ଫନୀ ପରେ ତାତି ଭୟ

ଆରଡ଼ି, ୧୧।୫ (ଡି.ଏନ.ଏ.) – ଫନୀ ପରେ ଏବେ ଖରା ତାତି ଭୟ। ଅସହ୍ୟ ତାତି ଓ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ। ଗରମରେ ସିଝୁଛନ୍ତି ଲୋକେ। କେହି ଘରୁ ବାହାରୁ ନାହାନ୍ତି। ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ଓ ଏହାର ଆଖପାଖ ଅଞ୍ଚଳରେ ଅଂଶୁଘାତ ଭୟ ଦେଖାଦେଇଛି। ଗୁରୁବାର ଓ ଶୁକ୍ରବାର ଏସବୁ ଅଞ୍ଚଳରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିଥିଲା। ଫଳରେ ସକାଳ ପ୍ରାୟ ୯ଟାଠାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ରାସ୍ତାଘାଟ ଶୂନ୍‌ଶାନ ହୋଇଯାଇଥିଲା। ବାତ୍ୟା ‘ଫନୀ’ ତାଣ୍ଡବ ପରେ ପ୍ରବଳ ଗ୍ରୀଷ୍ମପ୍ରବାହ ଏଠାକାର ଅଧିବାସୀଙ୍କୁ ହନ୍ତସନ୍ତ କରୁଛି। ଫନୀ କ୍ଷୟକ୍ଷତି ଆକଳନ ପାଇଁ ତହସିଲ କର୍ମଚାରୀ ଗଁା ଗଁା ବୁଲୁଥିଲେ ମଧ୍ୟ ଲୋକେ ଘରୁ ବାହାରିବାକୁ ନାରାଜ ହେଉଛନ୍ତି। ଆଖଣ୍ଡଳମଣି ପୀଠ ଆରଡ଼ିକୁ ଯାତ୍ରୀମାନେ ପୂର୍ବଭଳି ଆଉ ଆସୁ ନ ଥିବା ପରିଲକ୍ଷିତ ହୋଇଛି। ସେହିପରି ଭଦ୍ରକରୁ ଆରଡ଼ି ବସ୍‌ ଚଳାଚଳରେ ମଧ୍ୟ ବାଧା ଉପୁଜିଛି। 

ଆରଡ଼ି ସମେତ ମଠଡିହ, ଦୋହରାପାଟଣା ସୁନ୍ଦରପୁର, ବେତାଳିଗଁା, ରଇପୁର, କଣ୍ଟିକା, ବାଙ୍କସାହି ଆଦି ବଜାରରେ ଅଧିକାଂଶ ଦୋକାନ ଖରା ଯୋଗୁ ବନ୍ଦ ରହୁଥିବା ଦେଖିବାକୁ ମିଳୁଛି। ଏସବୁ ଅଞ୍ଚଳରେ ବାତ୍ୟାରେ ବିଦ୍ୟୁତ୍‌ ଖୁଣ୍ଟ ଉପୁଡ଼ି ପଡ଼ିଥିବାରୁ ଅଦ୍ୟାବଧି କେତେକ ଗଁା ଅନ୍ଧାରରେ ରହିଛି। ଏହିସବୁ ଗଁାରେ ପାନୀୟଜଳର କୃତ୍ରିମ ଅଭାବ ଜନଜୀବନକୁ ବ୍ୟତିବ୍ୟସ୍ତ କରିଦେଉଛି। ବିଦ୍ୟୁତ୍‌ ସଜଡ଼ା ହେଉଥିବାରୁ ବାରମ୍ବାର ବିଦ୍ୟୁତ୍‌ କାଟ୍‌ ମଧ୍ୟ ସମସ୍ୟାକୁ ବହୁଗୁଣିତ କରିଛି। ରାତିରେ ମଧ୍ୟ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ଜିଲା ପ୍ରଶାସନ ପକ୍ଷରୁ ଅଂଶୁଘାତ   ସମ୍ପର୍କିତ କୌଣସି ପଦକ୍ଷେପ ନିଆଯାଇ ନ ଥିବା ଅଭିଯୋଗ ହେଉଛି। ଏପରିକି ଏଠାରେ ଅଂଶୁଘାତ ନେଇ ସତର୍କ ସୂଚନା ମଧ୍ୟ ଦିଆଯାଇ ନ ଥିବା କୁହାଯାଉଛି। ଆଉ ଦିନେ କି ଦୁଇଦିନ ସମ୍ପୃକ୍ତ ଅଞ୍ଚଳରେ ଏଭଳି ସ୍ଥିତି ଲାଗିରହିଲେ ଅଂଶୁଘାତଜନିତ ସମସ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଏ ଦିଗରେ ଜିଲା ପ୍ରଶାସନ ଗୁରୁତ୍ୱ ଦେବାକୁ ଦାବି ହେଉଛି। 


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ଅଘଟଣ: ଦୀପରୁ ମହିଳାଙ୍କ ଦେହରେ ଲାଗିଲା ନିଆଁ, ଆଉ ତା’ ପରେ…

ଖଇରା,୧୫ା୨(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଗଣ୍ଡିବେଡ଼ସ୍ଥିତ ଲଙ୍କେଶ୍ୱର ଶିବ ମନ୍ଦିର ପ୍ରାଙ୍ଗଣରେ ଦୀପରୁ ନିଆଁ ଲାଗିବା ଯୋଗୁ ଗଣ୍ଡିବେଡ଼ ଗ୍ରାମର ଭଗବାନ…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

ମୁହାଁମୁହିଁ ଧକ୍କା ହୋଇ ବିଳମ୍ବିତ ରାତିରେ ଜଳିଲା ୨ଟି ଟ୍ରକ୍‌, ଦୁଇ ଗୁରୁତର ହସ୍ପିଟାଲରେ ଭର୍ତ୍ତି

ବସ୍ତା, ୧୪।୨(ହରି ଶଙ୍କର ପାଢ଼ୀ) : ବିଳମ୍ବିତ ରାତିରେ ୧୬ ନଂ ଜାତୀୟ ରାଜପଥରେ ଧକ୍କା ଲାଗି ଜଳିଗଲା ଦୁଇଟି ଟ୍ରକ୍‌। ଗୁରୁତର ଆହତ ଅବସ୍ଥାରେ ଦୁଇ…

ଦ୍ୱିତୀୟ ସ୍ତ୍ରୀଙ୍କୁ ଏସିଡ ମାଡ଼କରି ମାରିଥିଲେ ସ୍ବାମୀ: କୋର୍ଟ ଶୁଣାଇଲେ ଏମିତି ରାୟ 

ବାଲେଶ୍ବର,୧୩।୨(ବାଞ୍ଛାନିଧି ଦେ): ୨୦୨୩ରେ  ବାଲେଶ୍ୱର ସହଦେବଖୁଣ୍ଟା ଥାନା ଭୀମପୁରା ଅଞ୍ଚଳର ମହିଳା ବନିତା ସିଂଙ୍କୁ ଏସିଡ୍‌ ପକାଇ ହତ୍ୟା  ମାମଲାର  ଶୁକ୍ରବାର ରାୟ ପ୍ରକାଶ ପାଇଛି ।…

ଅଧାରେ ରହିଗଲା ତୀର୍ଥଯାତ୍ରା; ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ଉପରେ ଝୁଲିଲା ବସ୍, ୪୦ ଜଣ ଯାତ୍ରୀ…

ବାହାନଗା, ୧୩। ୨(ଅରୂପ କୁମାର ଦାସ ): ୧୬ ନମ୍ବର ଜାତୀୟ ରାଜପଥ ବାହାନଗା ଓଭର ବ୍ରିଜ ଉପରେ ତ୍ରୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ତେବେ…

ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍‌, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ…

ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍‌ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍‌କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri