ଫନୀ ଘରଭଙ୍ଗା ସହାୟତା ସାନି ତଦନ୍ତ ଭୟ

ବ୍ରହ୍ମଗିରି,୨୩ା୧୧(ଡି.ଏନ୍‌.ଏ.): ଫନୀରେ ବ୍ରହ୍ମଗିରି ବ୍ଲକରେ ବିଶେଷ କ୍ଷୟ କ୍ଷତି ହୋଇଥିଲା। ଏଥିରେ ବ୍ରହ୍ମଗିରି ବ୍ଲକରେ ଅନେକ ଘରଦ୍ୱାର ଭାଙ୍ଗିଯାଇଥିଲା ଏନେଇ ମୁଖ୍ୟମନ୍ତ୍ରୀ ଘରଭଙ୍ଗା ସହାୟତା ଘୋଷଣା କରିଥିଲେ। ଫନୀରେ ଫୁଲ୍‌ ଡ୍ୟାମେଜ ହିତାଧିକାରୀଙ୍କୁ ୯୫ହଜାର ସହାୟତା ରାଶି ଦିଆଯିବାନେଇ ପ୍ରଶାସନ ସ୍ଥିର କରିଥିଲା। ପରେ ପ୍ରଶାସନ ତରଫରୁ ଦୀର୍ଘଦିନ ଧରି ଘରଭଙ୍ଗା ତଦନ୍ତ କରାଗଲା। ମାତ୍ର ଦଲାଲମାନେ ଅନେକ ଅଯୋଗ୍ୟ ହିତାଧିକାରୀଙ୍କୁ ଫୁଲ୍‌ଡ୍ୟାମେଜ ଲିଷ୍ଟରେ ସାମିଲ କରାଇ ସହାୟତା ହାତେଇବାରେ ସଫଳ ହୋଇଥିଲେ। ଏନେଇ ଯୋଗ୍ୟ ହିତାଧିକାରୀମାନେ ଅସନ୍ତୋଷ ବ୍ୟକ୍ତ କରିବା ସହ ସାନି ତଦନ୍ତ ପାଇଁ ଆନ୍ଦୋଳନ କରିଥିଲେ। ପରେ ପୁରୀ ଜିଲାପାଳ ଏସମ୍ପର୍କରେ ପୁନର୍ବାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଫଳରେ ଅନେକ ଅଯୋଗ୍ୟ ହିତାଧିକାରୀଙ୍କ ମନରେ ଭୟ ଘାରିଯାଇଛି। ଏନେଇ ତଦନ୍ତ ପାଇଁ କିଏ କୁଡିଆ ଘର ନିର୍ମାଣ କରିବାରେ ଲାଗିପଡିଛନ୍ତି ତ କିଏ ଛାତ ଘର ଉପରେ ପାଲ ଟାଣି ଭଙ୍ଗା ଘରର ଦୃଶ୍ୟପଟ ସୃଷ୍ଟି କରିବାରେ ଲାଗିପଡିଛନ୍ତି। ଲୋକେ ପ୍ରଶାସନକୁ ଭୁଆଁ ବୁଲାଇବାକୁ ଚେଷ୍ଟା କରୁଥିବା ସମୟରେ ଏହି ତଦନ୍ତ କେତେ ସଫଳତା ପାଇବ ତାହା ବର୍ତ୍ତମାନ ପ୍ରଶ୍ନବାଚୀ ସୃଷ୍ଟି କରିଛି ବୋଲି ସ୍ଥାନୀୟ ବାସିନ୍ଦା ଏବଂ ଯୋଗ୍ୟ ହିତାଧିକାରୀ ସନ୍ଦେହ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri