ଫନୀ କ୍ଷୟକ୍ଷତି, ପକ୍କାଘର ଦାବିରେ ଧାରଣା: ପଦକ୍ଷେପ ନ ହେଲେ ଆତ୍ମହତ୍ୟା ଧମକ

କୃଷ୍ଣପ୍ରସାଦ,୨୨ା୫ (ଡି.ଏନ.ଏ.)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଫନୀଜନିତ ବାତ୍ୟା ଯୋଗୁ ପ୍ରବଳ କ୍ଷୟକ୍ଷତି ହୋଇଛି। ତେବେ ଗୃହ ହରାଇଥିବା ବାତ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ପକ୍କା ଛାତଘର ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ବହୁ ବିପନ୍ନଙ୍କ ମନରେ ହଜିଯାଇଥିବା ଆଶା ପୁଣି ଉଜ୍ଜୀବିତ ହୋଇଉଠିଛି। ଦୁର୍ବଳ କଚ୍ଚାଘରେ ବସବାସ କରି ରହିଥିବା ଅନେକ ପରିବାର ଏବେ ପକ୍କାଘର ପାଇବା ପାଇଁ ମଙ୍ଗଳବାର ଧାରଣାକୁ ଓହ୍ଲାଇଥିବା ଜଣାପଡ଼ିଛି। ପକ୍କାଘର ଦାବି ନେଇ ସ୍ଥାନୀୟ ଅଞ୍ଚଳର ଟୁନା ସ୍ବାଇଁ, ସୁବାସ ଚନ୍ଦ୍ର ଜେନା, ସୁୁକାନ୍ତ ବିଶ୍ୱାଳଙ୍କ ନେତୃତ୍ୱରେ ଶତାଧିକ ମହିଳା ଓ ପୁରୁଷ କୃଷ୍ଣପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ ା କଚ୍ଚାଘରେ ବସବାସ କରୁଥିବା ସମସ୍ତ ଉପକୂଳବାସୀ ପରିବାରକୁ ପକ୍କାଗୃହ ଯୋଗାଇ ଦେବା ଆମର ଦାବି ବୋଲି ଆନ୍ଦୋଳନକାରୀ ସ୍ଲୋଗାନ ଦେଇଥିଲେ। ସୁବାସ ଓ ସୁକାନ୍ତ କହିଥିଲେ ପୁରୀ, ଖୋର୍ଦ୍ଧା ଏବଂ ଗଞ୍ଜାମ ଜିଲାରେ ବସବାସ କରୁଥିବା ଫାଇଲିନ ବାତ୍ୟାରେ କ୍ଷତିଗ୍ରସ୍ତ ପରିବାରଙ୍କ ନିମନ୍ତେ ବିଶ୍ୱବ୍ୟାଙ୍କ ତରଫରୁ ପକ୍କା ଘର ତିଆରି କରିବା ପାଇଁ ଅନୁଦାନ ଆସିଥିଲା ା ତେବେ ଗଞ୍ଜାମ, ଖୋର୍ଦ୍ଧା ଜିଲାର କ୍ଷତିଗ୍ରସ୍ତ ପରିବାରଗୁଡ଼ିକୁ ନୂତନ ପକ୍କାଘର ଯୋଗାଇ ଦିଆଯାଇଛି। ପୁରୀ ଜିଲାରେ ଏହି ଯୋଜନା ଏ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହୋଇ ନ ଥିବା ଆନ୍ଦୋଳନକାରୀ ଅଭିଯୋଗ କରିଛନ୍ତି। ଏହି ଅବସରରେ ଏକ ସ୍ବୟଂ ସହାୟକ ଗୋଷ୍ଠୀ ସଭାପତି ବୁଲି ବେହେରା କହିଛନ୍ତି ଯେ, ସରକାରଙ୍କ ସହାୟତା ଧନୀ ଲୋକଙ୍କ ପାଇଁ ହେଉଛି ା ଆମେ ଝାଟିମାଟି କୁଡିଆ ଘରେ ରହୁଛୁ, ହେଲେ ବାତ୍ୟା ହେଲେ ଧନୀ ଲୋକମାନେ ସହାୟତା ପାଉଛନ୍ତି ା ଜଣେ ବାରମ୍ବାର ଯୋଜନା ଦ୍ୱାରା ଘର ପାଉଛନ୍ତିି ା ହେଲେ ଆମକୁ ମିଳୁନି। ଆମେ ଏବେ ରାଜରାସ୍ତାକୁ ଓହ୍ଲାଇଛୁ। ସରକାର ଏହାର ସମାଧାନ ନିମନ୍ତେ ପଦକ୍ଷେପ ଗ୍ରହଣ ନ କଲେ ଆମେ ଆଉ ଘରକୁ ଫେରିବୁ ନାହିଁ। ଆମର ଦାବି ପୂରଣ ନ ହେଲେ ରାଜରାସ୍ତାରେ ଆତ୍ମହତ୍ୟା କରିବୁ ା ଆନ୍ଦୋଳନକାରୀ ଉପରୋକ୍ତ ଦାବି ନେଇ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବ, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବିଡିଓ ଅଭିମନ୍ୟୁ ମାଝିଙ୍କୁ ପ୍ରଦାନ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri