ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨:

ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ ଜିଲାର ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବୈଷୟିକ ପରାମର୍ଶଦାତାଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିବାବେଳେ ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟ ମଞ୍ଜରୀ ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସମଗ୍ର ଶିକ୍ଷା ତରଫରୁ ବାତ୍ୟାରେ କ୍ଷତିଗ୍ରସ୍ତ ବିଦ୍ୟାଳୟଗୁଡ଼ିକର ମରାମତି ପାଇଁ ଆସିଥିବା ଅନୁଦାନର ସୁବିନିଯୋଗ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ସମଗ୍ର ଶିକ୍ଷା ଦ୍ୱାରା ଅନୁମୋଦିତ ବିଦ୍ୟାଳୟଗୁଡ଼ିକୁ ପର୍ଯ୍ୟବେକ୍ଷଣ କରି ଆବଶ୍ୟକତା ଅନୁଯାୟୀ ମରାମତି ଅଟକଳ ପ୍ରସ୍ତୁତ କରିବା ଲାଗି ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବୈଷୟିକ ପରାମର୍ଶଦାତାଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିକ୍ଷା ଅଧିକାର ଆଇନ ଅନୁଯାୟୀ, ସମ୍ପୃକ୍ତ ବିଦ୍ୟାଳୟର ଆବଶ୍ୟକତାକୁ ପ୍ରାଥମିକତା ଦେଇ ଶ୍ରେଣୀଗୃହ, ଶୌଚାଳୟ, ପାନୀୟଜଳ, ବିଦ୍ୟୁତୀକରଣ, ଶୈକ୍ଷିକ ଆସବାବପତ୍ର ଆଦିର ଅଟକଳ ପ୍ରସ୍ତୁତ କରିବା ଲାଗି ସେମାନଙ୍କୁ କୁହାଯାଇଥିଲା। ଏଥିସହିତ ପ୍ରତି ବ୍ଲକରେ ଗୋଟିଏ ଲେଖାଏ ମଡେଲ ହାଇସ୍କୁଲ ପ୍ରସ୍ତୁତ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ଜିଲାପାଳ ସିଂ ରୋଷଗୃହର ଆବଶ୍ୟକତା ଓ ନିର୍ମାଣ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ପଞ୍ଚାୟତିରାଜ ବିଭାଗ ତରଫରୁ ଚାଲୁଥିବା ଉନ୍ନତିକରଣ କାମର ତଦାରଖ କରିବା ପାଇଁ ବୈଷୟିକ ପରାମର୍ଶଦାତାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ବିଭିନ୍ନ ବିଦ୍ୟାଳୟକୁ ରନ୍ଧନ ଗ୍ୟାସ୍‌ ଯୋଗାଣ, ପାଚିକା ଏବଂ ସହାୟିକାଙ୍କ କାର୍ଯ୍ୟଶୈଳୀ ନିର୍ଦ୍ଧାରଣ କରିବା, ବିଦ୍ୟାଳୟର ପରିବେଶ ନିର୍ମଳ ରଖିବା ଲାଗି ନିୟମିତ ସଫେଇ ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ଯୁଗଳଙ୍କ ଉପରେ ଆସ୍ଥା ପ୍ରକଟ କଲେ ନବୀନ: କଳାହାଣ୍ଡି ଜିଲା ସମ୍ପାଦକ ପାଇଁ ମନୋନୀତ…

ରିଷିଡା,୩୧।୧୨ (ସୁଶାନ୍ତ ମଲ୍ଲିକ ): କଳାହାଣ୍ଡି ଜିଲା ବିଜୁ ଜନତା ଦଳର ସମ୍ପାଦକ ଭାବେ କର୍ଲାମୁଣ୍ଡା ବ୍ଲକର ଯୁବନେତା ତଥା ନାଟ୍ୟ ନିର୍ଦ୍ଦେଶକ ଯୁଗଳ କିଶୋର...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ବିଗିଡିଲା ଭୁବନେଶ୍ୱର ବାୟୁ ଗୁଣବତ୍ତା, ଓଡ଼ିଶାର ୪ ସହରର ସ୍ଥିତି ସଙ୍ଗିନ

ଭୁବନେଶ୍ବର,୩୧ା୧୨: ଓଡ଼ିଶାର ବାୟୁ ପ୍ରଦୂଷଣ ସ୍ତର ଏବେ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (CPCB) ପକ୍ଷରୁ ଜାରି ସଦ୍ୟତମ ତଥ୍ୟ ଅନୁଯାୟୀ,...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri