ଫନୀ କ୍ଷୟକ୍ଷତି ଆକଳନ: ଓଡ଼ିଶାରେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୨୧।୬ (ବ୍ୟୁରୋ): ବାତ୍ୟା ‘ଫନୀ’ କ୍ଷୟକ୍ଷତି ଆକଳନ କରିବାକୁ ଏକ ୪ ଜଣିଆ କେନ୍ଦ୍ରୀୟ ଟିମ୍‌ ୩ ଦିନିଆ ଓଡିଶା ଗସ୍ତରେ ଆସି ଗୁରୁବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏହିି ଟିମ୍‌ ଶୁକ୍ରବାର ପୁରୀ ଜିଲା ଗସ୍ତ କରି କ୍ଷୟକ୍ଷତି ଆକଳନ କରିବେ। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଅତିରିକ୍ତ ସଚିବ ବିବେକ ଭରଦ୍ୱାଜଙ୍କ ନେତୃତ୍ୱରେ ଏହି ଟିମ୍‌ ପୁରୀ ଜିଲାର ବିଭିନ୍ନ ବ୍ଲକ ପରିଦର୍ଶନ କରିବେ। କ୍ଷୟକ୍ଷତି ସମ୍ପର୍କରେ ପୁରୀ ଜିଲାପାଳଙ୍କ ସହ ମଧ୍ୟ ଆଲୋଚନା କରିବେ। ଶୁକ୍ରବାର ଅପରାହ୍ନରେ ଟିମ୍‌ର ସଦସ୍ୟମାନେ ସଚିବାଳୟଠାରେ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପ୍ରସାଦ ପାଢୀ ଓ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିବେ। ଶନିବାର କେନ୍ଦ୍ରୀୟ ଟିମ୍‌ ନୂଆଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ଓଡିଶାରୁ ଫେରିବା ପରେ ଟିମ୍‌ କେନ୍ଦ୍ର ସରକାରଙ୍କୁ କ୍ଷୟକ୍ଷତିର ଚୂଡାନ୍ତ ରିପୋର୍ଟ ପ୍ରଦାନ କରିବେ।
ଏଠାରେ ସୂଚନାଯୋଗ୍ୟ ଯେ କେନ୍ଦ୍ରୀୟ ଟିମ୍‌ ମେ ୧୨ରୁ ୧୫ ତାରିଖ ମଧ୍ୟରେ ପୁରୀ, ଖୋର୍ଦ୍ଧା ଓ କଟକ ଜିଲାର କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଦେଖିବା ସହ ଲୋକମାନଙ୍କ ସହିତ ଆଲୋଚନା କରିଥିଲେ। କ୍ଷତିଗ୍ରସ୍ତଙ୍କୁ ରିଲିଫ ମିଳିଛି ନା ନାହିଁ, ବାତ୍ୟା ପରେ କି ଅସୁବିଧା ହେଉଛି ଓ ସେମାନଙ୍କ ନଷ୍ଟ ହୋଇଯାଇଥିବା ନଡିଆ ଗଛ, ଘର, ଉଜୁଡା କ୍ଷେତ ବୁଲି ଦେଖିଥିଲେ। ଗ୍ରାମ ଉନ୍ନୟନ ମନ୍ତ୍ରଣାଳୟ ଅଧୀନରେ ଥିବା ପାନୀୟ ଓ ପରିମଳ ବିଭାଗ ନିର୍ଦ୍ଦେଶକ ଅଜୟ କୁମାରଙ୍କ ନେତୃତ୍ୱରେ ଅନ୍ୟ ଏକ ଟିମ୍‌ ଖୋର୍ଦ୍ଧା ଜିଲାର ଜଟଣୀ ପୌରାଞ୍ଚଳ ପରିଦର୍ଶନ କରିଥିଲେ। କେନ୍ଦ୍ରୀୟ ଟିମ୍‌ କ୍ଷତିଗ୍ରସ୍ତ ଅଞ୍ଚଳ ବୁଲି ଯିବା ପୂର୍ବରୁ ସ୍ବତନ୍ତ୍ର ରିଲିଫ କମିଶନର(ଏସଆରସି) ବିଷ୍ଣୁପଦ ସେଠୀ ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏସଆରସି କେନ୍ଦ୍ରୀୟ ଟିମ୍‌କୁ ପ୍ରାଥମିକ ଆକଳନରେ ହୋଇଥିବା କ୍ଷୟକ୍ଷତି ଓ କେଉଁ ଜିଲା ଅଧିକ ପ୍ରଭାବିତ ହୋଇଛି ସେ ସମ୍ପର୍କରେ ଅବଗତ କରାଇଥିଲେ। ଏଥିସହିତ ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟ ସମ୍ପର୍କରେ ମଧ୍ୟ ସେ ସୂଚନା ଦେଇଥିଲେ।
ଏଠାରେ ସୂଚନାଯୋଗ୍ୟ ଯେ ବାତ୍ୟା ଫନୀ ମାଡରେ ପୁରୀ, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡା ଜିଲାରେ ପ୍ରଭୂତ କ୍ଷୟକ୍ଷତି ହୋଇଥିଲା। ସରକାରୀ ଭାବେ ୬୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଲକ୍ଷ ଘର ନଷ୍ଟ ହୋଇଛି। ୧ ଲକ୍ଷ ୫୨ ହଜାର ହେକ୍ଟର ଚାଷ ଜମି ଉଜୁଡି ଯାଇଥିବା ବେଳେ ୧୪ ଲକ୍ଷ ଗଛ ମଧ୍ୟ ନଷ୍ଟ ହୋଇଛି। ଏ ସବୁର କ୍ଷତି ଭରଣା ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରାଥମିକ ପର୍ଯ୍ୟାୟରେ ୧୭ ହଜାର କୋଟି ଟଙ୍କାର ସ୍ମାରକପତ୍ର ଦିଆଯାଇଥିଲା। ମେ ୬ ତାରିଖରେ ପ୍ରଧାନମନ୍ତ୍ରୀ ଓଡିଶା ଗସ୍ତ କରି ବାତ୍ୟା ଅଞ୍ଚଳ ପରିଦର୍ଶନ କରିବା ସହ ୧ ହଜାର କୋଟି ଟଙ୍କାର ତତ୍କାଳ ସହାୟତା ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri