ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩.୮୯ଲକ୍ଷ ଘର ଦେବାକୁ ଅନୁମୋଦନ ପ୍ରଦାନ କରିଛନ୍ତି। ପ୍ରାୟ ୪୦ଲକ୍ଷ ହିତାଧିକାରୀ ଏଥିପାଇଁ ଆବେଦନ କରିଥିବା ଜଣାପଡିଛି। ଏଥିରୁ ବିଭିନ୍ନ ଜିଲା ପକ୍ଷରୁ ତାଲିକା ପ୍ରସ୍ତୁତ ହେବାସହ ତାକୁ ଯାଞ୍ଚ କରାଯାଇଛି। ଏହାସହ ଏସ୍‌ଇସିସି(ସୋସିଓ ଇକୋନୋମିକ କାଷ୍ଟ ସେନ୍‌ସସ୍‌) ତାଲିକେରେ ନାଁ ରହି ସରକାରୀ ଘର ପାଇ ନ ଥିବା ଏବଂ ତାଲିକାରେ ନାଁ ନ ଥିଲେ ମଧ୍ୟ ଘର ପାଇବାକୁ ଯୋଗ୍ୟ ଥିବା ହିତାଧିକାରୀଙ୍କୁ ଚିହ୍ନଟ କରାଯିବ।
ଏ ସମ୍ପର୍କରେ ଗତ ୧୯ ତାରିଖରେ ପଞ୍ଚାୟତିରାଜ ପ୍ରମୁଖ ସଚିବ ଦେଓରଞ୍ଜନ ସିଂ ସବୁ ଜିଲାପାଳ ଏବଂ ବିଡିଓମାନଙ୍କୁ ଚିଠି ଲେଖିଥିଲେ। ଚିଠିରେ ସେ ଉଲ୍ଲେଖ କରିଥିଲେ ଯେ, ଘର ଭାଙ୍ଗିଥିବା ଯୋଗ୍ୟ ହିତାଧିକାରୀଙ୍କ ସମସ୍ତ ସୂଚନା ଜିଓ ଟ୍ୟାଗିଂ କରି ଆଓ୍ବାସ ସାଇଟ୍‌ରେ ଅପ୍‌ଲୋଡ କରାଯାଉ। ଏହାସହ ତାଲିକାରୁ ବାଦ୍‌ ପଡିଥିବା ଯୋଗ୍ୟ ହିତାଧିକାରୀଙ୍କୁ ମଧ୍ୟ ସାମିଲ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ସରକାରୀ ଘର ପାଇବା ପାଇଁ ଯୋଗ୍ୟ ହିତାଧିକାରୀ ଯେଉଁ ପରିବାର ନାମ ୨୦୧୧ ଏସ୍‌ଇସିସି ତାଲିକାରେ ନାହିଁ ସେମାନଙ୍କୁ ତାଲିକାରେ ଅନ୍ତର୍ଭୁକ୍ତ କରାଯାଉ। ଏହାସହ ଫନୀରେ ପ୍ରଭାବିତ ହୋଇଥିବା ପରିବାର ଗୁଡିକୁ ଚିହ୍ନଟ କରି ସେମାନଙ୍କୁ ଏ, ବି ଏବଂ ସି ତିନୋଟି ତାଲିକାଭୁକ୍ତ କରାଯାଉ। ସେହି ତାଲିକା ରାଜ୍ୟ ସରକାର ରୁରାଲ ହାଉସିଂ(ଆର୍‌ଏଚ) ପୋର୍ଟାଲରେ ସୂଚିତ କରାଯାଉ। ସେହି ତଥ୍ୟକୁ ଆର୍‌ଏଚ ପୋର୍ଟାଲରୁ ଆଓ୍ବାସ ପୋର୍ଟାଲକୁ ପଠାଇ ସେଭ୍‌ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ବିଡିଓ ମାନଙ୍କୁ ଗୁରୁ ଦାୟିତ୍ୱ ପ୍ରଦାନ କରାଯାଇଛି। ଫନୀ ପ୍ରଭାବରେ ଅଧିକ କ୍ଷୟକ୍ଷତି ହୋଇଥିବା ଘରର ତାଲିକା ରାଜସ୍ବ ବିଭାଗ ଅଧିକାର ପ୍ରସ୍ତୁତ କରିବେ। ନଷ୍ଟ ହୋଇଯାଇଥିବା କଚ୍ଚା ଘର ବଦଳରେ ସେହି ପରିବାରକୁ ପ୍ରଧାନମନ୍ତ୍ରୀ ଆଓ୍ବାସ ଯୋଜନାରେ ସ୍ବତନ୍ତ୍ର ଘର ପ୍ରଦାନ କରାଯିବ। ପଞ୍ଚାୟତସ୍ତରରେ ତାଲିକା ପ୍ରସ୍ତୁତ କରିବା ପାଇଁ ଟିମ୍‌ ରହିବେ। ପ୍ରତି ବ୍ଲକରେ ଗୋଟିଏ ମାସ ପାଇଁ ୩ ଜଣ ଲେଖା ଡିଇଓ(ଡାଟା ଏଣ୍ଟ୍ରି ଅପରେଟର) ରହିବେ। ଯଦି କୌଣସି ବ୍ଲକରେ ଅଧିକ କାମ ରହେ ତେବେ ସେଠାରେ ଆହୁରି ଡିଇଓଙ୍କୁ ବିଡିଓ ନିଯୁକ୍ତ କରିବେ। ଗତ ୨୫ ତାରିଖ ସୁଦ୍ଧା ସମସ୍ତ କାର୍ଯ୍ୟ ଶେଷ କରିବା ପାଇଁ ସଚିବ ନିର୍ଦ୍ଦେଶ ଦେଇଥିଲେ। ଫନୀ ଦ୍ୱାରା ଭାଙ୍ଗିଥିବା ଘର ଦେବା ଲାଗି ସରକାର ଚୁଡାନ୍ତ ନିର୍ଦ୍ଦେଶାବଳୀ ଖୁବ୍‌ଶୀଘ୍ର ବାହାର କରିବେ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?