‘ଫନୀ’ ବିପନ୍ନଙ୍କୁ ଗୋଟିଏ ଦିନର ଦରମା ଦେଲେ କଳାହାଣ୍ଡି ଦକ୍ଷିଣ ବନଖଣ୍ଡ କର୍ମଚାରୀ

ଭବାନୀପାଟଣା, ୨୦।୫ (ଡି.ଏନ୍‌.ଏ.): ବାତ୍ୟା ‘ଫନୀ’ ବିପନ୍ନଙ୍କ ଲାଗି କଳାହାଣ୍ଡି ଦକ୍ଷିଣ ବନଖଣ୍ଡର କର୍ମଚାରୀମାନେ ସହାୟତାର ହାତ ବଢାଇଛନ୍ତି। କଳାହାଣ୍ଡି ଦକ୍ଷିଣ ବନଖଣ୍ଡ ଅଧିକାରୀ ଟି. ଅଶୋକ କୁମାରଙ୍କ ପ୍ରଚେଷ୍ଟାରେ ଡିଏଫ୍‌ଓଙ୍କ ସମେତ ସମସ୍ତ ରେଞ୍ଜର, ଫରେଷ୍ଟର, ଗାର୍ଡ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା ‘ଫନୀ’ ବିପନ୍ନଙ୍କ ଲାଗି ଦାନ କରିଛନ୍ତି। ସମସ୍ତ କର୍ମଚାରୀଙ୍କ ଗୋଟିଏ ଦିନର ଦରମା ବାବଦରେ ୧ ଲକ୍ଷ ୧୬ ହଜାର ଟଙ୍କା ଉକ୍ତ ବନଖଣ୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରେ ଜମା କରାଯାଇଛି। ସୂଚନାଯୋଗ୍ୟ, ‘ଫନୀ’ ଯୋଗୁ ଉପକୂଳ ଓଡ଼ିଶାର କେତେକ ଜିଲାରେ ବ୍ୟାପକ କ୍ଷୟକ୍ଷତି ଘଟିଛି। ବାତ୍ୟାବିପନ୍ନଙ୍କୁ ରିଲିଫ ଯୋଗାଣ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଥିଲେ। ଏହାପରେ ବିଭିନ୍ନ ଅନୁଷ୍ଠାନ ଓ ବ୍ୟକ୍ତିବିଶେଷଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପହଞ୍ଚତ୍ବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା, ଛାତ୍ର ଅଟକ

ସମ୍ବଲପୁର,୪ା୧୨: ଭିସୁଟ୍‌ ଛାତ୍ରୀଙ୍କୁ ନିର୍ଯାତନା ଅଭିଯୋଗ ହୋଇଛି। ଏହି ଅଭିଯୋଗରେ ଜଣେ ଛାତ୍ର ଅଟକ ଅଛନ୍ତି। ଛାତ୍ରୀଙ୍କୁ ଛାତ୍ର ଜଣଙ୍କ ପ୍ରବଳ ମାଡ଼ ମାରିଥିବା ବୁର୍ଲା...

ମା’ର ମର୍ଡର ଦେଖିଦେବାରୁ ଆମ ଭାଣିଜୀକୁ ମାରିଦେଲେ, ଏମିତି ଅଭିଯୋଗ ଆଣି ମାମୁ-ମାଇଁ କହିଲେ…

ସମ୍ବଲପୁର,୪ା୧୨(ପ୍ରମୋଦ ବହିଦାର): ଅଇଁଠାପାଲି ଥାନା ଅନ୍ତର୍ଗତ ଶାନ୍ତିନଗର ଗଳିର ଏକ ନାଳରୁ ବୁଧବାର ସକାଳେ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ସେ ହେଉଛନ୍ତି ଶାନ୍ତିନଗର...

ଧାନ ସଂଗ୍ରହରେ ଅଚଳାବସ୍ଥା ଜାରି: ରାଜରାସ୍ତାକୁ ଓହ୍ଲାଇଲେ ଚାଷୀ

ସମ୍ବଲପୁର,୧।୧୨(ପ୍ରମୋଦ ବହିଦାର): ସମ୍ବଲପୁରରେ ଧାନ ସଂଗ୍ରହ ପକ୍ରିୟାରେ ଅଚଳାବସ୍ଥା ଜାରି ରହିଛି। ଯାହାକୁ ନେଇ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଉତ୍ତ୍ୟକ୍ତ ଚାଷୀ...

ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟକୁ ମିଳିଲା ଗ୍ରେଡ୍‌ ‘ଏ’ ମାନ୍ୟତା

ସମ୍ବଲପୁର,୨୭ା୧୧: ସମ୍ବଲପୁର ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟକୁ ନାକ୍‌ ଗ୍ରେଡ ଏ’ ମାନ୍ୟତା ମିଳିଛି। ଏନେଇ ଡେପୁଟି ରେଜିଷ୍ଟ୍ରାର ସୂଚନା ଦେଇଛନ୍ତି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟ ହେବା ପରେ...

ରୋଷେଇ ଛାଡି ଫୋନ୍‌ରେ ଅଧିକ କଥା ହେବାରୁ ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ଜମନକିରା,୨୭ା୧୧(ରବୀନ୍ଦ୍ର ପ୍ରସାଦ ଦାନୀ): ରୋଷେଇ ଛାଡ଼ି ମୋବାଇଲ ଫୋନ୍‌ରେ କଥା ହେଉଥିଲେ ସ୍ତ୍ରୀା ରୋଷେଇ କରିବାକୁ କହିବାରୁ ନ ଶୁଣି ଫୋନ୍‌ରେ ଗପିଚାଲିଥିଲେ। ଏଥିରେ ରାଗି...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫...

ପୁଣି ବ୍ରାଉନସୁଗାର ଜବତ: ୩ ମହିଳାଙ୍କ ସହ ୫ ଅଟକ

ସମ୍ବଲପୁର,୧୮।୧୧(ପ୍ରମୋଦ ବହିଦାର): ସମ୍ବଲପୁରରେ ମଙ୍ଗଳବାର ପୁଣି ଜବତ ହୋଇଛି ବ୍ରାଉନସୁଗାର। ପୋଲିସ ସୁନାପାଲିର ମହମ୍ମଦ ସୋହେଲ ଓ ମହମ୍ମଦ ନୁମାଲଙ୍କ ଅଟକ ରଖି ପଚରାଉଚରା କରୁଛି।...

ଜଙ୍ଗଲରେ ପଡିଛି ଦନ୍ତା ହାତୀର ମୃତଦେହ

ରେଢ଼ାଖୋଲ,୧୮।୧୧: ସମ୍ବଲପୁର ଜିଲା ବଡ଼ବାହାଲ ରେଞ୍ଜ ବଡ଼କୁଡ଼ା ଜଙ୍ଗଲରୁ ମଙ୍ଗଳବାର ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର ହୋଇଛି। ମୃତ ଦନ୍ତା ହାତୀର ବୟସ ୨୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri