ଫନୀ ଘରଭଙ୍ଗା ସହାୟତାରେ ଦୁର୍ନୀତି ଅଭିଯୋଗ : ଭାଜପା ପକ୍ଷରୁ ତହସିଲ କାର୍ଯ୍ୟାଳୟ ଘେରାଉ

କଣାସ,୮।୧୧(ସ୍ବ.ପ୍ର.)- ଫନୀରେ କଣାସ ବ୍ଲକରେ ବହୁ ପରିବାର ବାସଗୃହ ହରାଇ ଥିବାବେଳେ ରାଜ୍ୟ ସରକାର ପକ୍ଷରୁ ଘରଭଙ୍ଗା ସହାୟତା ପ୍ରଦାନ କରାଯାଇଥିଲା। କିନ୍ତୁ ଏଥିରେ ବ୍ୟାପକ ଜାଲିଆତି ଏବଂ ପ୍ରକୃତ ଘରଭାଙ୍ଗା ବ୍ୟକ୍ତି ଏଥିରୁ ବଞ୍ଚତ୍ତ ଥିବା ଦାବି କରି ଭାଜପା ପକ୍ଷରୁ ଶୁକ୍ରବାର କଣାସ ତହସିଲ ଘେରାଉ କରାଯାଇଥିଲା। ଭାଜପା ଯୁବ ନେତା ଓମ ପ୍ରକାଶ ମିଶ୍ରଙ୍କ ନେତୃତ୍ୱରେ ୫୦୦ରୁ ଊର୍ଦ୍ଧ୍ୱ ଘରଭଙ୍ଗା ବିପନ୍ନ ତହସିଲ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଖବରପାଇ ଏଡିଏମ୍‌ ବିନୟ ସେଠି କାର୍ଯ୍ୟାଳୟରେ ପହଞ୍ଚତ୍ ଯୁବନେତା ମିଶ୍ର, ଭାଜପାର ବରିଷ୍ଠ ନେତା କୃଷ୍ଣଚନ୍ଦ୍ର ଜଗଦେବ, ଭାଜପା ନେତ୍ରୀ ଲତାମଣୀ ଜଗଦେବ, ଆମତ୍ାର ପୂର୍ବତନ ଅଧ୍ୟକ୍ଷ ଭଗବାନ ସୁବୁଦ୍ଧିଙ୍କ ସହ ଆଲୋଚନା କରିଥିଲେ। ଆଲୋଚନାରେ ଘରଭଙ୍ଗା ସହାୟତା ବଣ୍ଟନରେ ହୋଇଥିବା ଅନିୟମିତତାକୁ ଠିକ ଭାବେ ତଦନ୍ତ କରି ପ୍ରକୃତ ବିପନ୍ନଙ୍କୁ ସହାୟତା ଦେବା ଏବଂ ଯେଉଁମାନେ ଏହି ସହାୟତା ପାଇଛନ୍ତି ସେମାନଙ୍କର ଏକ ତାଲିକା ଦେବାପାଇଁ ସମସ୍ତେ ଦାବି କରିଥିଲେ। ଏ ନେଇ ଏଡିଏମ୍‌ ସେଠି ସୂଚନା ଆଇନରେ ଘରଭଙ୍ଗା ସହାୟତା ତାଲିକା ମାଗିଲେ ଦିଆଯିବ ବୋଲି କହିବାରୁ ଯୁବନେତା ମିଶ୍ର ଏକ ସୂଚନା ଫର୍ମ ପୂରଣ କରି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆକୁ...

ମେସିଙ୍କ ଗସ୍ତକୁ ନେଇ ଅସହଜ ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା; କହିଲେ ଅଯଥା ଖର୍ଚ୍ଚ ହେଲା “କୋଟି କୋଟି ଟଙ୍କା…”

ନୂଆଦିଲ୍ଲୀ,୧୫ା୧୨: ଭାରତର ଅଲିମ୍ପିକ୍ ସ୍ୱର୍ଣ୍ଣ ପଦକ ବିଜେତା ଅଭିନବ ବିନ୍ଦ୍ରା ଆର୍ଜେଣ୍ଟିନାର ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସିଙ୍କ ନିକଟରେ ଶେଷ ହୋଇଥିବା ଭାରତ ଗସ୍ତର ପରିଚାଳନା...

ଦୁଇ ରାଜନୈତିକ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣା: ୪ ଗିରଫ

ଧର୍ମଶାଳା,୧୫।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା ଗଡମଧୁପୁର ପଞ୍ଚାୟତ ପନ୍ତୁରୀଠାରେ ଥିବା ପୂର୍ବତନ ବିଜେଡି ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମ ହାଉସରେ ଗତକାଲି...

ହିଟଲରଙ୍କ ନରସଂହାରରୁ ବର୍ତ୍ତିଥିଲେ, ପାକିସ୍ତାନୀ ଆତଙ୍କବାଦୀଙ୍କ ଗୁଳିରେ ମଲେ; ସ୍ତ୍ରୀକୁ ବଞ୍ଚାଇବାକୁ ଯାଇ…

ନୂଆଦିଲ୍ଲୀ,୧୫।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବେଳାଭୂମିରେ ରବିବାର ହନୁକା ଉତ୍ସବ ପାଳନ ସମୟରେ ଘଟିଥିବା ଆତଙ୍କବାଦୀ ଆକ୍ରମଣରେ ନିଜ ସ୍ତ୍ରୀଙ୍କୁ ସୁରକ୍ଷା ଦେବାକୁ ଯାଇ ଆଡଲଫ୍...

୨୦୩୦ରେ ଅବସର ନେବାକୁ ଥିବା ପ୍ରାଇଭେଟ କର୍ମଚାରୀଙ୍କୁ ମିଳିବ ଏତିକି ଦରମା, ଏମିତି କରନ୍ତୁ ହିସାବ

ନୂଆଦିଲ୍ଲୀ,୧୫।୧୨:ପ୍ରାଇଭେଟ କ୍ଷେତ୍ରର କର୍ମଚାରୀମାନେ ପ୍ରାୟତଃ ସେମାନଙ୍କର ବାର୍ଦ୍ଧକ୍ୟ ସୁରକ୍ଷା ବିଷୟରେ ଚିନ୍ତିତ ଥାଆନ୍ତି। ତଥାପି, ଯଦି ଆପଣଙ୍କର PF କଟାଯାଏ, ତେବେ ନିରାଶ ହେବାର କୌଣସି...

ମନ୍ତ୍ରୀଙ୍କ ପ୍ରତିଶ୍ରୁତି ପରେ ଆୟୁଷ ଡାକ୍ତର ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ସ୍ଥଗିତ, ଆଗାମୀ ୩ ମାସ ମଧ୍ୟରେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୪।୧୨( ସୁନିଲ କୁମାର ମହାନ୍ତି): ଦୀର୍ଘ ଏକମାସରୁ ଅଧିକ ସମୟ ଧରି ୮ଦଫା ଦାବି ନେଇ ସରକାରୀ ଆୟୁର୍ବେଦିକ କଲେଜ ଓ ଚିକିତ୍ସାଳୟ ସମ୍ମୁଖରେ ଆୟୁଷ...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ: ଦେଲେ ବଡ଼ ପ୍ରତିଶ୍ରୁତି, ୧୫୦ରୁ କମ୍‌ ଥିବା ଗାଁକୁ ମିଳିବ…

କୋକସରା,୧୫।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ଏବଂ ଗ୍ରାମ୍ୟ ଉନ୍ନୟନ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ସୋମବାର କୋକସରା ବ୍ଲକ ସଦର...

ମହିଳାଙ୍କ ଉପରେ ସିପିଆଇ(ଏମ) ନେତାଙ୍କ ବିବାଦୀୟ ମନ୍ତବ୍ୟ: “ସ୍ଵାମୀଙ୍କ ସହ ଶୋଇବା ପାଇଁ ବିବାହ…”

ନୂଆଦିଲ୍ଲୀ,୧୫।୧୨: କେରଳର ମାଲାପୁରରେ ନିକଟରେ ଅନୁଷ୍ଠିତ ପୌର ନିର୍ବାଚନରେ ବିଜୟୀ ହୋଇଥିବା CPI(M)ର ଜଣେ ନେତା ବିଜୟ ଭାଷଣ ସମୟରେ ମହିଳାମାନଙ୍କୁ ନେଇ ଦେଇଥିବା ଅତ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri