ଫନୀ କ୍ଷତିଗ୍ରସ୍ତଙ୍କୁ ସରକାରୀ ସହାୟତା ଦାବି

ଖଣ୍ଡପଡ଼ା,୧୭ା୫(ସ୍ବ.ପ୍ର.)-ଫନୀ ବାତ୍ୟା ପ୍ରଭାବରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ପନିପରିବା, ଫଳ ଓ ରବି ଫସଲ କ୍ଷତିଗ୍ରସ୍ତ ହେବାରୁ ଚାଷୀ ଓ ସାଧାରଣ ଲୋକେ ଘୋର ଚିନ୍ତାରେ ଦିନ ବିତାଉଛନ୍ତି। ତେଣୁ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ପ୍ରଦାନ ପାଇଁ ବିଭିନ୍ନ ମହଲରେ ଅଭିଯୋଗ ହୋଇଛି। ଖଣ୍ଡପଡା ବ୍ଲକର ୨୨ଟି ପଞ୍ଚାୟତ ଅଧୀନ ସମସ୍ତ ଗ୍ରାମରେ ଶହ ଶହ ଝାଟିମାଟି ଚାଳଛପର ଘର ମାଟିରେ ମିଶିଯିବା ସହ ଆଜବେଷ୍ଟସ୍‌ ଓ ଟାଇଲ୍‌ ଛପର ଘରଗୁଡିକ ଭାଙ୍ଗିରୁଜି ଯାଇଛି। ତେବେ କ୍ଷତିଗ୍ରସ୍ତ ପରିବାରଗୁଡିକୁ ପ୍ରଶାସନ ପକ୍ଷରୁ ଅଦ୍ୟାବଧି ସହାୟତା ମିଳି ନ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶପାଇଛି। ଏ ପର୍ଯ୍ୟନ୍ତ ବହୁ ପରିବାରକୁ ରିଲିଫ୍‌ ମଧ୍ୟ ମିଳି ପାରି ନ ଥିବା ଅଭିଯୋଗ ହୋଇଛି। ବାସହରା ଓ କ୍ଷତିଗ୍ରସ୍ତ ପରିବାରଗୁଡିକୁ ପ୍ରଧାନମନ୍ତ୍ରୀ ଆବାସ କିମ୍ବା ବିଜୁ ପକ୍କାଘର ଯୋଜନାରେ ଘର ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।ଜିଲା ତଥା ବ୍ଲକ ପ୍ରଶାସନ ଏଥିପ୍ରତି ସ୍ବତନ୍ତ୍ର ଦୃଷ୍ଟି ଦେବା ସହ କ୍ଷତିଗ୍ରସ୍ତ ବିଦ୍ୟାଳୟଗୁଡିକର ପୁନଃ ନର୍ମାଣ ନିମନ୍ତେ ପଦକ୍ଷେପ ଗ୍ରହଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠୁ ପ୍ରଚାର ଆରମ୍ଭ କରିବେ ନବୀନ

ହିଞ୍ଜିଳିକାଟୁ,୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାର ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ନିର୍ବାଚନ ପ୍ରଚାର ଆରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ଏହି...

ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର...

ନାମାଙ୍କନ ପତ୍ର ଦାଖଲ କଲେ କୋରାପୁଟ ଲୋକ ସଭା ପ୍ରାର୍ଥୀ କୌଶଲ୍ୟା ହିକକା

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ଲୋକସଭା ବିଜେଡି ପ୍ରାର୍ଥୀ କୌଶଲ୍ୟା ହିକକା ମଙ୍ଗଳବାର ନାମାଙ୍କନ ଦାଖଲ କରିଛନ୍ତି। ଜିଲାପାଳ ଭି କୀର୍ତି ଭାସନଙ୍କ ଠାରେ ସେ ନାମାଙ୍କନ...

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri