ମଜୁରିଆ। ପ୍ରତିଦିନ ଯାହା ମଜୁରି ପାଆନ୍ତି ସେଥିରେ ୫ ପ୍ରାଣୀ ଚଳିବା କଷ୍ଟକର ହୋଇଥାଏ। ପାଖରେ ସମ୍ବଳ ନ ଥିବାରୁ ବାତ୍ୟା ସମୟରେ ମାଟିରେ ଲୋଟିପଡିଥିବା ଘର ସଜାଡି ପାରୁନାହାନ୍ତି। ମୁଣ୍ଡ ଗୁଞ୍ଜିବାକୁ ଚାଳିଆ ଖଣ୍ଡେ କରିପାରୁ ନ ଥିବାରୁ ସେ ସରକାରୀ ସହାୟତାକୁ ଚାହିଁ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ଡୁମ୍ବୁଳା ଗାଁରେ ସିରିଜ ଚୋରି, ମନ୍ଦିର ହୁଣ୍ଡିକୁ ବି ଛାଡ଼ିଲେନି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମରେ ସିରିଜ ଚୋରି ହୋଇଛି। ରବିବାର ବିଳମ୍ବିତ ରାତିରେ ଗ୍ରାମର ନାଗେଶର ସୁବୁଦ୍ଧିଙ୍କ ଲୁଗାଦୋକାନ,ଦେବରାଜ ସାହୁଙ୍କ…

ବଢୁଛି କଙ୍ଗାରୁକୋର୍ଟ, ହଇରାଣ ହେଉଛନ୍ତି ଅସହାୟ ପରିବାର

ଗଞ୍ଜାମ,୨୪ା୮(ବିଦ୍ୟାଧର ସାହୁ): ଜାଣତରେ ହେଉ କିମ୍ବା ଅଜାଣତରେ କିଛି ଭୁଲ ହେଇଯାଏ। ତା’ହେଲେ ସଙ୍ଗେ ସଙ୍ଗେ ଗ୍ରାମ ସଭା ବସେ। ତା’ପରେ ଆରମ୍ଭ ହୁଏ ନିର୍ଯାତନା। ରମ୍ଭା…

ମାଫିଆ ସକ୍ରିୟ, ସାରର କୃତ୍ରିମ ସଙ୍କଟ, ଚାଷୀ ହଟହଟା

ବରଗଡ଼,୨୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷକାର୍ଯ୍ୟକୁ ୨ମାସ ବିତି ଯାଇଛି। ଏହାସତ୍ତ୍ୱେ ଜିଲାରେ ସାରର କୃତ୍ରିମ ସଙ୍କଟ ଦେଖାଯାଇଛି। ଜିଲା କୃଷି ବିଭାଗ ଜିଲାରେ ପର୍ଯ୍ୟାପ୍ତ…

ହାତୀ ନଦୀରେ ବନ୍ୟା: ଧୋଇନେଲା ରାସ୍ତା, ଜୁନାଗଡ଼-କଲମପୁର ଯାତାୟାତ ବିଚ୍ଛିନ୍ନ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ୨ ଦିନ ଧରି ଲଗାଣବର୍ଷା ଯୋଗୁ ନଦୀଗୁଡିକର ଜଳସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାର ମଧ୍ୟଭାଗରେ ପ୍ରବାହିତ ହେଉଥିବା…

୬୩ ବର୍ଷ ତଳେ ପେଟ୍ରୋଲ ଦର ଥିଲା ୭୨ ପଇସା, ରସିଦ୍‌ ପ୍ରଦାନ କରି ଅବସରପ୍ରାପ୍ତ ଏସ୍‌ବିଆଇ ଅଧିକାରୀ କହିଲେ…

କଟକ ସଦର,୨୪ା୮(ସୁଶାନ୍ତ କୁମାର ଜେନା): ବର୍ତ୍ତମାନ ପେଟ୍ରୋଲ ଦର ସ୍ଥାନ ବିଶେଷରେ ୧୧୦ ଟଙ୍କାରେ ପହଞ୍ଚିଲାଣି। ଦର ବଢ଼ିବା ସହିତ ଚାହିଦା ମଧ୍ୟ ଦିନକୁ ଦିନ ବୃଦ୍ଧି…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri