ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨:

ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି ତା’ର ସମୀକ୍ଷା କରିଛନ୍ତି ଜିଲାପାଳ। ଏ ନେଇ ଶନିବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ପୁରୀ ଜିଲାର ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବୈଷୟିକ ପରାମର୍ଶଦାତାଙ୍କ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିବାବେଳେ ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ ସଂଯୋଜିକା ସୌନ୍ଦର୍ଯ୍ୟ ମଞ୍ଜରୀ ଦାସଙ୍କ ସମେତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
ସମଗ୍ର ଶିକ୍ଷା ତରଫରୁ ବାତ୍ୟାରେ କ୍ଷତିଗ୍ରସ୍ତ ବିଦ୍ୟାଳୟଗୁଡ଼ିକର ମରାମତି ପାଇଁ ଆସିଥିବା ଅନୁଦାନର ସୁବିନିଯୋଗ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା। ସମଗ୍ର ଶିକ୍ଷା ଦ୍ୱାରା ଅନୁମୋଦିତ ବିଦ୍ୟାଳୟଗୁଡ଼ିକୁ ପର୍ଯ୍ୟବେକ୍ଷଣ କରି ଆବଶ୍ୟକତା ଅନୁଯାୟୀ ମରାମତି ଅଟକଳ ପ୍ରସ୍ତୁତ କରିବା ଲାଗି ସମସ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ଓ ବୈଷୟିକ ପରାମର୍ଶଦାତାଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଶିକ୍ଷା ଅଧିକାର ଆଇନ ଅନୁଯାୟୀ, ସମ୍ପୃକ୍ତ ବିଦ୍ୟାଳୟର ଆବଶ୍ୟକତାକୁ ପ୍ରାଥମିକତା ଦେଇ ଶ୍ରେଣୀଗୃହ, ଶୌଚାଳୟ, ପାନୀୟଜଳ, ବିଦ୍ୟୁତୀକରଣ, ଶୈକ୍ଷିକ ଆସବାବପତ୍ର ଆଦିର ଅଟକଳ ପ୍ରସ୍ତୁତ କରିବା ଲାଗି ସେମାନଙ୍କୁ କୁହାଯାଇଥିଲା। ଏଥିସହିତ ପ୍ରତି ବ୍ଲକରେ ଗୋଟିଏ ଲେଖାଏ ମଡେଲ ହାଇସ୍କୁଲ ପ୍ରସ୍ତୁତ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ। ଏତଦ୍‌ବ୍ୟତୀତ ଜିଲାପାଳ ସିଂ ରୋଷଗୃହର ଆବଶ୍ୟକତା ଓ ନିର୍ମାଣ ସ୍ଥିତି ସମ୍ପର୍କରେ ସମୀକ୍ଷା କରିଥିଲେ। ପଞ୍ଚାୟତିରାଜ ବିଭାଗ ତରଫରୁ ଚାଲୁଥିବା ଉନ୍ନତିକରଣ କାମର ତଦାରଖ କରିବା ପାଇଁ ବୈଷୟିକ ପରାମର୍ଶଦାତାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ବୈଠକରେ ବିଭିନ୍ନ ବିଦ୍ୟାଳୟକୁ ରନ୍ଧନ ଗ୍ୟାସ୍‌ ଯୋଗାଣ, ପାଚିକା ଏବଂ ସହାୟିକାଙ୍କ କାର୍ଯ୍ୟଶୈଳୀ ନିର୍ଦ୍ଧାରଣ କରିବା, ବିଦ୍ୟାଳୟର ପରିବେଶ ନିର୍ମଳ ରଖିବା ଲାଗି ନିୟମିତ ସଫେଇ ସଂକ୍ରାନ୍ତରେ ମଧ୍ୟ ଆଲୋଚନା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

ବରଗଡରେ ୨ଟି ଫୁଲମାଳା ବିନିମୟରେ ବାଛିଲେ ଜୀବନସାଥୀ… ନା ଦେଖିଥିଲେ ଜାତି, ନା ଦେଇଥିଲେ ଯୌତୁକ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ): ବିବାହରେ ନ ଥିଲା ଯାନି ଯୌତୁକ । ନ ଥିଲା ଜାତି ଭେଦଭାବ। ବାହାରି ନ ଥିଲା ବରାତି ଶୋଭାଯାତ୍ରା। କେବଳ ୨ଟି ଫୁଲମାଳା…

ରାତିରେ ଝିଅ ଡ୍ରେସ୍‌ ପିନ୍ଧି ଚୋରି କରୁଥିଲେ ଯୁବକ, ଧରାପଡ଼ିବାରୁ ହାତରେ କୋଦାଳ ଧରାଇ ଗ୍ରାମବାସୀ କଲେ…

ଚାନ୍ଦବାଲି,୧୨ା୪(ଅଶୋକ ପଣ୍ଡା): ଦିନରେ ପୁଅ ଡ୍ରେସ୍‌ ଆଉ ରାତି ହେଲେ ପିନ୍ଧୁଥିଲେ ଝିଅ ଡ୍ରେସ୍‌। ପୁଣି ଛଦ୍ମବେଶରେ କିନ୍ନର ହୋଇ ଚୋରି ସହିତ ଲୋକଙ୍କଠାରୁ ହାତ ପତାଇ…

୫୩ନଂ ରାଜ୍ୟ ରାଜପଥରେ ଗୋଟିଏ ପରେ ଗୋଟିଏ ହାଇଓ୍ବାକୁ ମାଡ଼ି ବସିଲା ପୋଲିସ 

ବନ୍ତ,୧୨।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ପୋଲିସ ପକ୍ଷରୁ ବେଆଇନ ବାଲି ଚାଲାଣ କରୁଥିବା ୯ଟି ହାଇଓ୍ବା ଜବତ ହୋଇଛି। ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri