Posted inଖେଳ

ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆର ୩୧ ଲକ୍ଷ ଟଙ୍କା ସାହାଯ୍ୟ

ଭୁବନେଶ୍ୱର,୮।୮(ସ୍ପୋଟ୍ସ ବ୍ୟୁରୋ)- ପ୍ରଳୟଙ୍କାରୀ ଫନୀ ବାତ୍ୟା ପାଇଁ ହକି ଇଣ୍ଡିଆ ତରଫରୁ ଓଡ଼ିଶା ସରକାରଙ୍କୁ ଅର୍ଥ ପ୍ରଦାନ କରାଯାଇଛି। ହକି ଇଣ୍ଡିଆ ଏଥିପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ୩୧ ଲକ୍ଷ ଟଙ୍କା ପ୍ରଦାନ କରିଛି। ହକି ଇଣ୍ଡିଆ ଅଧ୍ୟକ୍ଷ ମୁସ୍ତାକ ଅହମ୍ମଦ ଓ ଭାରତୀୟ ଅଲିମ୍ପିକ୍‌ ଆସୋସିଏଶନ (ଆଇଓଏ) ମୁଖ୍ୟ ନରିନ୍ଦର ବାତ୍ରା ବୁଧବାର ମିଳିତ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚେକ୍‌ ପ୍ରଦାନ କରିଥିଲେ। ଜୁନ୍‌ ୬ରୁ ୧୫ ତାରିଖ ମଧ୍ୟରେ ଅନୁଷ୍ଠିତ ହୋଇଥିବା ଏଫ୍‌ଆଇଏଚ୍‌ ପୁରୁଷ ହକି ସିରିଜ୍‌ ଫାଇନାଲ୍ସର ମ୍ୟାଚ୍‌ ଟିକେଟ ବିକ୍ରିରୁ ଏହି ପରିମାଣର ଅର୍ଥ ଉପଲବ୍ଧ ହୋଇଥିଲା। ପୂର୍ବରୁ ମଧ୍ୟ ଟିକେଟ ବିକ୍ରିରୁ ମିଳିବାକୁ ଥିବା ସବୁ ଅର୍ଥକୁ ଫନୀ ବାତ୍ୟା ପୀଡିତଙ୍କୁ ସାହାଯ୍ୟାର୍ଥେ ପ୍ରଦାନ କରିବାକୁ ହକି ଇଣ୍ଡିଆ ପ୍ରତିଶ୍ରୁତି ଦେଇଥିଲା। ଶେଷରେ ଏହାକୁ ହକି ଇଣ୍ଡିଆ ପୂରଣ କରିଛି। ଉଲ୍ଲେଖଥାଉ କି, ଚଳିତ ବର୍ଷ ଫନୀ ଯୋଗୁ ଓଡ଼ିଶା ଉପକୂଳରେ ଶ୍ରଭୂତ କ୍ଷତି ହୋଇଥିଲା ଓ ରାଜ୍ୟର ଭିତ୍ତିଭୂମିକୁ ଦୋହଲାଇ ଦେଇଥିଲା। ରାଜ୍ୟର ୧୪ଟି ଜିଲାର ୧୫୯ଟି ବ୍ଲକର ଦେଢ଼ କୋଟି ଲୋକ ଏହାଦ୍ୱାରା କ୍ଷତିଗ୍ରସ୍ତ ହୋଇଥିଲେ। ତେବେ ଏହା ସତ୍ତ୍ୱେ ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସ ସଫଳତାର ସହ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ହୋଇଥିଲା। ଓଡ଼ିଶା ସରକାରଙ୍କ ସହାୟତା ଓ ରାଜ୍ୟ ଲୋକଙ୍କ ଭଲ ପାଇବା ଯୋଗୁ ଏହି ଟୁର୍ନାମେଣ୍ଟ ସଫଳତାର ସହ ଆୟୋଜିତ ହୋଇଥିଲା ବୋଲି ହକି ଇଣ୍ଡିଆ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

ଗୌତମ ଗମ୍ଭୀର ପ୍ରଶିକ୍ଷକ ପଦ ଛାଡିବା ପରେ ପ୍ରଥମ ମ୍ୟାଚ ଜିତିଲେ ଅଧିନାୟକ ଶ୍ରେୟସ ଆୟର

ନୂଆଦିଲ୍ଲୀ,୨୩।୭: ପ୍ରଥମ ଟି-୨୦ ମ୍ୟାଚରେ ଭାରତୀୟ ଦଳ ଜିମ୍ବାୱେକୁ ୭ ୱିକେଟରେ ପରାସ୍ତ କରିଛି। ଶ୍ରେୟସ ଆୟରଙ୍କ ଅଧିନାୟକତ୍ୱରେ ଏହା ଟି-୨୦ ଦଳର ପ୍ରଥମ ବିଜୟ। ଉଲ୍ଲେଖନୀୟ…

ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ବ୍ୟାଟିଂ, ପ୍ରଥମ ଟି୨୦ ଜିତିଲା ଭାରତ

ହରାରେ,୨୩ା୭: ବୋଲରଙ୍କ ପ୍ରଭାବୀ ପ୍ରଦର୍ଶନ ଏବଂ ବଭବ ସୂର୍ଯ୍ୟବଂଶୀଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଭାରତ ୭ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଟି୨୦ ମ୍ୟାଚ୍‌ରେ ଭାରତୀୟ ଦଳର…

ପୁଣି ଚମକିଲେ ବୈଭବ ସୂର୍ଯ୍ୟବଂଶୀ… ଟି-୨୦ରେ ଏମିତି କରି ପାଲଟିଲେ ବିଶ୍ୱର ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ

ନୂଆଦିଲ୍ଲୀ,୨୩।୭: କ୍ରିକେଟ ଜଗତରେ ନିରନ୍ତର ନୂତନ ରେକର୍ଡ ସୃଷ୍ଟି ହେଉଛି, କିନ୍ତୁ ଯେତେବେଳେ ଜଣେ ୧୫ ବର୍ଷୀୟ ବାଳକ ଅଭିଜ୍ଞ ବୋଲରମାନଙ୍କୁ ଅନ୍ତର୍ଜାତୀୟ ମଞ୍ଚରେ ସଫା କରିବାକୁ…

୨ବର୍ଷ ପରେ ଦମଦାର ପ୍ରତ୍ୟାବର୍ତ୍ତନ, ପ୍ରଥମ ବଲ୍‌ରେ ୱିକେଟ୍ ନେଇ ଇତିହାସ ରଚିଲେ ମୟଙ୍କ

ନୂଆଦିଲ୍ଲୀ,୨୩।୭: ମୟଙ୍କ ଯାଦବ ଜିମ୍ବାୱେ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟି-୨୦ ମ୍ୟାଚ୍‌ରେ ଦୁଇ ବର୍ଷରୁ ଅଧିକ ସମୟ ପରେ ପ୍ରତ୍ୟାବର୍ତ୍ତନ କରିଛନ୍ତି । ସେ ତାଙ୍କର ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri