‘ଫନୀ’ ମୁକାବିଲା ପାଇଁ ପ୍ରଶାସନିକ ପ୍ରସ୍ତୁତି

ଅନୁଗୋଳ ଅଫିସ, ୩୦।୪ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଫନୀ ଆସନ୍ତା ୪ ତାରିଖରେ ଓଡ଼ିଶା ଉପକୂଳ ଛୁଇଁବା ନେଇ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଏହାର ପ୍ରଭାବରେ ଘଣ୍ଟାକୁ ପ୍ରାୟ ୧୮୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷାର ଆଶଙ୍କା କରାଯାଉଛି। ଏହାର ମୁକାବିଲା ପାଇଁ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ତାଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଏକ ପ୍ରସ୍ତୁତି ବୈଠକ ବସିଥିଲା। ସମସ୍ତ ବିଭାଗୀୟ ଅଧିକାରୀମାନେ ଆନୁଷଙ୍ଗିକ ବ୍ୟବସ୍ଥା ସହ ସଜାଗ ଓ ସତର୍କ ରହିବା ପାଇଁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଏଥିସହ କେହି ବିନା ଅନୁମତିରେ ମୁଖ୍ୟ ଦପ୍ତର ଛାଡ଼ି ପାରିବେ ନାହିଁ ବୋଲି ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଜିଲାର ବାତ୍ୟା ଆଶ୍ରୟ ସ୍ଥଳରେ ଖାଦ୍ୟ ଓ ଔଷଧ ମହଜୁଦ ରଖିବାକୁ ଗୁରୁତ୍ୱ ଦିଆଯାଇଥିଲା। ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ତହସିଲଦାରମାନେ ଆସନ୍ତା ୨ ତାରିଖରୁ ଡାକବାଜି  ଯନ୍ତ୍ର ଯୋଗେ ପ୍ରଚାର କରି ଲୋକମାନଙ୍କୁ ସଚେତନ କରିବାକୁ ପରାମର୍ଶ ଦିଆଯାଇଛି। ଜିଲାର ତଳିଆ ଅଞ୍ଚଳ ଆଠମଲ୍ଲିକ, ବନ୍ତଳା, କଣିହଁା ଓ ଟିକରପଡ଼ା ପ୍ରଭୃତି ସ୍ଥାନରେ ଲୋକମାନଙ୍କୁ ଉଚ୍ଚା ଓ ନିରାପଦ ସ୍ଥାନକୁ ନେବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ। ବାତ୍ୟା ପୂର୍ବରୁ ବିଦ୍ୟୁତ ସଂଯୋଗ ବିଚ୍ଛିନ୍ନ କରିବା ସହ ପରେ ଏହାର ପୁନରୁଦ୍ଧାର କରିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି। ବାତ୍ୟା ପରେ ରାସ୍ତାରେ ଗଛ ପଡିଥିଲେ ଏହାକୁ ଯୁଦ୍ଧକାଳୀନ ଭିତ୍ତିରେ ସେଠାରୁ ହଟାଯିବା ସହ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଡାକ୍ତରୀ ଦଳ ଓ ଆମ୍ବୁଲାନ୍ସ ପ୍ରସ୍ତୁତ ରଖିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ସମୟରେ ଶୁଖିଲା ଖାଦ୍ୟ ସହ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦେବା ପାଇଁ ରିଟେଲରମାନେ ଆଗୁଆ ଏହାକୁ ଗଚ୍ଛିତ ରଖିବାକୁ ଜିଲାପାଳ ପରାମର୍ଶ ଦେଇଛନ୍ତି। ଚଳିତ ମାସ ୩୦ ତାରିଖରୁ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଗୃହପାଳିତ ପଶୁମାନଙ୍କ ପାଇଁ ଆବଶ୍ୟକ ଖାଦ୍ୟ ପଦାର୍ଥ ଗଚ୍ଛିତ ରଖିବା ସହ ବାତ୍ୟା ପରେ ପୁନରୁଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଜିଲାପାଳ ଗୁରୁତ୍ୱାରୋପ କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ ତପନ କୁମାର ଶତପଥୀ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଅତୁଲ୍ୟ କୁମାର ଚମ୍ପତିରାୟ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡ. ଅମରେନ୍ଦ୍ରନାଥ ମହାନ୍ତି, ଜିଲା ଜରୁରିକାଳୀନ ଅଧିକାରୀ ବୈତୁରା ଦୀପ୍‌ଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ନେଉଥିଲେ ୩୦୦୦ ଟଙ୍କା, ଯୋଗାଣ ବିଭାଗର ଚଢ଼ାଉ, ଜବତ ହେଲା ୪୧…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲାରେ ରନ୍ଧନ ଗ୍ୟାସର କୃତ୍ରିମ ଅଭାବ ସୃଷ୍ଟି କରି ଚଢ଼ା ଦରରେ ବିକ୍ରି କରୁଥିବା ଅଭିଯୋଗରେ ଯୋଗାଣ ବିଭାଗ…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri