ଫନୀ ପ୍ରଭାବିତ ଅଞ୍ଚଳରେ କ୍ରିୟାଶୀଳ ହେବାକୁ ‘ଓରେଡ଼ା’କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୦।୭(ବ୍ୟୁରୋ): ବାତ୍ୟା ‘ଫନୀ’ ପ୍ରଭାବିତ ଅଞ୍ଚଳରେ ଅଧିକ କ୍ରିୟାଶୀଳ ହେବାକୁ ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ସଂସ୍ଥା ‘ଓରେଡା’କୁ ନିର୍ଦ୍ଦେଶ ଦେଇଛନ୍ତି ବିଜ୍ଞାନ ଓ ବୈଷୟିକ, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ମଙ୍ଗଳବାର ଏହାର ସମୀକ୍ଷା ବୈଠକରେ ଯୋଗଦେଇ ମନ୍ତ୍ରୀ ପଣ୍ଡା ଓରେଡାର ଭବିଷ୍ୟତ କାର୍ଯ୍ୟପନ୍ଥା ଏବଂ ଚ୍ୟାଲେଞ୍ଜକୁ ସଫଳତାର ସହ ସାମ୍ନା କରିବାକୁ ପରାମର୍ଶ ଦେଇଛନ୍ତି।
ଆଗାମୀ ଦିନରେ ଓରେଡା ‘ସୌଭାଗ୍ୟ’ ଯୋଜନା ଅଧୀନରେ ୧୪ ହଜାର ଗ୍ରାମୀଣ ପରିବାରକୁ ବିଦ୍ୟୁତ ସଂଯୋଗ ଯୋଗାଇବା ସହ ୧୮୨୦ଟି ସୌର ଚାଳିତ ପାନୀୟଜଳ ପ୍ରକଳ୍ପ, ୧୭୫ଟି ଜଳସେଚନ ପମ୍ପ, ୨୯ଟି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ଓ ୪୦ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ସୌରଶକ୍ତି ପ୍ରକଳ୍ପ, ଅନୁସୂଚିତ ଜାତି ଓ ଜନଜାତି ଛାତ୍ରାବାସଗୁଡ଼ିକରେ ସୌରଚାଳିତ ପିଭି ଶକ୍ତି ପ୍ରକଳ୍ପ ସ୍ଥାପନ କରିବ। କେନ୍ଦୁଝର ଜିଲାରେ ୧୧ ହଜାର ଷ୍ଟ୍ରିଟ୍‌ଲାଇଟ୍‌ ସମେତ ଜିଲାର ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ୩୨୦୦ରୁ ଅଧିକ ଉନ୍ନତ ଚୁଲା ସ୍ଥାପନ ଏବଂ ଅନୁଗୋଳ, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲାରେ ଅକ୍ଷୟ ଶକ୍ତି ପ୍ରକଳ୍ପମାନ ପ୍ରତିଷ୍ଠା କରିବାକୁ ଯୋଜନା ରହିଛି। ଶିଳ୍ପୀ ଓ କାରିଗରଙ୍କୁ ୭୬ ହଜାରରୁ ଊର୍ଦ୍ଧ୍ୱ ସୌର ଲଣ୍ଠନ ଯୋଗାଣ ଓ ୫୪୦ ବିଦ୍ୟାର୍ଥୀଙ୍କୁ ତାଲିମ ପ୍ରଦାନ କରାଯାଇଛି। ୨୨୦ରୁ ଅଧିକ ଛାତ୍ର ବିଭିନ୍ନ ପ୍ରତିଷ୍ଠାନରେ ଅବସ୍ଥାପିତ ହୋଇଛନ୍ତି। ଖଣ୍ଡଗିରିସ୍ଥିତ ବିଜୁ ପଟ୍ଟନାୟକ ଏନର୍ଜି ପାର୍କର ଉନ୍ନତିକରଣ ଓ ଅନ୍ୟ କାର୍ଯ୍ୟକ୍ରମର ରୂପାୟନ ପାଇଁ ନାଗପୁରର ଜାତୀୟ ପରିବେଶ ଯାନ୍ତ୍ରିକ ଗବେଷଣା ପ୍ରତିଷ୍ଠାନ ସହ ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଥିବା ସମୀକ୍ଷା ବୈଠକରେ ସୂଚନା ଦିଆଯାଇଛି। ଓରେଡାର ଆର୍ଥିକ ଅଗ୍ରଗତି ୨୦୧୩-୧୪ ବର୍ଷରେ ୩୪.୬୫ କୋଟି ଟଙ୍କାରୁ ୨୦୧୮-୧୯ରେ ୨୪୪.୬୧ କୋଟିରେ ପହଞ୍ଚତ୍ଥିବା ସମୀକ୍ଷା ବୈଠକରେ ବିଜ୍ଞାନ ଓ ବୈଷୟିକ ବିଭାଗର ଶାସନ ସଚିବ ଭାସ୍କର ଶର୍ମା ଓ ଓରେଡାର ମୁଖ୍ୟ କାର୍ଯ୍ୟନିର୍ବାହୀ ରୂପା ମିଶ୍ର ସୂଚନା ଦେଇଛନ୍ତି। ବୈଠକରେ ଓରେଡାର ନିର୍ଦ୍ଦେଶକ(ପ୍ରଶାସନ) ବିଷ୍ଣୁପ୍ରିୟା ସାହୁ ଓ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ରଶ୍ମିରଞ୍ଜନ ସାହୁଙ୍କ ସମେତ ଅନ୍ୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?