Posted inରାଜ୍ୟ

ଫନୀ କ୍ଷତିଗ୍ରସ୍ତଙ୍କ ପାଇଁ ୯ଦଫା ଦାବି: ସିପିଆଇଏମ୍‌ ପକ୍ଷରୁ ଧାରଣା

ନିରାକାରପୁର,୧୮ା୫(ଡି.ଏନ.ଏ.)-ଖୋର୍ଦ୍ଧା ଜିଲା ନିରାକାରପୁର ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଫନୀ କ୍ଷତିଗ୍ରସ୍ତଙ୍କ ୯ ଦଫା ଦାବି ପୂରଣ ନେଇ ଶୁକ୍ରବାର ସିପିଆଇଏମ୍‌ ତରଫରୁ ଧାରଣା ଦିଆଯାଇଥିଲା। ଫନୀ ଯୋଗୁ ଲୋକଙ୍କ ଘରଦ୍ୱାର, ସ୍କୁଲ୍‌, ରାସ୍ତାଘାଟ ଓ ଫସଲର ଅନେକ କ୍ଷୟକ୍ଷତି ଘଟିଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ତେଣୁ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ କ୍ଷତିପୂରଣ ନିମନ୍ତେ ଟାଙ୍ଗୀ ବ୍ଲକ ସିପିଆଇଏମ୍‌ ସମ୍ପାଦକ ଗିରିଶ ଚନ୍ଦ୍ର ମହାରଣା, ଜିଲା କମିଟି ସଭ୍ୟ ବିଧୁଭୂଷଣ ମହାରଣାଙ୍କ ନେତୃତ୍ୱରେ ଏକ ରାଲି ଆୟୋଜିତ ହୋଇଥିଲା। କ୍ଷତିଗ୍ରସ୍ତ ମହିଳା ଓ ପୁରୁଷମାନେ ପୂର୍ବାହ୍ନ ୧୦ ଟାରେ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଆଗରେ ଆନ୍ଦୋଳନ କରିଥିଲେ। କମ୍ୟୁନିଷ୍ଟ ନେତା ଚରଣ ଦଳେଇଙ୍କ ନେତୃତ୍ୱରେ ଏଠାରେ ଏକ ବିକ୍ଷୋଭ ସଭା ଅନୁଷ୍ଠିତ ହୋଇଥିଲ। ତେବେ ମଧ୍ୟାହ୍ନ ୧୨ ଟା ବେଳେ ଟାଙ୍ଗୀ ତହସିଲଦାର ସୁନାଶିର କିଷାନ ଘଟଣା ସ୍ଥଳରେ ପହଞ୍ଚତ୍ ଲୋକଙ୍କ ସମସ୍ୟାର ସମାଧାନ କରାଯିବା ନେଇ ପ୍ରତିଶ୍ରୁତି ଦେବା ସହ ରାଜସ୍ବ ନିରୀକ୍ଷକ ଅଶ୍ୱିନୀ କୁମାର ଚୌଧୁରୀଙ୍କୁ କ୍ଷୟକ୍ଷତି ଆଦିର ତଦନ୍ତ ଦାୟିତ୍ୱ ପ୍ରଦାନ କରିଥିଲେ। ଆନ୍ଦୋଳନକାରୀ ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଏହାପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

ଗରିମା ଦିବସ: ସଫେଇ କର୍ମୀ ପ୍ରତାପ ଦଳେଇଙ୍କ ପତ୍ନୀଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ରାଶି

ଭୁବନେଶ୍ୱର, ୨୨।୮: ସଫେଇ କର୍ମୀଙ୍କ ସୁରକ୍ଷା, ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ବୃଦ୍ଧି ଲକ୍ଷ୍ୟରେ ଆଜି ଗରିମା ଦିବସ ୨୦୨୬ ପାଳିତ ହୋଇଛି। ଏହି ଅବସରରେ ଲୋକସେବା…

କାମ କରୁଥିବାବେଳେ ଶ୍ରମିକଙ୍କୁ ଶୁଭିଲା ସାପର ଗର୍ଜନ, ପାଖକୁ ଯାଇ ଦେଖିବା ପରେ…

ଦିଗପହଣ୍ଡି,୨୨ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ୧ ନଂ ଓ୍ବାର୍ଡ ଘୋଡ଼ାହାଡ଼ ଡ଼୍ୟାମ ରାସ୍ତାକଡ଼ରେ ନିର୍ମାଣାଧୀନ ମେଡିକାଲ କୋଠା ପରିସରରୁ ପ୍ରାୟ ୭…

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri